ଦୀର୍ଘବର୍ଷ ଧରି ବନ୍ଦ ହୋଇପଡ଼ିଛି ପ୍ରାଣୀ ଚିକିତ୍ସା ସହାୟକ କେନ୍ଦ୍ର

ମୋରଡ଼ା,୨୧ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ଜନସାଧାରଣ ପ୍ରାୟତଃ ପଶୁ ସମ୍ପଦ ଓ ଚାଷକାର୍ଯ୍ୟ ଉପରେ ନିର୍ଭର କରି ଜୀବନଯାପନ କରନ୍ତି। ଅଧିକାଂଶ ଲୋକ ଗୋରୁ, ଛେଳି, ମେଣ୍ଢା ଇତ୍ୟାଦି ପାଳନ କରନ୍ତି। ସେହିପରି ଗୋରୁଙ୍କୁ ଚାଷକାର୍ଯ୍ୟରେ ନିୟୋଜିତ କରିବା ସହିତ ଛେଳି, ମେଣ୍ଢାକୁ ମଧ୍ୟ ବିକ୍ରି କରି ପରିବାର ପୋଷଣ କରନ୍ତି। ତେବେ ଏହି ବ୍ଲକ ଅଧୀନ ଭାଲିଆଡିହା ପଞ୍ଚାୟତରେ ପ୍ରାଣୀ ଚିକିତ୍ସା କ୍ଷେତ୍ରରେ ସମ୍ପୂର୍ଣ୍ଣ ଅବହେଳା ହେଉଥିବାର ଚିତ୍ର ଦେଖିବାକୁ ମିଳିଛି। ଉକ୍ତ ପଞ୍ଚାୟତରେ ଥିବା ପ୍ରାଣୀ ଚିକିତ୍ସା ସହାୟକ କେନ୍ଦ୍ର ଦୀର୍ଘ ୧୦ ବର୍ଷରୁ ଊର୍ଦ୍ଧ୍ୱ ହେବ ବନ୍ଦ ହୋଇପଡ଼ିଛି। ପ୍ରାୟ ୧୯୭୦ରୁ ଆରମ୍ଭ ହୋଇଥିବା ଉକ୍ତ ପ୍ରାଣୀ ଚିକିତ୍ସା ସହାୟକ କେନ୍ଦ୍ର ଉପରେ ମୁଖ୍ୟତଃ ଭାଲିଆଡିହା ଓ ସୁରେଇଡିହି ପଞ୍ଚାୟତର ଲୋକେ ପ୍ରାଣୀ ଚିକିତ୍ସା ନିମନ୍ତେ ନିର୍ଭର କରୁଥିବା ବେଳେ ଅନେକ ସମୟରେ ଦୁର୍ଗାପୁର, କୋହି ପଞ୍ଚାୟତର ଲୋକେ ମଧ୍ୟ ଏହା ଉପରେ ନିର୍ଭର କରନ୍ତି।

ସୂଚନାଯୋଗ୍ୟ, ଭାଲିଆଡିହା ପଞ୍ଚାୟତ ହେଉଛି ମୋରଡ଼ା ବ୍ଲକର ସବୁଠୁ ବଡ଼ ପଞ୍ଚାୟତ। ତେବେ ଦୀର୍ଘ ୧୦ ବର୍ଷରୁ ଊର୍ଦ୍ଧ୍ୱ ହେବ ଉକ୍ତ ସହାୟକ କେନ୍ଦ୍ର ବନ୍ଦ ରହିଥିବାରୁ ଲୋକେ ନାହିଁ ନ ଥିବା ହଇରାଣ ହେଉଛନ୍ତି। ଲୋକେ ନିଜର ଗୋରୁ, ଛେଳି ଇତ୍ୟାଦିର ଚିକିତ୍ସା ପାଇଁ ଦାନ୍ତିଆମୁହାଁ, ହଳଦୀପାଳ ଏବଂ ଅନ୍ୟ ପଞ୍ଚାୟତରେ ଥିବା ସହାୟକ କେନ୍ଦ୍ରକୁ ଯାଇ ଖର୍ଚ୍ଚାନ୍ତରେ ପଡୁଛନ୍ତି। ସେହିପରି ଗାଁ ଗାଁରେ ବୁଲୁଥିବା ଘରୋଇ ପ୍ରାଣୀଧନ ନିରୀକ୍ଷକମାନେ ଚିକିତ୍ସା କରୁଛନ୍ତି। ତେଣୁ ଅଯଥାରେ ଲୋକେ ଖର୍ଚ୍ଚାନ୍ତରେ ପଡୁଛନ୍ତି। ତେଣୁ ଉକ୍ତ ପ୍ରାଣୀ ଚିକିତ୍ସା ସହାୟକ କେନ୍ଦ୍ରକୁ ଯଥାଶୀଘ୍ର ଖୋଲିବା ପାଇଁ ଅଞ୍ଚଳର ସମାଜସେବୀ ତଥା ସ୍ଥାନୀୟ ବାସିନ୍ଦା ରାଜେନ୍ଦ୍ର ବିନ୍ଧାଣୀ, ସୁକୁଲ ମୁର୍ମୁ, ଲକ୍ଷ୍ମଣ ମୁର୍ମୁ,ବିଜୟ କୁମାର ଦାସ, ସଞ୍ଜୟ ବେହେରା, ସନ୍ତୋଷ ବେହେରା, ମନୋରଞ୍ଜନ ଦଳ ବେହେରା, ନବୀନ ଟୁଡୁ, କୋଟିଆ ଦାସ, ମିହିର ବେହେରା, ଜଗଦୀଶ ବେହେରା ଦାବି କରିଛନ୍ତି।

ତେବେ ଏ ବାବଦରେ ବ୍ଲକ ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଅରବିନ୍ଦ ଜେନାଙ୍କୁ ପଚାରିବାରୁ ପର୍ଯ୍ୟାପ୍ତ ପରିମାଣରେ ଷ୍ଟାଫ୍‌ ନ ଥିବାରୁ ଏପରି ଅବ୍ୟବସ୍ଥା ଦେଖାଦେଇଛି। ଆବଶ୍ୟକ ଷ୍ଟାଫ୍‌ ନିଯୁକ୍ତି ହେଲେ ପୁନର୍ବାର ଏହା ଚାଲୁ ହେବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri