ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅନ୍ତର୍ଜାତୀୟ ଚେସ୍‌ ମହାସଂଘ ପରିଚାଳନା ବୋର୍ଡ ଉପାଧ୍ୟକ୍ଷ

ଭୁବନେଶ୍ୱର,୨୫ା୧୦: ଓଡ଼ିଶା ଗସ୍ତରେ ଆସିଥିବା ଅନ୍ତର୍ଜାତୀୟ ଚେସ୍‌ ମହାସଂଘ ପରିଚାଳନା ବୋର୍ଡର ଉପାଧ୍ୟକ୍ଷ ଡାନା ରିଜନିସ୍‌ ଓଜୋଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରିଜନିସ-ଓଜୋଲା ଚେସ୍‌କୁ ଏକ ବୌଦ୍ଧିକ କ୍ରୀଡ଼ା ଭାବରେ ଲୋକପ୍ରିୟ କରିବା ଏବଂ ଯୁବଗୋଷ୍ଠୀଙ୍କୁ ବୌଦ୍ଧିକ ଓ ଭାବନାତ୍ମକ ଭାବେ ସଶକ୍ତ କରିବାର ଅନେକ ସମ୍ଭାବନା ଉପରେ ଗୁରୁତ୍ୱାରୋପ କରିଥିଲେ। ରାଜ୍ୟରେ କ୍ରୀଡ଼ାର ବିକାଶ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଓଜୋଲା ପ୍ରଶଂସା କରିଛନ୍ତି। ଅନ୍ୟପକ୍ଷରେ ଚେସ୍‌ର ବିକାଶ ନେଇ ସହଯୋଗର ହାତ ବଢାଇଛନ୍ତି ମୁଖ୍ୟମନ୍ତ୍ରୀ। ବିଭିନ୍ନ ସ୍ଥାନରେ ଶହେଟି ଚେସ୍‌ ପ୍ରଶିକ୍ଷଣ କେନ୍ଦ୍ର ପ୍ରତିଷ୍ଠା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।