Posted inଖେଳ

କୋହଲିଙ୍କୁ ଫିଟ୍‌ନେସ୍‌କୁ ନେଇ ଆସିଲା ଅପ୍‌ଡେଟ୍‌

ଜୋହାନ୍ସବର୍ଗ,୭।୧:କେଏଲ ରାହୁଲଙ୍କ ନେତୃତ୍ୱରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ ହାରିଛି ଏବଂ ଏହି ପରାଜୟ ସହିତ ୩ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜରେ ୧-୧ ସ୍ତରକୁ ଆସିଛି। ଭାରତୀୟ ଟେଷ୍ଟ ଦଳର ନିୟମିତ ଅଧିନାୟକ ବିରାଟ କୋହଲି ଆହତ କାରଣରୁ ଦ୍ୱିତୀୟ ଟେଷ୍ଟରୁ ବାଦ ପଡିଥିଲେ। ଏଭଳି ପରିସ୍ଥିତିରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ଅନୁପସ୍ଥିତିରେ କେଏଲ ରାହୁଲ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଦଳର ନେତୃତ୍ୱ ନେଇଥିଲେ।
ଏହି ପରାଜୟ ପରେ କୋହଲି ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ତଥା ଶେଷ ଟେଷ୍ଟକୁ ଫେରିବେ କି ନାହିଁ ତାହା ଉପରେ ଏବେ କେବଳ ଗୋଟିଏ ପ୍ରଶ୍ନ ରହିଛି। କେପଟାଉନରେ ଖେଳାଯିବାକୁ ଥିବା ତୃତୀୟ ଟେଷ୍ଟ ଉଭୟ ଦଳ ପାଇଁ ନିର୍ଣ୍ଣାୟକ ଅଟେ। ଦ୍ୱିତୀୟ ମ୍ୟାଚ ହାରିଯିବା ପରେ ଭାରତର ଷ୍ଟାଣ୍ଡ-ଅଧିନାୟକ କେ.ଏଲ ରାହୁଲ କହିଛନ୍ତି ଯେ ବିରାଟ କୋହଲି ନେଟ୍ସରେ ଅଭ୍ୟାସ କରିବା ଆରମ୍ଭ କରିଛନ୍ତି। ଆଶା ସେ ତୃତୀୟ ଟେଷ୍ଟ ମ୍ୟାଚ ପାଇଁ ଫିଟ ହୋଇଯିବେ।
କ୍ୟାପଟେନ କୋହଲି ତାଙ୍କ ଉପର ପିଠିରେ ଯନ୍ତ୍ରଣା ଯୋଗୁ ଦ୍ୱିତୀୟ ଟେଷ୍ଟରୁ ବଞ୍ଚିତ ହୋଇଥିଲେ। ମ୍ୟାଚ ପରେ ଦଳର ମୁଖ୍ୟ କୋଚ ରାହୁଲ ଦ୍ରାବିଡ ମଧ୍ୟ କୋହଲିଙ୍କ ଫିଟନେସ ଉପରେ ଏକ ଅପଡେଟ ଦେଇଛନ୍ତି। ସେ କହିଛନ୍ତି ଯେ କୋହଲି ଫିଟ ଦେଖାଯାଉଛନ୍ତି ଏବଂ ନେଟ୍ସରେ ଅଭ୍ୟାସ କରୁଛନ୍ତି। ସେ ଫିଜିଓ ସହିତ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଆଲୋଚନା କରିନାହାଁନ୍ତି, କିନ୍ତୁ ସେ ଯାହା ଶୁଣୁଛନ୍ତି ଏବଂ ତାଙ୍କ ସହ କଥାବାର୍ତ୍ତା କରୁଛନ୍ତି, ଏଥିରୁ ଜଣାପଡୁଛି ଯେ ସେ ଫିଟ ହୋଇ ଯିବେ। ଆଶା ଅଛି ସେ ତୃତୀୟ ଟେଷ୍ଟ ଖେଳିବେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri