ମନ୍ତ୍ରୀ ଦେଲେ ବଡ଼ ସୂଚନା, ପୁଣି ସଂଶୋଧନ ହେବ ବିଶ୍ୱବିଦ୍ୟାଳୟ ଆଇନ

ଭୁବନେଶ୍ୱର,୩୦ା୮: ପୁଣି ସଂଶୋଧନ ହେବ ୨୦୨୦ ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ। ଏନେଇ ଶୁକ୍ରବାର ବିଧାନସଭାରେ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉତ୍ତର ରଖିଛନ୍ତି। ସେ କହିଛନ୍ତି, ପୁରୁଣା ଢାଞ୍ଚାକୁ ଫେରିବୁ, ସିନେଟ୍‌ ବ୍ୟବସ୍ଥା ରହିବ। ବିଶ୍ୱବିଦ୍ୟାଳୟ ସ୍ବତନ୍ତ୍ରତା ବଜାୟ ରହିବା ସହ ନିଯୁକ୍ତି କ୍ଷମତା ବିଶ୍ୱବିଦ୍ୟାଳୟଗୁଡ଼ିକୁ ଦିଆଯିବ। ଏନେଇ ବିଚାର ବିମର୍ଷ ଚାଲିଛି ବୋଲି ଆଜି ମନ୍ତ୍ରୀ ଗୃହରେ କହିଛନ୍ତି।

୨୦୨୦ରେ ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ଜରିଆରେ ଏହା ଭଙ୍ଗା ଯାଇଥିଲା । ସିନେଟ୍‌ରେ ୧୦୦ ଜଣ ସଦସ୍ୟ ରହୁଥିଲେ। ସେମାନେ ବିଶ୍ୱବିଦ୍ୟାଳୟକୁ ପରାମର୍ଶ ଦେଉଥିଲେ। ଯାହା ସିଣ୍ଡିକେଟ୍ କାର୍ଯ୍ୟକାରୀ କରୁଥିଲା। ୧୦୦ ଜଣ ସଦସ୍ୟଙ୍କ ମଧ୍ୟରୁ ୩୬ ପଦପଦବୀ, କୃଷି-ଦକ୍ଷତା ବିକାଶ-ଉଚ୍ଚଶିକ୍ଷା ବିଭାଗର ତିନି ନିର୍ଦ୍ଦେଶକ, ଆଡ଼ଭୋକେଟ ଜେନେରାଲ ବା ତାଙ୍କ ପ୍ରତିନିଧି, ୬୦ ଅବସରପ୍ରାପ୍ତ ଶିକ୍ଷାବିତ, ୩ ବିଧାୟକ, ୪ ଛାତ୍ର ନେତା, ସମ୍ପୃକ୍ତ ବିଶ୍ଵବିଦ୍ୟାଳୟର ୧୩ ଗ୍ରାଜୁଏଟ ସିନେଟର ସଦସ୍ୟ ରହୁଥିଲେ।

ଖୁବଶୀଘ୍ର ବିଶ୍ଵବିଦ୍ୟାଳୟରେ ଅଧ୍ୟାପକ ନିଯୁକ୍ତି ହେବେ। ପୂର୍ବରୁ ଅଧ୍ୟାପକ ନିଯୁକ୍ତି ପାଇଁ ବିଶ୍ବବିଦ୍ୟାଳୟ ଆଇନ ୨୦୨୦ ସଂଶୋଧନ କରାଯାଇ ଓପିଏସ୍‌ସି ଦ୍ୱାରା ନିଯୁକ୍ତି ଦିଆଯାଉଥିଲା । ଯାହା ଦ୍ବାରା ୟୁଜିସି ଗାଇଡ଼ଲାଇନ ପରିପନ୍ଥୀ ଥିଲା । ୟୁଜିସି ଗାଇଡ଼ଲାଇନ ଅନୁସାରେ ବିଶ୍ଵବିଦ୍ୟାଳୟରେ କମିଟି ଗଠନ କରି ଅଧ୍ୟାପକ ନିଯୁକ୍ତି ହେବା କଥା । କିଭଳି ଭାବେ ବିଶ୍ଵବିଦ୍ୟାଳୟ ଦ୍ବାରା ଅଧ୍ୟାପକ ନିଯୁକ୍ତି ଦିଆଯିବ। ସେଥିପାଇଁ ଆଇନ ସଂଶୋଧନ କରିବା ସହ ୟୁଜିସିକୁ ପ୍ରସ୍ତାବ ଦିଆଯିବ। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ସରିଛି। ବର୍ତ୍ତମାନ ରାଜ୍ୟର ବିଭିନ୍ନ ବିଶ୍ଵବିଦ୍ୟାଳୟରେ ୧୧୮୭ ଅଧ୍ୟାପକ ପଦବୀ ଖାଲି ପଡିଛି। ଏହାକୁ ପୂରଣ କରିବାକୁ ଗୃହରେ କହିଛନ୍ତି ମନ୍ତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି ।…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର; ମହଜୁଦ ରହିଛି ପର୍ଯ୍ୟାପ୍ତ ପରିମାଣର ଅଶୋଧିତ ତୈଳ, ଭୟଭୀତ ହୁଅନ୍ତୁ ନାହିଁ

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ, ଭାରତ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ପେଟ୍ରୋଲିୟମ୍ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ଦେଶ ଭିତରେ ପର୍ଯ୍ୟାପ୍ତ ପରିମାଣରେ…

ଗ୍ୟାସ୍‌ ସଙ୍କଟ ମଧ୍ୟରେ ସରକାର ନେଲେ ବଡ଼ ପଦକ୍ଷେପ: ଏଣିକି ଅଧିକରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୨୫ା୩: ଏଲପିଜି ସଙ୍କଟ ମଧ୍ୟରେ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପେଟ୍ରୋଲ ଏବଂ ଡିଜେଲ ଅଭାବର ଗୁଜବକୁ ମଧ୍ୟ ସ୍ପଷ୍ଟ କରାଯାଇଛି। ଲୋକଙ୍କୁ ଏଥିପ୍ରତି ଧ୍ୟାନ…

ଯୁଦ୍ଧ ଭିତରେ ୧ ଏପ୍ରିଲରୁ ବଦଳିଯିବ ୫ ନିୟମ, ରୋଷେଇ ଘରରୁ ପେଟ୍ରୋଲ ଯାଏ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୫।୩: ୧ ଏପ୍ରିଲରୁ ଆର୍ଥିକ ନିୟମାବଳୀରେ ଅନେକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ସାଧାରଣ ଲୋକଙ୍କ ପକେଟ ଏବଂ ଦୈନନ୍ଦିନ ଖର୍ଚ୍ଚ ଉପରେ ସିଧାସଳଖ…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

ପେନ୍‌ସନ୍‌ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri