୧୧ ବର୍ଷ ପରେ ଆସିଲା ରାୟ, ମୁଖ୍ୟ ଅଭିଯୁକ୍ତଙ୍କୁ ୭ ବର୍ଷ ଜେଲ

ବାଲିଗୁଡା,୧୪ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ଥାନା ଅଞ୍ଚଳରେ ୨୦୧୩ରେ ଘଟିଥିବା ଏକ ଡକାୟତି ମାମଲାର ଶୁଣାଣି କରି ସହକାରୀ ଦୌରା ଜଜ ମୁଖ୍ୟ ଅଭିଯୁକ୍ତଙ୍କୁ ୭ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଡକାୟତ ଗ୍ୟାଙ୍ଗ ଘର ଭିତରେ ପଶି ସୁନା, ରୂପା ଅଳଙ୍କାର ସହ ଟଙ୍କା ଲୁଟି ନେଇଥିବା ସେତେବେଳେ ଅଭିଯୋଗ ହୋଇଥିଲା। ଦୀର୍ଘ ୧୧ ବର୍ଷ ପରେ ଶୁକ୍ରବାର ଉକ୍ତ ମାମଲାର ଶୁଣାଣି କରି ସହକାରୀ ଦୌରା ଜଜ ଉପରୋକ୍ତ ରାୟ ଦେଇଛନ୍ତି। ମୁଖ୍ୟ ଅଭିଯୁକ୍ତଙ୍କଠାରୁ ଜରିମନା ଅନାଦାୟ ଅଧିକ ୩ ମାସ ଜେଲ ଦଣ୍ଡ ଭୋଗ କରିବାକୁ ତାଙ୍କ ରାୟରେ ଶୁଣାଣି କରିଛନ୍ତି।

ମାମଲାର ବିବରଣୀରୁ ଜଣାପଡିଛି, ତୁମୁଡିବନ୍ଧ ଥାନା ଅନ୍ତର୍ଗତ ମୁଣ୍ଡିଗଡ ପଞ୍ଚାୟତର ଗଚେରି ଗ୍ରାମରେ ୨୦୧୩ ମାର୍ଚ୍ଚ ୧୭ ତାରିଖ ରାତି ୯ଟାରେ ଡକାୟତି ହୋଇଥିଲା। ଡକାୟତମାନେ ଗ୍ରାମର ସିମୀ ମାଝିଙ୍କ ଘରେ ପଶି ତାଙ୍କ ଝିଅ ପିନ୍ଧିଥିବା ସୁନା ଅଳଙ୍କାର, ରୂପା ସାମଗ୍ରୀ ଓ ଘରେ ଥିବା ଟଙ୍କା ଲୁଟି ନେଇଥିଲେ। ଏ ନେଇ ଅଭିଯୋଗ ପରେ ତୁମୁଡିବନ୍ଧ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା। ଏହି ଡକାୟତି ଗ୍ୟାଙ୍ଗରେ ୭ ଜଣ ରହିଥିବା ବେଳେ ଥାନା ଅଧିକାରୀ ରାଜେନ୍ଦ୍ର ସିଆଲ ବଲାଙ୍ଗୀର ଜିଲା ସଇଁତଳା ଥାନା ଅନ୍ତର୍ଗତ ସସିକେଲା ଗ୍ରାମର ପାଣ୍ଡବ ରାଣା ମୁଖ୍ୟ ଅଭିଯୁକ୍ତ ଓ ତାଙ୍କ ସହଯୋଗୀଙ୍କୁ ଗିରଫ କରିଥିଲେ। ସେବେଠାରୁ ଏହି ମାମଲା ସହକାରୀ ଦୌରା ଜଜ୍‌ଙ୍କ ଅଦାଲତରେ ବିଚରାଧୀନ ଥିଲା। ଶୁକ୍ରବାର ବିଚାରପତି ଅପୂର୍ବ ରାୟ ମାମଲାର ଶୁଣାଣି କରି ମୁଖ୍ୟ ଅଭିଯୁକ୍ତ ପାଣ୍ଡବ ରାଣାଙ୍କୁ ୭ ବର୍ଷ ଜେଲ ଓ ୧୫ ହଜାର ଟଙ୍କା ଜରିମାନା କରିଛନ୍ତି। ଏହା ଅନାଦାୟ ହେଲେ ୩ ମାସ ଅଧିକ ଦଣ୍ଡ ଭୋଗ କରିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ମାମଲାକୁ ସରକାରୀ ଓକିଲ ସୁରେଶ ପଟ୍ଟନାୟକ ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri