ଟିକା ଅନୁପାତ ୯୫:୫ ରହୁ

ଭୁବନେଶ୍ୱର, ୨୭।୬(ବ୍ୟୁରୋ): ଟିକା ଅନୁପାତରେ ପରିବର୍ତ୍ତନ କରିବା ପାଇଁ କେନ୍ଦ୍ରକୁ ଚିଠି ଲେଖିଛି ଓଡ଼ିଶା। ଘରୋଇ ହସ୍ପିଟାଲକୁ ୨୫ ପ୍ରତିଶତ ପରିବର୍ତ୍ତେ ୫ ପ୍ରତିଶତ ଟିକା ଯୋଗାଣ ପାଇଁ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଶନିବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷ ବର୍ଦ୍ଧନଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି। ପରିବର୍ତ୍ତିତ କୋଭିଡ୍‌ ଟିକାକରଣ ଗାଇଡ୍‌ଲାଇନ ଅନୁଯାୟୀ, ଘରୋଇ ହସ୍ପିଟାଲଗୁଡ଼ିକ ଟିକା ପ୍ରସ୍ତୁତ କମ୍ପାନୀଠାରୁ ସିଧାସଳଖ ଭାବେ ୨୫ ପ୍ରତିଶତ ଟିକା କିଣିପାରିବେ। ଏବେ ସୁଦ୍ଧା ଓଡ଼ିଶାର ୭ଟି ହସ୍ପିଟାଲ କମ୍ପାନୀଠାରୁ ଟିକା ପାଇଛନ୍ତି। ଓଡ଼ିଶାରେ ଲୋକସଂଖ୍ୟା ଅନୁପାତରେ ଘରୋଇ ହସ୍ପିଟାଲ ସଂଖ୍ୟା ବହୁତ କମ୍‌। ଏହା ରାଜ୍ୟରେ ସ୍ବାସ୍ଥ୍ୟ କ୍ଷେତ୍ରରେ ମାତ୍ର ୫ ପ୍ରତିଶତ। ତେଣୁ ୭୫ ଓ ୨୫ ଅନୁପାତକୁ ପରିବର୍ତ୍ତନ କରି ୯୫ ଓ ୫ ପ୍ରତିଶତ କରିବା ପାଇଁ ସେ ଦାବି କରିଛନ୍ତି। ଯାହା ଫଳରେ ରାଜ୍ୟର ଅନୁପାତ ହାରରେ ଘରୋଇ ହସ୍ପିଟାଲଗୁଡ଼ିକ ଆବଶ୍ୟକ ଟିକା କିଣି ପାରିବେ। ତେଣୁ ଏ ଦିଗରେ ବିହିତ ପଦକ୍ଷେପ ଗ୍ରହଣ କରିବା ପାଇଁ ନବ ଦାସ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।

ସୂଚନାଯୋଗ୍ୟ, ଟିକାକରଣ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିବା ପାଇଁ ଗତ ୮ତାରିଖରେ କେନ୍ଦ୍ର ସରକାର ନିର୍ଦ୍ଦେଶାବଳୀକୁ ସଂଶୋଧନ କରିଥିଲେ। ଯାହା ଜୁନ୍‌ ୨୧ରୁ ସାରା ଦେଶରେ ଲାଗୁ ହୋଇଛି। ଗାଇଡ୍‌ଲାଇନରେ ଘରୋଇ ଉତ୍ପାଦକମାନେ ସେମାନଙ୍କ ମାସିକ ଟିକା ଉତ୍ପାଦନର ୨୫ ପ୍ରତିଶତ ଘରୋଇ ଡାକ୍ତରଖାନାକୁ ବିକ୍ରି କରିପାରିବେ ବୋଲି ଉଲ୍ଲେଖ ରହିଛି। ରାଜ୍ୟକୁ ବର୍ତ୍ତମାନ ସରକାରୀ ଓ ଘରୋଇ ଅନୁପାତରେ ଯଥାକ୍ରମେ ୭୫:୨୫ ଦିଆଯାଉଛି। ଯାହାକି ରାଜ୍ୟ ସରକାରଙ୍କ ଟିକାକରଣ ଲକ୍ଷ୍ୟକୁ ପୂରଣ କରିପାରୁ ନାହିଁ। ତେଣୁ ଏହାକୁ ସଂଶୋଧନ କରି ୯୫:୫ ଅନୁପାତରେ ଦେବା ପାଇଁ କେନ୍ଦ୍ରକୁ ଅନୁରୋଧ କରାଯାଇଛି। ଏନେଇ ପୂର୍ବରୁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଗତ ୧୪ ତାରିଖରେ କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କୁ ମଧ୍ୟ ଚିଠି ଲେଖି ଅନୁରୋଧ କରିଥିଲେ।

ଏଠାରେ ଉଲ୍ଲେଖଯୋଗ୍ୟ, ରାଜ୍ୟରେ ଟିକାକରଣକୁ ଜୋରଦାର କରିବା ପାଇଁ ସରକାର ପ୍ରସ୍ତୁତ ଥିଲେ ମଧ୍ୟ ଟିକା ଅଭାବ ଲକ୍ଷ୍ୟ ପୂରଣ କରିବାରେ ବାଧା ସୃଷ୍ଟି କରୁଛି। ଗତ ୨୧ରୁ ରାଜ୍ୟରେ କ୍ୟାମ୍ପେନ୍‌ ମୋଡ୍‌ରେ ଟିକାକରଣ ଆରମ୍ଭ ହୋଇଛି। ଦୈନିକ ୩ଲକ୍ଷ ଟିକାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ଲକ୍ଷ୍ୟ ରଖିଥିଲା। କ୍ୟାମ୍ପେନ୍‌ ମୋଡ୍‌ର ପ୍ରଥମ ଦିନରେ ଲକ୍ଷ୍ୟ ପୂରଣ ହୋଇଥିଲା। ପ୍ରଥମ ଦିନରେ ୧,୬୧୩ ଟିକାକେନ୍ଦ୍ରରେ ରେକର୍ଡ ସଂଖ୍ୟକ ୩,୩୨,୭୧୭ ଟିକାକରଣ ହୋଇଥିଲା। କିନ୍ତୁ ଏହାପରେ ଆଉ ୩ ଲକ୍ଷ ଟପିପାରିନି। ଟିକା ଆବଣ୍ଟନ ଅନୁପାତରେ ପରିବର୍ତ୍ତନ କଲେ ରାଜ୍ୟରେ ଶତ ପ୍ରତିଶତ ଟିକାଦାନ ଲକ୍ଷ୍ୟ ପୂରଣ ହେବ ବୋଲି ନବ ଦାସ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି। ତେବେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୧୪,୧୪,୬୪୪ ଡୋଜ୍‌ ଟିକାକରଣ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ…

ସରକାରଙ୍କ ବଡ଼ ଘୋଷଣା ରାକ୍ଷୀ ପୂର୍ଣ୍ଣିମାଠାରୁ ପ୍ରତି ମାସରେ ମହିଳାଙ୍କ ଖାତାକୁ ଆସିବ ୨୫୦୦ଟଙ୍କା

ନୂଆଦିଲ୍ଲୀ,୨୮।୭: ରକ୍ଷା ବନ୍ଧନ ପୂର୍ବରୁ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ୟାବିନେଟ ନିଷ୍ପତ୍ତି ମାଧ୍ୟମରେ ଦିଲ୍ଲୀର ଭଉଣୀମାନଙ୍କୁ…

କେରଳ ଦାଦନ ଖଟିବାକୁ ଯାଇ ଯୁବକ ମୃତ: ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା

ଜି.ଉଦୟଗିରି,୨୮।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲାରୁ ସୁଦୂର କେରଳରେ ଦାଦନ ଖଟିବାକୁ ଯାଇ ଯୁବକଙ୍କ ମୃତ୍ୟୁ ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା…

କଙ୍ଗନାଙ୍କ ବିବାଦୀୟ ବୟାନର ଜବାବ ରଖିଲା CJP

ନୂଆଦିଲ୍ଲୀ,୨୮।୭: ଭାଜପା ଏମପି କଙ୍ଗନା ରାଣାୱତଙ୍କ Gen-Z ସମ୍ପର୍କରେ ମନ୍ତବ୍ୟକୁ ନେଇ ବିବାଦ ଦେଖାଦେଇଛି; ସେ Gen-Zକୁ ‘ଜେନେରେଶନ ଗଟର’ ବୋଲି କହିଥିଲେ। ‘କକ୍ରୋଚ ଜନତା ପାର୍ଟି’ର…

ଶ୍ରାବଣରେ ଏହି ୩ ଗ୍ରହଙ୍କ ଚାଲିରେ ହେବ ବଡ଼ ପରିବର୍ତ୍ତନ, ୪ ରାଶିଙ୍କ ବଢ଼ିପାରେ ସମସ୍ୟା! ରୁହନ୍ତୁ ସତର୍କ…

ଶ୍ରାବଣ ମାସରେ ଭଗବାନ ଶିବଙ୍କୁ ପୂଜା କରାଯାଏ। ଏହି ମାସରେ ମହାଦେବଙ୍କ ବିଶେଷ ପୂଜାର୍ଚ୍ଚନା ଏବଂ ଜଳାଭିଷେକର ବିଧାନ ରହିଛି। ଦୃକ ପଞ୍ଚାଙ୍ଗ ଅନୁସାରେ, ଏହି ବର୍ଷ…

ପୁଅ ନେଲା ବାପାଙ୍କ ଜୀବନ

କୁଚିଣ୍ଡା,୨୮।୭(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ଧୂଡିପାଲି ପଞ୍ଚାୟତ ମନାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ କେନ୍ଦ୍ର କରି ପୁଅର…

ଶ୍ରାବଣ ସୋମବାର ପାଇଁ ଅଛି କି ସ୍ୱତନ୍ତ୍ର ଡ୍ରେସ କୋଡ? ଜାଣନ୍ତୁ ଜିନ୍ସ-ଟିସାର୍ଟ ପିନ୍ଧି ପୂଜା କରିପାରିବେ କି ନାହିଁ…

ସନାତନ ଧର୍ମରେ ଶ୍ରାବଣ ମାସକୁ ଅତ୍ୟନ୍ତ ପବିତ୍ର, ମଙ୍ଗଳକାରୀ ଏବଂ ଆଧ୍ୟାତ୍ମିକ ଦୃଷ୍ଟିକୋଣରୁ ବିଶେଷ ଗୁରୁତ୍ୱପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ଏହି ମାସ ଭଗବାନ ଶିବଙ୍କୁ…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri