ନଭେମ୍ବରରେ ଭାରତ ଗସ୍ତରେ ଆସିବେ ଆମେରିକା ଅର୍ଥ ସଚିବ

ଓ୍ବାଶିଂଟନ,୧୨।୧୦: ଆମେରିକା ଅର୍ଥ ସଚିବ ଜାନେଟ୍‌ ୟେଲେନ୍‌ ନଭେମ୍ବର ମାସରେ ଭାରତ ଗସ୍ତରେ ଆସିବେ। ସେ ଆମେରିକା-ଭାରତ ଅର୍ଥନୀତି ଓ ଫାଇନାନ୍ସିଆଲ ସହଭାଗିତା ବୈଠକର ନବମ ସଂସ୍କରଣରେ ଯୋଗଦେବେ। ବିଶ୍ୱ ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ଚ୍ୟାଲେଞ୍ଜକୁ ସାମ୍‌ନା କରିବାକୁ ହେଲେ ଦୁଇ ରାଷ୍ଟ୍ର ମଧ୍ୟରେ ଦୃଢ଼ ସମ୍ପର୍କ ରକ୍ଷା ଉପରେ ଜାନେଟ୍‌ ଜୋର୍‌ ଦେଇଆସୁଛନ୍ତି। ସେ ତାଙ୍କର ଭାରତ ପ୍ରତିପକ୍ଷ ନିର୍ମଳା ସୀତାରାମନ୍‌ଙ୍କୁ ଭେଟିବା ପରେ ନୂଆଦିଲ୍ଲୀ ଗସ୍ତ ସମ୍ପର୍କରେ ଘୋଷଣା କରିଛନ୍ତି। ଜି୨୦ ବୈଠକ ପୂର୍ବରୁ ସେ ଅର୍ଥ ସଚିବ ଭାବେ ଭାରତକୁ ପ୍ରଥମ ଗସ୍ତ କରିବେ ବୋଲି କହିଛନ୍ତି। ସୂଚନାଯୋଗ୍ୟ, ଭାରତର ଅର୍ଥମନ୍ତ୍ରୀ ସୀତାରାମନ୍‌ ନିକଟରେ ଓ୍ବାଶିଂଟନ ଡିସି ଗସ୍ତରେ ଯାଇ ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି ଏବଂ ବିଶ୍ୱବ୍ୟାଙ୍କର ବାର୍ଷିକ ବୈଠକରେ ଯୋଗଦେଇଥିଲେ। ଏଥିସହିତ ସେ ଏକାଧିକ ନେତାଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri