ଦୀର୍ଘ ସମୟ ଧରି ଅଟକି ରହୁଛି ଯାନବାହନ

ଭବାନୀପାଟଣା,୨୦।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଟ୍ରାଫିକ ଏବେ ମୁଖ୍ୟ ସମସ୍ୟାରେ ପରିଣତ ହୋଇଛି। ରବିବାର ପିଆଇ କଲେଜ ନିକଟରେ ଓ ତହସିଲ ଯିବା ରାସ୍ତାରେ ଦୀର୍ଘ ଅନେକ ସମୟ ଧରି ଚାରି ଚକିଆ ଯାନଗୁଡିକ ଅଟକି ରହିଥିବା ଦେଖିବାକୁ ମିଳିଥିଲା। ଟ୍ରାଫିକ ସମସ୍ୟାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଏବେ ଚିନ୍ତାର କାରଣ ପାଲଟିଛି। ଏଥିପ୍ରତି କଳାହାଣ୍ଡି ଏସପି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି। ପ୍ରତିଦିନ ସହର ମୁଖ୍ୟ ରାସ୍ତା ଦେଇ ହଜାର ହଜାର ଯାନବାହନ ଚଳାଚଳ କରୁଥିବାବେଳେ ଟ୍ରାଫିକ ସମସ୍ୟା ଯୋଗୁ ଦୀର୍ଘ ଘଣ୍ଟା ଧରି ଯାନବାହନ ରାସ୍ତାରେ ଅଟକି ରହୁଛି। ଫଳରେ ଯାତାୟାତ କରୁଥିବା ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଦୀର୍ଘ ବର୍ଷ ଧରି ସ୍ଥାନୀୟ ଲୋକେ ଏଠାରେ ଏକ ବାଇପାସ ନିର୍ମାଣ ପାଇଁ ସ୍ଥାନୀୟ ରାଜନେତାଙ୍କୁ ଦାବି କରି ଆସୁଥିଲେ ମଧ୍ୟ କିଛି ସୁଫଳ ମିଳିପାରିନାହିଁ। ଏହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖିବାକୁ ମିଳିଛି। ଜୁନାଗଡ଼ ସହରର କଲମପୁର ଛକ, ତହସିଲ ଅଫିସ ଯିବା ରାସ୍ତାରେ ପ୍ରାୟ ସମୟରେ ଦୀର୍ଘ ସମୟ ଧରି ଗାଡି ମୋଟର ଯାତାୟାତ କରି ନ ପାରି ଅଟକି ରହିଥାଏ। ଏପରିକି ସ୍ଥାନୀୟ ପୋଲିସ ମଧ୍ୟ ଟ୍ରାଫିକ ସମସ୍ୟା ନେଇ ହାତ ଟେକି ଦେଇଥିବା ମନେହୁଏ। ଜୁନାଗଡ଼ ଥାନାରେ ନୂତନ ଆଇଆଇସି ଯୋଗଦେବା ପରେ ଟ୍ରାଫିକ ସମସ୍ୟାକୁ ପ୍ରଥମେ ସମାଧାନ କରିବି ବୋଲି ତାଙ୍କ ପ୍ରତିକ୍ରିୟାରେ କହିଥିବା କିଛି ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ହେଲେ ବର୍ତ୍ତମାନ ବି ସେହି ସମାନ ଅବସ୍ଥା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri