ଥାନାରୁ ମାଲିକଙ୍କୁ ଦିଆଗଲା ଜବତ ଗାଡ଼ି

ଜଗନ୍ନାଥପ୍ରସାଦ,୯ା୬(ଡି.ଏନ୍‌.ଏ.): ଜଗନ୍ନାଥପ୍ରସାଦ ପୋଲିସ ପକ୍ଷରୁ ଜବତ ହୋଇଥିବା ଯାନବାହନ ଗୁଡିକ ବର୍ଷ ବର୍ଷ ଧରି ଥାନା ପରିସରରେ ପଡି ରହିଥିଲା। ସେଗୁଡିକୁ ଗାଡ଼ି ମାଲିକଙ୍କୁ ଫେରାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଥାନା ପରିସରରେ ବର୍ତ୍ତମାନ ସୁଦ୍ଧା ୧୦୩ ଗାଡି ପଡି ରହିଥିବା ବେଳେ ମଙ୍ଗଳବାର ଓ ବୁଧବାର ଦୁଇଦିନରେ ୩୫ଟି ଗାଡିକୁ ମାଲିକଙ୍କୁ ହସ୍ତାନ୍ତର କରାଯାଇଛି। ଅବଶିଷ୍ଟ ଗାଡି ଶୀଘ୍ର ଫେରାଇ ଦିଆଯିବାକୁ ପ୍ରକ୍ରିୟା ଜାରିଥିବା ଥାନାଧିକାରୀ ଦିଲୀପ କୁମାର ସ୍ବାଇଁ ସୂଚନା ଦେଇଛନ୍ତି। ମଙ୍ଗଳବାର ୩୨ଟି ଗାଡ଼ି ଦିଆଯାଇଥିଲା। ସେଥିମଧ୍ୟରେ ୩ଟି ଅଟୋ, ୨ଟି ଟାଟା ମ୍ୟାଜିକ ୨୭ଟି ବାଇକ ରହିଛି। ବୁଧବାର ଗୋଟିଏ ଟାଟା ମ୍ୟାଜିକ ଓ ୨ଟି ବାଇକ୍‌ ପ୍ରଦାନ କରାଯାଇଛି। କେବଳ ଜଗନ୍ନାଥପ୍ରସାଦ ଅଞ୍ଚଳର ନୁହେଁ ରାଜ୍ୟର ବିଭିନ୍ନ ଜିଲାର ଜବତ ଯାନବାହନକୁ ମାଲିକମାନେ ଫେରି ପାଇଛନ୍ତି। ସବଇନ୍ସପେକ୍ଟର ପ୍ରଭାତୀ ବେହେରା, ସୁଶାନ୍ତ ପ୍ରଧାନ, ନିରଞ୍ଜନ ଦାସ, ଚନ୍ଦ୍ର ଶେଖର ବେହେରା, ରଞ୍ଜନ କୁମାର ଆଚାର୍ଯ୍ୟ ଓ ଅନ୍ୟାନ୍ୟ କର୍ମଚାରୀ ଗାଡ଼ି ଦେବା କାର୍ଯ୍ୟରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ,ଉଦ୍ଦେଶ୍ୟ ସମ୍ପର୍କରେ…

ଭଞ୍ଜନଗର,୨୫।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ ଆନୁକୂଲ୍ୟରେ ଚାଲିଥିବା ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri