୧୮୩ ଘରୋଇ ହସ୍ପିଟାଲରେ ଦିଆଯିବ କୋଭିଡ୍‌ ଟିକା

ଭୁବନେଶ୍ୱର,୨୭।୨(ବ୍ୟୁରୋ): ରାଜ୍ୟରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ) ଅଧୀନରେ ଥିବା ୧୮୩ଟି ଘରୋଇ ହସ୍ପିଟାଲକୁ ପ୍ରାଇଭେଟ୍‌ କୋଭିଡ୍‌ ଭ୍ୟାକ୍ସିନେଶନ ସେଣ୍ଟର (ପିସିଭିସି) କରାଯିବ। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଶୁକ୍ରବାର ସମସ୍ତ ଜିଲାପାଳ ଓ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖିଛନ୍ତି। ଏହି ୧୮୩ଟି ଘରୋଇ ହସ୍ପିଟାଲରେ ଟିକାକରଣ ନିମନ୍ତେ ଆବଶ୍ୟକ ସୁବିଧା କରିବା ପାଇଁ ପଦକ୍ଷେପ ନେବାକୁ ମହାପାତ୍ର କହିଛନ୍ତି। ବିଶେଷକରି ହସ୍ପିଟାଲରେ ପର୍ଯ୍ୟାପ୍ତ କୋଲ୍ଡ ଚେନ୍‌ ସରଞ୍ଜାମ ଓ କ୍ଷମତା, ପ୍ରତୀକ୍ଷା ଗୃହ, ଟିକାକରଣ ଗୃହ ଓ ଟିକାକରଣ ପରେ ନିରୀକ୍ଷଣ ଗୃହ, ପର୍ଯ୍ୟାପ୍ତ ପ୍ରଶିକ୍ଷିତ ଟିକା ପ୍ରଦାନକାରୀ ଏବଂ ଟିକାକରଣ ପାଇଁ ସବୁ ପ୍ରକାର ନିୟମ ପାଳନ କରିବା ଲାଗି ବ୍ୟବସ୍ଥା କରିବାକୁ କୁହାଯାଇଛି।
ଅନ୍ୟପକ୍ଷରେ ଉକ୍ତ ଘରୋଇ ହସ୍ପିଟାଲଗୁଡ଼ିକରେ କରୋନା ଟିକାକରଣ ନେଇ ଏକ ସମସ୍ୟା ଦେଖାଦେଇଛି। ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହୋଇନାହିଁ। ସରକାର ନିଜସ୍ବ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ବିଏସ୍‌କେୱାଇରେ ସାମିଲ ୧୮୩ ଘରୋଇ ହସ୍ପିଟାଲରେ କରୋନା ଟିକାକରଣ ପାଇଁ ଅନୁମତି ଦେବାକୁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଛନ୍ତି। ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ କହିଛନ୍ତି, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଅଧୀନ ୧୮୩ଟି ହସ୍ପିଟାଲକୁ ଟିକାକରଣରେ ସାମିଲ କରିବା ପାଇଁ କେନ୍ଦ୍ର ସରକାରଙ୍କୁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଚିଠି ଲେଖିଛି। ଶୁକ୍ରବାର କେନ୍ଦ୍ର ସହ ହୋଇଥିବା ବୈଠକରେ ମଧ୍ୟ ଏ ନେଇ ଆଲୋଚନା ହୋଇଛି। ହସ୍ପିଟାଲ ସାମିଲ ହେବା ପରେ ସେଠାରେ ମାଗଣା ଟିକା ମିଳିବ କି ନାହିଁ, ସେନେଇ କେନ୍ଦ୍ର ସରକାର ନିଷ୍ପତ୍ତି ନେବେ। ସରକାରୀ ହସ୍ପିଟାଲରେ ମାଗଣା ଟିକା ଦିଆଯିବ ଓ ଘରୋଇ ହସ୍ପିଟାଲରେ କିଛି ଅର୍ଥ ଦେବାକୁ ପଡ଼ିବ। ତେବେ କେତେ ଟଙ୍କା ଦେବାକୁ ପଡ଼ିବ, ତାହା ଠିକ୍‌ ହୋଇନାହିଁ। ଏ ନେଇ କେନ୍ଦ୍ର ସରକାର ନିଷ୍ପତ୍ତି ନେବେ। ତୃତୀୟ ପର୍ଯ୍ୟାୟ ଟିକାକରଣ ପାଇଁ ବର୍ତ୍ତମାନ ଆମ ପାଖରେ ଟିକା ମହଜୁଦ ଅଛି ବୋଲି ଡା. ପାଣିଗ୍ରାହୀ ସୂଚନା ଦେଇଛନ୍ତି।
ରାଜ୍ୟରେ ଚାଲିଥିବା ଟିକାକରଣ ସମ୍ପର୍କରେ ପରିବାର କଲ୍ୟାଣ ନିର୍ଦ୍ଦେଶକ ସୂଚନା ଦେଇ କହିଛନ୍ତି ଯେ, ସ୍ବାସ୍ଥ୍ୟକର୍ମୀ ଓ ସମ୍ମୁଖ କରୋନା ଯୋଦ୍ଧାଙ୍କ ଟିକାକରଣ ଚାଲିଛି। ପ୍ରଥମ ପର୍ଯ୍ୟାୟରେ ୮୮ ପ୍ରତିଶତ ଓ ଦ୍ୱିତୀୟ ପର୍ଯ୍ୟାୟରେ ୮୬ ପ୍ରତିଶତ ସ୍ବାସ୍ଥ୍ୟକର୍ମୀ ଟିକା ନେଇଛନ୍ତି। ସେହିପରି ପ୍ରଥମ ପର୍ଯ୍ୟାୟରେ ୭୮ ପ୍ରତିଶତ ସମ୍ମୁଖ କରୋନା ଯୋଦ୍ଧା ଟିକା ନେଇଛନ୍ତି ଓ ଏବେ ବି ତାହା ଜାରି ରହିଛି। ମାର୍ଚ୍ଚ ୧ରୁ ଆରମ୍ଭ ହେବାକୁ ଥିବା ତୃତୀୟ ପର୍ଯ୍ୟାୟ ଟିକାକରଣରେ ବୟସ୍କ ଓ ଗୁରୁତର ରୋଗୀଙ୍କୁ ଟିକା ଦିଆଯିବ। ଏଥିପାଇଁ ଦୁଇଟି ଉପାୟରେ ପଞ୍ଜୀକରଣ କରାଯିବ। ପୋର୍ଟାଲ ଓ ଟିକାକରଣ କେନ୍ଦ୍ରରେ ନାମ ପଞ୍ଜୀକରଣ କରି ବୟସ୍କ ଓ ଗୁରୁତର ରୋଗୀ ଟିକା ନେଇପାରିବେ। ତେବେ ଗୁରୁତର ରୋଗରେ ପୀଡ଼ିତ ଥିବା ଲୋକଙ୍କୁ ଏକ ଡାକ୍ତରୀ ସାର୍ଟିଫିକେଟ୍‌ ଦେବାକୁ ପଡ଼ିବ ବୋଲି ଡା. ପାଣିଗ୍ରାହୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ

ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ…

ବିପଦରେ ଅଜିତ ଅଗରକରଙ୍କ ପଦବୀ! BCCIର ନୂଆ ମୁଖ୍ୟ ଚୟନକର୍ତ୍ତା ହେବେ କି ପାର୍ଥିବ ପଟେଲ? ଏକ ପୋଷ୍ଟକୁ ନେଇ…

ନୂଆଦିଲ୍ଲୀ,୧୮।୯: ପୂର୍ବତନ ଭାରତୀୟ କ୍ରିକେଟର ପାର୍ଥିବ ପଟେଲ ପୁରୁଷ ସିନିୟର ଚୟନ କମିଟିର ଅଧ୍ୟକ୍ଷ ଭାବରେ ଅଜିତ ଅଗରକରଙ୍କ ସ୍ଥାନ ନେଇପାରନ୍ତି। ସେ ‘X’ (ଟୁଇଟର) ରେ…

ଉପନିର୍ବାଚନ ପୂର୍ବରୁ ମମତାଙ୍କୁ ମିଳିଲା ଧୋକା! ସଙ୍ଗେ ସଙ୍ଗେ ବାଜି ପଲଟାଇଦେଲେ ଦିଦି

କୋଲକାତା,୧୮।୯: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ମମତା ବାନାର୍ଜୀ ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ନିଷ୍ପତ୍ତି ଉପରେ ତୀବ୍ର…

ଶିକ୍ଷାବିତ୍‌ ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

୨୦୨୭ରେ ଶନିଙ୍କ ମହାଗୋଚର: ଏହି ରାଶି ପାଇବ ସାଢେସାତୀରୁ ମୁକ୍ତି, ଆରମ୍ଭ ହେବ ଗୋଲ୍ଡେନ ଟାଇମ, ଚାକିରିରେ ପଦୋନ୍ନତି!

କର୍ମଫଳଦାତା ଶନିଦେବ ପ୍ରାୟ ଅଢ଼େଇ ବର୍ଷରେ ଥରେ ରାଶି ପରିବର୍ତ୍ତନ କରନ୍ତି। ବର୍ତ୍ତମାନ ଶନି ମୀନ ରାଶିରେ ଅବସ୍ଥାନ କରୁଥିବା ବେଳେ, ଜ୍ୟୋତିଷ ଗଣନା ଅନୁସାରେ ୩…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?