କଟକ: ୪୧ କେନ୍ଦ୍ରରେ ହେବ ୟୁପିଏସ୍‌ସି ପ୍ରିଲିମ୍‌ନାରି ପରୀକ୍ଷା

କଟକ ଅଫିସ,୨।୧୦: ଆସନ୍ତା ୪ ତାରିଖରେ ଦୁଇଟି ସିଟିଂରେ ଭାରତୀୟ ପ୍ରଶାସନିକ ସେବା ପାଇଁ ୟୁପିଏସ୍‌ସି ପ୍ରିଲିମ୍‌ନାରୀ ପରୀକ୍ଷା ହେବ। କଟକର ୪୧ଟି କେନ୍ଦ୍ରରେ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଏହି ସମସ୍ତ କେନ୍ଦ୍ରରେ ସୁଚାରୁ ରୂପେ ପରୀକ୍ଷା ପରିଚାଳନା କରିବା ପାଇଁ ୩ ଜଣ ବରିଷ୍ଠ ଆଇଏଏସ୍‌ ଅଧିକାରୀଙ୍କୁ ରାଜ୍ୟ ସରକାର ପର୍ଯ୍ୟବେକ୍ଷକ ଭାବେ ନିୟୋଜିତ କରିଛନ୍ତି। ସମ୍ପୃକ୍ତ ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱ ତଥା ଆବଶ୍ୟକ କାର୍ଯ୍ୟକ୍ରମ ନେଇ ଗୁରୁବାର ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଭବାନୀ ଶଙ୍କର ଚୟନୀ ଅଧ୍ୟକ୍ଷତା କରିଥିଲେ। ପରୀକ୍ଷା ତଦାରଖ ଲାଗି ଜିଲାର ୧୨ ଜଣ ବରିଷ୍ଠ ବିଭାଗୀୟ ଅଧିକାରୀ ଆସିଷ୍ଟାଣ୍ଟ କୋର୍ଡିନେଟିଂ ସୁପରଭାଇଜର ଭାବେ ଦାଇତ୍ୱ ତୁଲାଇବେ। ସେମାନେ ଜିଲାପାଳ ତଥା କୋର୍ଡିନେଟିଂ ସୁପରଭାଇଜରଙ୍କୁ ସହଯୋଗ କରିବେ। ଏଥିସହ କେନ୍ଦ୍ରରେ ସୁବ୍ୟବସ୍ଥା ଓ ପରୀକ୍ଷା ଆୟୋଜନ ନିରୀକ୍ଷଣ ନିମନ୍ତେ ୪୧ ଜଣ ଅଧିକାରୀଙ୍କୁ ନିରୀକ୍ଷକ ଅଧିକାରୀ ଭାବେ ନିୟୋଜିତ କରାଯାଇଛି। ପରୀକ୍ଷା କେନ୍ଦ୍ରରେ କୋଭିଡ୍‌ ନିୟମ ପାଳନ କରାଯାଇ ସାନିଟାଇଜେସନ ଓ ଆବଶ୍ୟକ ବ୍ୟବସ୍ଥା କରାଯିବ। ଏଥିଲାଗି ସମ୍ପୃକ୍ତ ଅଧିକାରୀମାନଙ୍କୁ ତାଲିମ ଦିଆଯାଇଛି। ପରୀକ୍ଷା କେନ୍ଦ୍ରରେ ବିଦ୍ୟୁତ ଓ ପାନୀୟଜଳ ବ୍ୟବସ୍ଥା ସହ ଦୂରତା ରକ୍ଷା କରି ସିଟିଂ ବ୍ୟବସ୍ଥା କରାଯିବା ଉପରେ ଗୁରୁତ୍ୱ ଦିଆଯାଇଛି ବୋଲି ଜିଲାପାଳ ଚୟନୀ କହିଛନ୍ତି। ସୂଚନାଯୋଗ୍ୟ, କଟକର ୪୧ କେନ୍ଦ୍ରରେ ସମୁଦାୟ ୧୭୧୪୨ ପରୀକ୍ଷାର୍ଥୀ ଯଥାକ୍ରମେ ସକାଳ ୯.୩୦ରୁ ୧୧.୩୦ ଏବଂ ଅପରାହ୍ନ ୨.୩୦ରୁ ୪.୩୦ ପର୍ଯ୍ୟନ୍ତ ପରୀକ୍ଷା ଦେବେ। ଏହି ବୈଠକରେ ୟୁପିଏସସିର ବରିଷ୍ଠ ଅଧିକାରୀ ବି.କେ ସାହୁ, ଅତିରିକ୍ତ ଜିଲାପାଳ ପୂର୍ଣ୍ଣଚନ୍ଦ୍ର ମିଶ୍ରଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri