ୟେମେନ ରାଜଧାନୀରେ ବୋମା ମାଡ କଲା ଆମେରିକା, ହୁତି ବିଦ୍ରୋହୀଙ୍କୁ ଚେତାବନୀ

ଓ୍ବାଶିଂଟନ,୧୩।୧: ଶନିବାର ସକାଳେ ୟେମେନର ହୁତି ବିଦ୍ରୋହୀଙ୍କ ଶିବିର ଉପରକୁ ଆମେରିକା ସୈନ୍ୟବାହିନୀ ପୁଣି ଥରେ ବୋମା ମାଡ଼ କରିଛି। ଏହାପୂର୍ବରୁ ଶୁକ୍ରବାର, ବ୍ରିଟିଶ ସେନା ସହିତ ଆମେରିକା ୟେମେନର ଅନେକ ସ୍ଥାନରେ ହୁତି ବିଦ୍ରୋହୀମାନଙ୍କ ବିରୁଦ୍ଧରେ ବ୍ୟାପକ ଆକ୍ରମଣ କରିଥିଲା। ଶନିବାର ଏହି ଆକ୍ରମଣ ରାଜଧାନୀ ସାନାର ହୁତି ବିଦ୍ରୋହୀ ଶିବିରକୁ ଟାର୍ଗେଟ କରିଛି।
ଶୁକ୍ରବାର ଆମେରିକା ଏବଂ ବ୍ରିଟେନର ମିଳିତ ଆକ୍ରମଣରେ ୨୮ ଟି ସ୍ଥାନରେ ହୁତି ବିଦ୍ରୋହୀଙ୍କ ୬୦ ରୁ ଅଧିକ ଶିବିର ଉପରେ ଆକ୍ରମଣ କରାଯାଇଥିଲା। ଆହୁରି ମଧ୍ୟ ଆମେରିକା ଏହାର ବଣିକ ଜାହାଜଗୁଡ଼ିକୁ କିଛି ଦିନ ପାଇଁ ଲୋହିତ ସାଗରଠାରୁ ଦୂରରେ ରହିବାକୁ ପରାମର୍ଶ ଦେଇଛି। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ହୁତିଙ୍କ ଉପରେ ହୋଇଥିବା ଏୟାର ଷ୍ଟ୍ରାଇକକୁ ନିଶ୍ଚିତ କରିବାବେଳେ କହିଥିଲେ ଯେ ଯଦି ହୁତି ବିଦ୍ରୋହୀମାନେ ବାଣିଜି୍ୟକ ଜାହାଜକୁ ଟାର୍ଗେଟ ନକରନ୍ତି ତେବେ ସେମାନଙ୍କୁ ପୁଣି ଟାର୍ଗେଟ କରାଯାଇପାରେ। ଆମେରିକାର ଆକ୍ରମଣ ପରେ ପଶ୍ଚିମ ଏସିଆରେ ଉତ୍ତେଜନା ବଢିବାର ଭୟ ରହିଛି, ଯାହା ଇସ୍ରାଏଲ-ହମାସ ଯୁଦ୍ଧ କାରଣରୁ ସଂଘର୍ଷ କରିଆସୁଛି।
ଏଥି ସହିତ ଆମେରିକାର ଆକ୍ରମଣ ପରେ ହୁତି ବିଦ୍ରୋହୀମାନେ ମଧ୍ୟ ପ୍ରତିଶୋଧ ନେବାକୁ ଚେତାବନୀ ଦେଇଛନ୍ତି। ଏହି ଆକ୍ରମଣ ପାଇଁ ଆମେରିକା ଦଣ୍ଡିତ ହେବ ବୋଲି ହୁତି ସେନା ମୁଖପାତ୍ର ବ୍ରିଗେଡିୟର୍‌ ଜେନେରାଲ ୟାହୟା ସାରୀ ଏକ ବିବୃତ୍ତି ଜାରି କରିଛନ୍ତି। ଆମେରିକା କହିଛି ଯେ ଏୟାର ଷ୍ଟ୍ରାଇକରେ ହୁତି ବିଦ୍ରୋହୀଙ୍କ ସେହି ଶିବିରକୁ ଟାର୍ଗେଟ କରାଯାଇଥିଲା ଯେଉଁଠାରେ ଅଧିକ ଜନସଂଖ୍ୟା ନଥିଲା ଏବଂ ବିଶେଷ କରି ହୁତିଙ୍କ ଅସ୍ତ୍ରଶସ୍ତ୍ର, ରାଡାର ଏବଂ ଗୁରୁତ୍ୱପୂର୍ଣ୍ଣ ଶିବିର ଉପରେ ଆକ୍ରମଣ କରାଯାଇଥିଲା। ଏହି ଆକ୍ରମଣରେ ଅନେକ ଲୋକଙ୍କର ମୃତ୍ୟୁ ହେବାର କ କୌଣସି ସମ୍ଭାବନା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ…

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ…

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର…

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri