Posted inଜାତୀୟ

୬୦ ପ୍ରତିଶତ କରୋନା ରୋଗୀଙ୍କ ଜୀବନ ବଞ୍ଚାଇଛି ଟିକା

ନୂଆଦିଲ୍ଲୀ,୨୨।୮: ପ୍ରାୟ ୬.୫ ପ୍ରତିଶତ କରୋନା ରୋଗୀ ହସ୍ପିଟାଲରୁ ଡିସଚାର୍ଜ ହେବା ପରେ ମୃତ୍ୟୁବରଣ କରିଛନ୍ତି। କରୋନା ସଂକ୍ରମଣ ହେବା ପରେ ଯେଉଁମାନେ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ, ସେମାନଙ୍କଠାରେ ସଂକ୍ରମଣର ପ୍ରଭାବ ଦୀର୍ଘ ସମୟ ଧରି ଦେଖାଯାଇଥିଲା। ଡାକ୍ତରଖାନାରୁ ଡିସଚାର୍ଜ ହେବାର ଗୋଟିଏ ବର୍ଷ ପରେ ପୁରୁଷ ରୋଗୀଙ୍କ ମୃତ୍ୟୁ ହେବାର ସର୍ବାଧିକ ଆଶଙ୍କା ରହିଥିଲା। ତେବେ ହସ୍ପିଟାଲରୁ ଘରକୁ ଫେରିବା ପରେ କରୋନା ଟିକା ନେଇଥିବା ଲୋକଙ୍କ ମଧ୍ୟରୁ ୬୦ ପ୍ରତିଶତ ଲୋକଙ୍କ ଜୀବନ ମଧ୍ୟ ବଞ୍ଚାଇ ଦିଆଯାଇଥିଲା।
ଇଣ୍ଡିଆନ ଜର୍ନାଲ ଅଫ ମେଡିକାଲ ରିସର୍ଚ୍ଚରେ ପ୍ରକାଶିତ ଏକ ଅଧ୍ୟୟନରେ ଅନୁସନ୍ଧାନକାରୀମାନେ କହିଛନ୍ତି ଯେ, କରୋନା ପାଇଁ ସ୍ଥାପିତ ନ୍ୟାଶନାଲ କ୍ଲିନିକାଲ ରେଜିଷ୍ଟ୍ରି ଅଧୀନରେ ଦେଶର ୩୧ଟି ହସ୍ପିଟାଲରେ ଭର୍ତ୍ତି ହୋଇଥିବା ରୋଗୀଙ୍କ ଉପରେ ଏହି ଅଧ୍ୟୟନ କରାଯାଇଛି। ଏଥିପାଇଁ ସମୁଦାୟ ୧୪,୪୧୯ ରୋଗୀ ଚୟନ କରାଯାଇଥିଲା, ଯାହାର ଅନୁସନ୍ଧାନକାରୀ ଦଳ ଡାକ୍ତରଖାନାରୁ ଘରକୁ ଯିବା ପରେ ଅତି କମରେ ଥରେ ଫୋନରେ ଫଲୋଅପ୍‌ କରିଥିଲେ। ଅନୁସନ୍ଧାନରୁ ଜଣାପଡିଛି ଯେ, ଡାକ୍ତରଖାନାରୁ ଡିସଚାର୍ଜ ହେବାର ଏକ ବର୍ଷ ମଧ୍ୟରେ ୯୪୨ (୬.୫%) ଲୋକଙ୍କର ମୃତ୍ୟୁ ଘଟିଛି। ଏହି ରୋଗୀମାନେ ସଂକ୍ରମିତ ହେବା ପୂର୍ବରୁ ଅନ୍ୟ ରୋଗରେ ଆକ୍ରାନ୍ତ ହୋଇଥିଲେ। ଅନୁସନ୍ଧାନକାରୀମାନେ ଚଳିତ ବର୍ଷ ଫେବୃଆରୀ ପର୍ଯ୍ୟନ୍ତ ରୋଗୀମାନଙ୍କ ସହିତ ଅନୁସନ୍ଧାନ କରିଥିଲେ।
ଆଇସିଏମଆର ଅନୁଯାୟୀ, ଅଧ୍ୟୟନରୁ ଏହା ମଧ୍ୟ ଜଣାପଡିଛି ଯେ ୪୦ ବର୍ଷରୁ ଅଧିକ ବୟସ୍କ ଏବଂ ଅନ୍ୟ ରୋଗରେ ଆକ୍ରାନ୍ତ ଥିବା ପୁରୁଷ ରୋଗୀଙ୍କ ହସ୍ପିଟାଲରୁ ଡିସଚାର୍ଜ ହେବାର ଏକ ବର୍ଷ ମଧ୍ୟରେ ମୃତ୍ୟୁ ହେବାର ଆଶଙ୍କା ଅଧିକ ରହିଛି। ସମାନ ବିଶ୍ଳେଷଣରେ ଏହା ମଧ୍ୟ ଜଣାପଡିଛି ଯେ, ହସ୍ପିଟାଲରେରୁ ଡିସଚାର୍ଜ ହେବା ପରେ କରୋନା ଟିକା ନେଇଥିବା ଲୋକଙ୍କ ମଧ୍ୟରେ ମୃତ୍ୟୁ ଆଶଙ୍କା ୬୦% ହ୍ରାସ ପାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri