ଦୀର୍ଘ ସମୟ ଧରି ଅଟକି ରହୁଛି ଯାନବାହନ

ଭବାନୀପାଟଣା,୨୦।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଟ୍ରାଫିକ ଏବେ ମୁଖ୍ୟ ସମସ୍ୟାରେ ପରିଣତ ହୋଇଛି। ରବିବାର ପିଆଇ କଲେଜ ନିକଟରେ ଓ ତହସିଲ ଯିବା ରାସ୍ତାରେ ଦୀର୍ଘ ଅନେକ ସମୟ ଧରି ଚାରି ଚକିଆ ଯାନଗୁଡିକ ଅଟକି ରହିଥିବା ଦେଖିବାକୁ ମିଳିଥିଲା। ଟ୍ରାଫିକ ସମସ୍ୟାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଏବେ ଚିନ୍ତାର କାରଣ ପାଲଟିଛି। ଏଥିପ୍ରତି କଳାହାଣ୍ଡି ଏସପି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି। ପ୍ରତିଦିନ ସହର ମୁଖ୍ୟ ରାସ୍ତା ଦେଇ ହଜାର ହଜାର ଯାନବାହନ ଚଳାଚଳ କରୁଥିବାବେଳେ ଟ୍ରାଫିକ ସମସ୍ୟା ଯୋଗୁ ଦୀର୍ଘ ଘଣ୍ଟା ଧରି ଯାନବାହନ ରାସ୍ତାରେ ଅଟକି ରହୁଛି। ଫଳରେ ଯାତାୟାତ କରୁଥିବା ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଦୀର୍ଘ ବର୍ଷ ଧରି ସ୍ଥାନୀୟ ଲୋକେ ଏଠାରେ ଏକ ବାଇପାସ ନିର୍ମାଣ ପାଇଁ ସ୍ଥାନୀୟ ରାଜନେତାଙ୍କୁ ଦାବି କରି ଆସୁଥିଲେ ମଧ୍ୟ କିଛି ସୁଫଳ ମିଳିପାରିନାହିଁ। ଏହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖିବାକୁ ମିଳିଛି। ଜୁନାଗଡ଼ ସହରର କଲମପୁର ଛକ, ତହସିଲ ଅଫିସ ଯିବା ରାସ୍ତାରେ ପ୍ରାୟ ସମୟରେ ଦୀର୍ଘ ସମୟ ଧରି ଗାଡି ମୋଟର ଯାତାୟାତ କରି ନ ପାରି ଅଟକି ରହିଥାଏ। ଏପରିକି ସ୍ଥାନୀୟ ପୋଲିସ ମଧ୍ୟ ଟ୍ରାଫିକ ସମସ୍ୟା ନେଇ ହାତ ଟେକି ଦେଇଥିବା ମନେହୁଏ। ଜୁନାଗଡ଼ ଥାନାରେ ନୂତନ ଆଇଆଇସି ଯୋଗଦେବା ପରେ ଟ୍ରାଫିକ ସମସ୍ୟାକୁ ପ୍ରଥମେ ସମାଧାନ କରିବି ବୋଲି ତାଙ୍କ ପ୍ରତିକ୍ରିୟାରେ କହିଥିବା କିଛି ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ହେଲେ ବର୍ତ୍ତମାନ ବି ସେହି ସମାନ ଅବସ୍ଥା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତ୍‌ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ...

ମସ୍କଙ୍କ ବଡ଼ ବିଜୟ! ୭ ବର୍ଷର ଲଢ଼େଇ ଶେଷ, କୋର୍ଟ ଫେରାଇଲେ…..

ନୂଆଦିଲ୍ଲୀ,୨୦ା୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ୍ ମସ୍କ ଏକ ବଡ଼ ବିଜୟ ହାସଲ କରିଛନ୍ତି । ସାତ ବର୍ଷର ଆଇନଗତ ଲଢ଼େଇ ପରେ, ଡେଲାୱେର୍...

ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ: କହିଲେ ଯମ ଅଜାଣତରେ…

ଜୟପୁର,୨୦।୧୨: ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଯମ ଅଜାଣତରେ ମଣିଷର ମୃତ୍ୟୁ ହୁଏନି। ଏହା ସହ ସେ...

ନୋଟ୍‌ ଛାପା କାରଖାନାରେ କିପରି ପାଇବେ ଚାକିରି, ଜାଣନ୍ତୁ କେତେ ମିଳିବ ଦରମା, ଏମିତି କରନ୍ତୁ ଆବେଦନ…

ନୂଆଦିଲ୍ଲୀ,୨୦ା୧୨: ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକମାନଙ୍କ ପାଇଁ ନୋଟ୍‌ ଛାପା କାରଖାନାରେ କାମ କରିବାର ସ୍ବପ୍ନ ବିଶେଷ ଗୁରୁତ୍ୱପୂର୍ଣ୍ଣ। ଯଦି ଆପଣ ମଧ୍ୟ...

୨୦୨୬ରେ ଏହି ୫ଟି ଚାକିରିର ବଢିଯିବ ଡିମାଣ୍ଡ, ମିଳିବ ମୋଟା ଅଙ୍କର ଦରମା!

ନୂଆଦିଲ୍ଲୀ,୨୦।୧୨: ଯଦି ଆପଣ ଆଗାମୀ ବର୍ଷରେ ଆପଣଙ୍କ କ୍ୟାରିଅରକୁ ନୂତନ ଶିଖରରେ ପହଞ୍ଚାଇବାକୁ ଚାହାଁନ୍ତି, ତେବେ 2026 ଆପଣଙ୍କ ପାଇଁ ଏକ ବଡ଼ ସୁଯୋଗ ଆଣିଦେବ।...

ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ...

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...

ଗୋଡ଼ି ଛାଣିଲେ ମିଳେ ପଇସା, ଆଶ୍ଚର୍ଯ୍ୟ ଲାଗିଲେ ବି…

ଯାଜପୁର ଟାଉନ, ୨୦ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ମାନବ ସମାଜରେ ସମସ୍ତେ ନିଜ ପେଟପାଟଣା ପାଇଁ କିଛି ନା କିଛି କର୍ମ କରି ଦୁଇ ପଇସା ରୋଜଗାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri