ଆଇଟିଆଇ ଛାତ୍ରଙ୍କୁ ମାଡ଼, ନ୍ୟାୟ ପାଇଁ ରାତିରେ ୩୦ କି.ମି. ଚାଲିଲେ

ବାରିପଦା ଅଫିସ, ୪ା୮: ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅଧୀନ ବାଇଗଣବାଡ଼ିଆସ୍ଥିତ ଏକ ଘରୋଇ ବୈଷୟିକ ଶିକ୍ଷାନୁଷ୍ଠାନରେ ଆଦିବାସୀ ଛାତ୍ରମାନଙ୍କୁ ଅକଥନୀୟ ନିର୍ଯାତନା ଦେଇ ତଡ଼ି ଦିଆଯିବା ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ମାନସିକ ଓ ଶାରୀରିକ ନିର୍ଯାତନା ସହି ନ ପାରି ଛାତ୍ରମାନେ ଆଇନର ଆଶ୍ରୟ ନେବା ପରେ ରାତିରେ ୩୦କି.ମି. ଚାଲି ଚାଲି ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ବୁଧବାର ଧାରଣା ଦେଇଥିଲେ। ଅତିରିକ୍ତ ଜିଲାପାଳ ରୁଦ୍ରନାରାୟଣ ମହାନ୍ତି, ଜିଲା ଜରୁରିକାଳୀନ ଅଧିକାରୀ ସୁଜୟ ପତି ଓ ଟାଉନ ଥାନା ଅଧିକାରୀ ବୀରେନ୍ଦ୍ର ସେନାପତି ପ୍ରମୁଖ ଉତ୍ତ୍ୟକ୍ତ ଛାତ୍ରମାନଙ୍କୁ ବୁଝାଶୁଝା କରିବା ପରେ ସେମାନେ ଧାରଣାରୁ ଉଠିଥିଲେ। ଏହି ଘଟଣାରେ କୁଳିଅଣା ପୋଲିସ ଶିକ୍ଷାନୁଷ୍ଠାନ ଅଧ୍ୟକ୍ଷ ଓ ଜଣେ ଶିକ୍ଷକଙ୍କୁ ଗିରଫ କରିଥିବା ସୂଚନା ମିଳିଛି।

ଅଭିଯୋଗ ଅନୁଯାୟୀ, ବାଇଗଣବାଡ଼ିଆସ୍ଥିତ ଉକ୍ତ ବୈଷୟିକ ଶିକ୍ଷାନୁଷ୍ଠାନରେ ଆଦିବାସୀ ଛାତ୍ରମାନେ ବର୍ଷେ ହେଲା ଇଲେକ୍ଟ୍ରିକାଲ ଓ ଫିଟର ଟ୍ରେଡ୍‌ରେ ଅଧ୍ୟୟନ କରୁଥିଲେ। ପରୀକ୍ଷା ପାଇଁ ଅଗଷ୍ଟ ୧ରେ ସେମାନେ ଆସିଥିବା ବେଳେ ଆଡ୍‌ମିଟ କାର୍ଡରେ ଟ୍ରେଡ୍‌ ବଦଳିଯାଇଥିବା ଦେଖିବାକୁ ପାଇଥିଲେ। ଫଳରେ ଛାତ୍ରମାନେ ପରୀକ୍ଷା ଦେବାରେ ଅସମର୍ଥ ହେବା ନେଇ ଅଧ୍ୟକ୍ଷଙ୍କ ନିକଟରେ ଅଭିଯୋଗ କରିଥିଲେ। ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ଏହାର ସମାଧାନ ନ କରି ଛାତ୍ରମାନଙ୍କୁ ପରୀକ୍ଷା ଦେବାକୁ ବାଧ୍ୟ କରିଥିଲେ। ଏଥିରେ ଛାତ୍ରମାନେ ଅରାଜି ହେବାରୁ ଅଧ୍ୟକ୍ଷଙ୍କ ଭାଇ ଦିବ୍ୟଲୋଚନ ବାରିକ ସେମାନଙ୍କୁ ମାଡ଼ ମାରିଥିଲେ। ଏହାକୁ ନେଇ ୧୨ଜଣ ଛାତ୍ର ମଙ୍ଗଳବାର ଶିକ୍ଷାନଷ୍ଠାନ ଫାଟକ ସମ୍ମୁଖରେ ଧାରଣାରେ ବସିଥିଲେ। ଶିକ୍ଷାନୁଷ୍ଠାନ ପରିଚାଳକ, ଶିକ୍ଷକ ଓ ଅଧ୍ୟକ୍ଷଙ୍କ ଭାଇ ଛାତ୍ରମାନଙ୍କ ପାଖକୁ ଆସି ଜାତିଆଣ ଆକ୍ଷେପ କରି ଗାଳିଗୁଲଜ କରିବା ସହ ମାଡ଼ ମାରିଥିଲେ। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ପରେ ଛାତ୍ର ସଲମାନ ବେଶ୍ରାଙ୍କ ସାର୍ଟିଫିକେଟ ଦେବା ସହ ୧୨ଜଣ ଛାତ୍ରଙ୍କୁ କଲେଜରୁ ତଡ଼ି ଦିଆଯାଇଥିଲା। ମାଡ଼ ଖାଇବା ପରେ ଛାତ୍ରମାନେ ଦୀର୍ଘ ୧୨କି.ମି. ରାସ୍ତା ଚାଲି ଚାଲି ଆସି କୁଳିଅଣା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଛାତ୍ର ମଧୁସୂଦନ ହଁାସଦାଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା (ନଂ.୧୧୩/୨୨)ରୁଜୁ କରି ଚୁପ୍‌ ବସିଥିଲା। ପୋଲିସ ନୀରବତାକୁ ଦୃଷ୍ଟିରେ ରଖି ନ୍ୟାୟ ପାଇବା ଆଶାରେ ମଙ୍ଗଳବାର ରାତିରୁ ଛାତ୍ରମାନେ କୁଳିଅଣା ଥାନାଠାରୁ ପ୍ରାୟ ୩୦କି.ମି. ରାସ୍ତା ଜାତୀୟ ରାଜପଥ ପାର୍ଶ୍ୱରେ ଚାଲି ଚାଲି ଆସି ବୁଧବାର ଭୋର ୪ଟା ସମୟରେ ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ପହଞ୍ଚିଥିଲେ। ତେବେ ଛାତ୍ରମାନେ ସେଠାରେ ଧାରଣା ଦେବା ଜାଣି ପୋଲିସ ତରବରିଆ ଭାବେ ଶିକ୍ଷାନୁଷ୍ଠାନ ଅଧ୍ୟକ୍ଷ ତ୍ରିଲୋଚନ ଗିରି ଓ ଶିକ୍ଷକ ସତ୍ୟଜିତ ଗିରଙ୍କୁ ଗିରଫ କରିଥିଲା। ଛାତ୍ରମାନଙ୍କୁ ମାଡ଼ ମାରିଥିବା ଅଧ୍ୟକ୍ଷଙ୍କ ଭାଇଙ୍କୁ ତୁରନ୍ତ ଗିରଫ କରା ନ ଗଲେ ଆନ୍ଦୋଳନ ହେବ ବୋଲି ଛାତ୍ରମାନେ ଚେତାବନୀ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?