ରୋଗୀ ମୃତ୍ୟୁକୁ ନେଇ ମେଡିକାଲରେ ଉତ୍ତେଜନା

ଅନୁଗୋଳ ଅଫିସ, ୬ା୪: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ବୁଧବାର ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଥିଲା। ଚିକିତ୍ସା ଅବହେଳାରୁ ବଅଁରପାଳ ବ୍ଲକ ତଳମୂଳ ଅଞ୍ଚଳର ସୁବାଶିଷ ଦାସଙ୍କ ସ୍ତ୍ରୀ ଶିକ୍ଷା ପଟ୍ଟନାୟକ(୧୯)ଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ ଆଣିଥିଲେ। ପରେ ଘଟଣାସ୍ଥଳରେ ଅନୁଗୋଳ ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବାରୁ ପରିସ୍ଥିତି ଆୟତ୍ତକୁ ଆସିଥିଲା।
ମୃତକଙ୍କ ପରିବାର ଲୋକଙ୍କ କହିବା ଅନୁଯାୟୀ, ବୁଧବାର ଅପରାହ୍ନରେ ଶିକ୍ଷା ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। କାଜୁଆଲଟିରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଭର୍ତ୍ତି କରାଯାଇଥିଲା। ସେଠାକୁ ରୋଗୀ ନିଜେ ଚାଲିକରି ଯାଇଥିବା ବେଳେ ଔଷଧ ଓ ସାଲାଇନ୍‌ ଦେବାର ୧୦ ମିନିଟ୍‌ ପରେ ତାଙ୍କର ମୃତ୍ୟୁ ହୋଇଥିଲା। ଭୁଲ ଚିକିତ୍ସା କରି ମେଡିକାଲ କର୍ତ୍ତୃପକ୍ଷ ରୋଗୀଙ୍କୁ ମାରିଦେଲେ। ତେବେ ଏ ନେଇ ଅଭିଯୋଗ କରିବାରୁ ମେଡିକାଲ କର୍ତ୍ତୃପକ୍ଷ ଲୋକଙ୍କୁ ନାଲି ଆଖି ଦେଖାଇଥିବା ମୃତକଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏହାକୁ ନେଇ ମେଡିକାଲ ପରିସରରେ ଉତ୍ତେଜନା ଦେଖାଦେଇଥିଲା। ମେଡିକାଲ କର୍ତ୍ତୃପକ୍ଷ ତୁରନ୍ତ ବୁଝାଶୁଝା କରିଥିଲେ ମଧ୍ୟ କିଛି ସୁଫଳ ମିଳି ନ ଥିଲା। ପରେ ଅନୁଗୋଳ ପୋଲିସ ପହଞ୍ଚତ୍ ସ୍ଥିତି ନିୟନ୍ତ୍ରଣ କରିଥିଲା। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ ଘଟଣା ଜଣାପଡ଼ିବ ବୋଲି ପୋଲିସ ପ୍ରତିଶ୍ରୁତି ଦେଇଥିବା ଜଣାପଡ଼ିଛି। ଏ ନେଇ ଏଡିଏମ୍‌ଓ (ମେଡିକାଲ) ମାନସ ରଞ୍ଜନ ବିଶ୍ୱାଳଙ୍କ ସହ ଯୋଗାଯୋଗ କରାଯାଇଥିଲେ ହେଁ ସେ ମିଟିଂରେ ଥିବାରୁ ପ୍ରତିକ୍ରିୟା ଦେଇପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri