ବଳାତ୍କାର ଉଦ୍ୟମକାରୀଙ୍କୁ ହତ୍ୟା କଲେ ପୀଡ଼ିତା

ବାରିପଦା ଅଫିସ,୨୩ା୧:ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ଗୁଞ୍ଜୁସାହି ଅଞ୍ଚଳରେ ବଳାତ୍କାର ଉଦ୍ୟମକାରୀଙ୍କୁ ଜଣେ ମହିଳା କୋଦାଳରେ ପିଟି ହତ୍ୟା କରିଛନ୍ତି। ଗତ ରବିବାର ଏହି ଘଟଣା ଘଟିଥିବା ବେଳେ ୭ ଦିନ ପରେ ଗଳିତ ମୃତଦେହକୁ ପୋଲିସ ଜବତ କରିଛି। ମୃତକ ହେଲେ ଉକ୍ତ ଗ୍ରାମର ମଙ୍ଗଲ ମୁର୍ମୁ(୨୨)। ଘଟଣାରେ ଅଭିଯୁକ୍ତ କୁନି ମୁର୍ମୁଙ୍କୁ ପୋଲିସ ଗିରଫ କରିିଛି। ପୋଲିସ ସୂଚନା ଅନୁଯାୟୀ, ଗତ ୧୫ ତାରିଖ( ରବିବାର) ମକର ମେଳା ଦେଖିବାକୁ ଆସି ମଙ୍ଗଲ ଆଉ ଘରକୁ ଫେରି ନ ଥିଲେ। ମଙ୍ଗଲଙ୍କ ମା’ ମାଇସି ମୁର୍ମୁ ଖୋଜାଖୋଜି କରି ନ ପାଇବାରୁ ପରଦିନ ଥାନାରେ ଅଭିଯୋଗ କରିଥିଲେ। ପ୍ରାଥମିକ ତଦନ୍ତରୁ ମଙ୍ଗଲ ନିଶାସକ୍ତ ଅବସ୍ଥାରେ ସ୍ଥାନୀୟ ଜଣେ ମହିଳାଙ୍କୁ ଗୁଞ୍ଜୁସାହି ଜଙ୍ଗଲରେ ବଳାତ୍କାର ଉଦ୍ୟମ କରିଥିଲେ। ଏହି ସମୟରେ ମହିଳା ଜଣକ ମଙ୍ଗଲଙ୍କୁ ଏକ କୋଦାଳ ସାହାଯ୍ୟରେ ପିଟିପିଟି ହତ୍ୟା କରିଥିଲେ। ପରେ ସେଠାରୁ ପଳାଇଥିଲେ। ରବିବାର ଜଙ୍ଗଲରେ ଦୁର୍ଗନ୍ଧ ହେବାରୁ ଗ୍ରାମବାସୀ ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ଓ ସାଇଣ୍ଟିଫିକ ଟିମ୍‌ ପହଞ୍ଚତ୍ ମୃତଦେହ ବ୍ୟବଚ୍ଛେଦ ପାଇଁ ପିଆର୍‌ଏମ୍‌ ହସ୍ପିଟାଲକୁ ପଠାଇଥିଲେ। ମଙ୍ଗଲଙ୍କ ମା’ ଗତ ସୋମବାର ସଦର ଥାନାରେ କରିଥିବା ନିଖୋଜ ମାମଲା ଆଧାରରେ ପୋଲିସ ପରିଚୟ ପାଇଥିଲା। ଏନେଇ ଥାନାରେ ଏକ ମାମଲା (ନଂ. ୧୯/୨୩) ରୁଜୁ ହୋଇଛି। ଅଭିଯୁକ୍ତ ମହିଳାଙ୍କୁ ଗିରଫ କରାଯାଇ ତଦନ୍ତ ଚାଲିଥିବା ଥାନା ଅଧିକାରିଣୀ ମଧୁସ୍ମିତା ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri