ପଲିଥିନ୍‌ ବ୍ୟବହାର ବଢ଼ୁଛି, ପ୍ରଶାସନ ନୀରବଦ୍ରଷ୍ଟା

ପଟ୍ଟାମୁଣ୍ଡାଇ, ୩୦ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହର ଓ ଆଖପାଖ ଅଞ୍ଚଳରେ ପଲିଥିନ୍‌ ଏବଂ ଥର୍ମୋକୁଲ ବ୍ୟବହାର ଦିନକୁଦିନ ବଢ଼ିବାରେ ଲାଗିଛି। ପଟ୍ଟାମୁଣ୍ଡାଇ ବଜାର ଡେଲି ମାର୍କେଟ, କଲେଜ ରୋଡ ଓ ରାଧାରମଣ ମଠ ନିକଟରେ ବ୍ୟବହାର କରାଯାଇଥିବା କୁଢ଼କୁଢ଼ ପଲିଥିନ ଗ୍ଲାସ ଓ ଥର୍ମୋକୁଲ ଥାଳି, ଗିନା ପଡିଛି। ବଜାରରେ ଏହା ଖୁଲମଖୁଲା ବିକ୍ରି ଓ ବ୍ୟବହାର ହେଉଛି। ହୋଟେଲ, ପାନ ଦୋକାନ, ଜଳଖିଆ ଦୋକାନ, ପନିପରିବା, ତେଜରାତି, ମାଛ, ମାଂସ ଦୋକାନରେ ପଲିଥିନ୍‌ ଓ ଥର୍ମୋକୁଲ ଥାଳି, ଗିନା ବ୍ୟବହାର କରାଯାଉଛି। ଖାଲୁଆ ଜାଗାରେ ପଲିଥିନ୍‌ ପଡ଼ିବା ସହ ଏଣେତେଣେ ଉଡ଼ି ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି କରୁଛି। ବର୍ଷା ସମୟରେ ଜଳ ନିଷ୍କାସନରେ ବାଧା ଉପୁଜୁଛି। ସର୍ବଜନସାଧାରଣ ରାସ୍ତାରେ ପଲିଥିନ ଜମି ରହିବାରୁ ସେଥିରୁ ଦୁର୍ଗନ୍ଧ ବାହାରୁଛି। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ପୌର ପ୍ରଶାସନ ଏ ନେଇ କୌଣସି ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ଦିନକୁଦିନ ପଲିଥିନ୍‌ ବେପାର ଜମୁଛି। ସକାଳୁ ପୌରସଂସ୍ଥାର ସ୍ବଚ୍ଛ ସବାରି ଗାଡ଼ି ସାହି ଗଳିକନ୍ଦିରେ ବୁଲୁଥିବାବେଳେ ସେଥିରେ ଲାଗିଥିବା ଡ଼ାକବାଜି ଯନ୍ତ୍ରରେ ସ୍ବଚ୍ଛତାକୁ ନେଇ ସଙ୍ଗୀତ ବାଜୁଛି। କିନ୍ତୁ ସହରର ବିଭିନ୍ନ ସ୍ଥାନରେ ଏବେ ପଲିଥିନ ଗ୍ଲାସ ଓ ଥର୍ମୋକୁଲ ଅଳିଆ ଆବର୍ଜନା କୁଢ଼କୁଢ଼ ହୋଇ ପଡ଼ିଥିବା ଦେଖିବାକୁ ମିଳୁଛି। ପରିବେଶ ସୁରକ୍ଷା ଆଇନ ଧାରା ୧୫ ଓ ୧୬/୧୯୮୬ ଅନୁଯାୟୀ ୨୦ ମାଲକ୍ରୋନରୁ କମ୍‌ ପଲିଥିନ୍‌ ଆମଦାନୀ, ଗଚ୍ଛିତ ଓ ବିକ୍ରୟ ଅପରାଧ ହୋଇଥିବା ବେଳେ ପ୍ରଦୂଷଣମୁକ୍ତ କରିବାକୁ ପଲିଥିନ ବ୍ୟବହାର ନିଷେଧ ହୋଇଛି। ପ୍ରଶାସନ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ପଲିଥିନମୁକ୍ତ ଓ ସଚେତନତା ସୃଷ୍ଟି କରିବା ପାଇଁ ସାଧାରଣରେ ଦାବି ହେଉଛି। ଏ ସମ୍ପର୍କରେ ପୌର ନିର୍ବାହୀ ଅଧିକାରୀ ସମ୍ପଦ ସ୍ବାଇଁଙ୍କୁ ପଚାରିବାରୁ ପୌର ପରିଷଦ ପକ୍ଷରୁ ସମସ୍ତ ଦୋକାନୀ ଓ ହୋଲସେଲରମାନଙ୍କୁ ନୋଟିସ କରାଯାଇଛି। ଯଦି ନିର୍ଦ୍ଦେଶକୁ କେହି ଅବମାନନା କରନ୍ତି, ତେବେ ଆସନ୍ତା ଜୁଲାଇରୁ ସେମାନଙ୍କୁ ଜରିମାନା କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା: ୩ ମନ୍ତ୍ରୀଙ୍କ କଟିଲା ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ ଘୋଷଣା କରିଛନ୍ତି।

ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କାଟି ବର୍ଷାଙ୍କ ଉପରେ ଭରସା

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କଟିଛି। ତାଙ୍କ...

ବିଜେଡି ବିଧାନସଭା ପ୍ରାର୍ଥୀ ତାଲିକା: ରଘୁନାଥ ସାହୁଙ୍କୁ ମିଳିଲା ଏହି ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ତାଲିକାରେ ରହିଛି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାଁ। ସେ ବଡ଼ଚଣାରୁ...

କେନ୍ଦ୍ରାପଡ଼ାରୁ ଗଣେଶ୍ୱର, ବଡ଼ଚଣାରୁ ଲଢ଼ିବେ…

ଭୁବନେଶ୍ୱର,୨୦।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡି ପକ୍ଷରୁ ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ...

ବର୍ଷାଙ୍କୁ ମିଳିଲା ଟିକେଟ୍‌, ଏହି ଠୁ ଲଢିବେ…

ଭୁବନେଶ୍ୱର,୨୦।୪: ୬ଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ନିକଟରେ ବିଜୁ ଜନତା ଦଳରେ ଯୋଗ ଦେଇଥିବା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ଦଳ...

ସକାଳୁ ନିଆଁବର୍ଷା! ୩୫ ଛୁଇଁଲାଣି ପାରା

ଭୁବନେଶ୍ୱର,୨୦।୪: ଆଜି ବି କଲବଲ କରିବ ତାତି । ସକାଳୁ ଛୁଇଁଲାଣି ୩୫ । ଆଜି ସକାଳ ୮ଟା ସୁଦ୍ଧା ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା...

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା କେଉଁ ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି। ବଡ଼ଚଣାରୁ ଲଢିବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ସେହିପରି ଚିଲିକାରୁ ରଘୁନାଥ ସାହୁ, କେନ୍ଦ୍ରାପଡ଼ାରୁ ଗଣେଶ୍ବର ବେହେରା,...

ରାଜନୀତିରେ ରାଜାରାଣୀ, ଜୋରଦାର ହେବ ଲଢେଇ

ଭୁବନେଶ୍ୱର,୨୦।୪: ୨୦୨୪ ନିର୍ବାଚନରେ ଓଡିଶା ଦେଖିବାକୁ ଯାଉଛି ଭିନ୍ନ ଧରଣର ଲଢେଇ। କାରଣ ଏଥର ରାଜ୍ୟ ରାଜନୀତିକୁ ଏଣ୍ଟ୍ରି ମାରିଛନ୍ତି ରାଜ ପରିବାର। ମଇଦାନରେ ଜନତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri