ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅନ୍ତର୍ଜାତୀୟ ଚେସ୍‌ ମହାସଂଘ ପରିଚାଳନା ବୋର୍ଡ ଉପାଧ୍ୟକ୍ଷ

ଭୁବନେଶ୍ୱର,୨୫ା୧୦: ଓଡ଼ିଶା ଗସ୍ତରେ ଆସିଥିବା ଅନ୍ତର୍ଜାତୀୟ ଚେସ୍‌ ମହାସଂଘ ପରିଚାଳନା ବୋର୍ଡର ଉପାଧ୍ୟକ୍ଷ ଡାନା ରିଜନିସ୍‌ ଓଜୋଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରିଜନିସ-ଓଜୋଲା ଚେସ୍‌କୁ ଏକ ବୌଦ୍ଧିକ କ୍ରୀଡ଼ା ଭାବରେ ଲୋକପ୍ରିୟ କରିବା ଏବଂ ଯୁବଗୋଷ୍ଠୀଙ୍କୁ ବୌଦ୍ଧିକ ଓ ଭାବନାତ୍ମକ ଭାବେ ସଶକ୍ତ କରିବାର ଅନେକ ସମ୍ଭାବନା ଉପରେ ଗୁରୁତ୍ୱାରୋପ କରିଥିଲେ। ରାଜ୍ୟରେ କ୍ରୀଡ଼ାର ବିକାଶ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଓଜୋଲା ପ୍ରଶଂସା କରିଛନ୍ତି। ଅନ୍ୟପକ୍ଷରେ ଚେସ୍‌ର ବିକାଶ ନେଇ ସହଯୋଗର ହାତ ବଢାଇଛନ୍ତି ମୁଖ୍ୟମନ୍ତ୍ରୀ। ବିଭିନ୍ନ ସ୍ଥାନରେ ଶହେଟି ଚେସ୍‌ ପ୍ରଶିକ୍ଷଣ କେନ୍ଦ୍ର ପ୍ରତିଷ୍ଠା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ ନକ୍‌ଆଉଟ୍‌ରେ କାନାଡାର ପ୍ରଥମ ବିଜୟ

ଇଙ୍ଗଲେଉଡ,୨୯ା୬: ଷ୍ଟିଫେନ ୟୁଷ୍ଟାକିଓଙ୍କ ଗୋଲ ବଳରେ ଇଙ୍ଗଲେଉଡରେ ଖେଳାଯାଇଥିବା ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ କାନାଡା ୧-୦ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଫିଫା ବିଶ୍ୱକପ୍‌ ଇତିହାସରେ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

କେପ୍‌ ଭର୍ଡିକୁ ଶକ୍ତ ଧକ୍କା: ଅଧିନାୟକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ

ସିଆଟେଲ,୨୯ା୬: ଫିଫା ବିଶ୍ୱକପ୍‌ରେ ସଭିଙ୍କୁ ଚକିତ କରି ନକ୍‌ଆଉଟ୍‌ରେ ପ୍ରବେଶ କରିଛି କେପ୍‌ ଭର୍ଡି । କେପ୍‌ ଭର୍ଡି ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନାକୁ…

ପାନ ଦୋକାନୀ,ତାଙ୍କ ବାପାଙ୍କୁ ହତ୍ୟା ଉଦ୍ୟମ: ୨ ଗିରଫ

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri