ଭେଲୋରା-ସିଂଲା ରାସ୍ତା ମରଣଯନ୍ତା

ରୂପସା, ୨୦।୭(ଡି.ଏନ.ଏ.) – ବାଲେଶ୍ୱର ଜିଲା ବସ୍ତା ବ୍ଲକ ଭେଲୋରା-ପାଉଁଶକୁଲି-ସିଂଲା ରାସ୍ତା ମରଣଯନ୍ତା ପାଲଟିଛି। ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନ ଉକ୍ତ ରାସ୍ତାଟି ୬୦ ନମ୍ବର ଜାତୀୟ ରାଜପଥର ଭେଲୋରାଠାରୁ ସିଂଲା ଛକକୁ ସଂଯୋଗ କରିଛି। ତେବେ ପାଉଁଶକୁଲି ପଞ୍ଚାୟତ ଅଫିସଠାରୁ ମାଣିକପୁରା, ଉଜୁଡ଼ା, କାଣ୍ଡଗାଁ ପର୍ଯ୍ୟନ୍ତ ୩ କି.ମି. ରାସ୍ତାରେ ୩ଶହରୁ ଊଦ୍ଧର୍‌ବ ଛୋଟବଡ଼ ଖାଲଖମା ସୃଷ୍ଟି ହୋଇଛି। ସେହିପରି ଗିଲାଯୋଡ଼ି, ଆମ୍ବକୁଡୁଚି ଓ ସିଂଲା ମେଡିକାଲ ରୋଡ୍‌ର ଅବସ୍ଥା ମଧ୍ୟ ଶୋଚନୀୟ ହୋଇପଡ଼ିଛି। ସାମାନ୍ୟ ବର୍ଷା ହେଲେ ରାସ୍ତାରେ ଏକ ସପ୍ତାହ ପର୍ଯ୍ୟନ୍ତ ପାଣି ଜମି ରହି ଜଳାଶୟର ଭ୍ରମ ସୃଷ୍ଟି କରୁଛି। ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହେବା ସହିତ ପାଣି ଭିତରେ ଥିବା ଅଦୃଶ୍ୟ ଖାଲଖାମାରେ ପଡ଼ି ଛାତ୍ରୀଛାତ୍ର, ସାଇକେଲ ଚାଳକ, ବାଇକ ଆରୋହୀ ଦୁର୍ଘଟଣାର ଶୀକାର ହେଉଛନ୍ତି। ଏହି ରାସ୍ତା ଦେଇ ଦୈନିକ ଯାତ୍ରୀବାହୀ ବସ୍‌, ଆମ୍ବୁଲାନ୍ସ, ପୋଲିସ ଭ୍ୟାନ୍‌, ଟ୍ରକ୍‌, ଟ୍ରାକ୍ଟର, ଡମ୍ପର ସହ ସ୍କୁଲ କଲେଜ ଛାତ୍ରୀଛାତ୍ର ଯା’ଆସ କରିଥାନ୍ତି। ତେବେ ଗ୍ରାମ୍ୟ ଉନ୍ନୟନ ବିଭାଗ ଏହି ରାସ୍ତାର ମରାମତି କିମ୍ବା ଉନ୍ନତୀକରଣ ଦିଗରେ ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ସାଧାରଣରେ ଅସନ୍ତୋଷ ବଢ଼ିଚାଲିଛି। ତୁରନ୍ତ ଜିଲା ପ୍ରଶାସନ, ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଧ୍ୟାନ ଦେଇ ସମସ୍ୟାର ସ୍ଥାୟୀ ସମାଧାନ ନ କଲେ ଆନ୍ଦୋଳନ ଜୋରଦାର ହେବ ବୋଲି ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri