Posted inରାଜ୍ୟ

ବଡ଼ ଖୁଲାସା: ନିଆଁ ଲଗାଇବା ପୂର୍ବରୁ ପୀଡିତାଙ୍କ ବଡ଼ ବୟାନ, ଗୋଟି ଗୋଟି ସବୁ କହିଥିଲେ…

ଭୁବନେଶ୍ୱର,୧୪।୭: ବାଲେଶ୍ବର FM କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଛି। ଏହି ସମୟରେ ଏକ ଭିଡିଓ ସାମ୍ନାକୁ ଆସିଛି। ଯାହାକୁ ନେଇ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ପୀଡିତା ଜୁଲାଇ ୨ରେ ଗଣମାଧ୍ୟମକୁ ଦେଇଥିବା ବୟାନ ଭାଇରାଲ ହେଉଛି। କେମିତି ତାଙ୍କୁ ନିର୍ଯାତନା ଦିଆଯାଉଥିଲା। ତାଙ୍କ ସହ କ’ଣ ସବୁ ଘଟଣା ଘଟିଥିଲା, ତାହାକୁ ଗୋଟି ଗୋଟି ସବୁ ବଖାଣିଥିଲେ ପୀଡିତା।

ଜୁଲାଇ ୨ରେ ଗଣମାଧ୍ୟମକୁ ଦେଇଥିବା ବୟାନରେ ପୀଡିତା ଜଣଙ୍କ କହିଥିଲେ, ମୋର ଇଂଲିଶ ହୋଉନଥିଲା। ମୁଁ ସାର୍‌ଙ୍କୁ କହିଲି। ହେଲେ ସାର୍‌ ମୋତେ ଫେବର କଥା କହିଲେ। ମୁଁ ଶୁଣିକି ରାଗିଯାଇଥିଲି। ସିଧା ରୁମ୍‌କୁ ପଳାଇଆସିଥିଲି। ପରେ ମୋର ବ୍ୟକ୍ତିଗତ କାରଣ ଯୋଗୁ କ୍ଲାସ୍‌ରେ ଅନୁପସ୍ଥିତି ଥିଲି। ତାହାକୁ କେନ୍ଦ୍ର କରି ସାର୍‌ ମୋ ବାପାଙ୍କୁ କଲ୍‌ କରିଥିଲେ। ମୋ ନାଁରେ ଇଆଡୁ ସିଆଡୁ କହିଲେ। ଏପରିକି ମୋତେ ପରୀକ୍ଷା ଦେବାକୁ ଦେଲେ ନାହିଁ। କ୍ଲାସ୍‌ କରିବାକୁ ଦେଲେନାହିଁ। କବାଟ ବାହାରେ ଛିଡା ହେଇ ବହୁତ କାନ୍ଦିଛି। ୮ ମାସ ହେବ ଏମିତି ଚାଲିଥିଲା। ସାର୍‌ ମୋତେ ପରୀକ୍ଷାରେ ବ୍ୟାକ୍‌ ଲଗାଇବାକୁ ଧମକ ଦେଉଥିଲେ। ଯାହାକୁ ନେଇ ମୁଁ ଡରିଯାଇଥିଲି। ପ୍ରିନ୍ସପାଲଙ୍କୁ ଏକଥା ଜଣାଇଥିଲି। ହେଲେ କିଛି ସୁଫଳ ମିଳିନଥିଲା। ମୁଁ ସୁଇସାଇଡ୍‌ ଉଦ୍ୟମ କରିଥିଲି ବୋଲି ପୀଡିତା ଜଣଙ୍କ ଗଣମାଧ୍ୟମ ଆଗରେ ପ୍ରକାଶ କରିଥିଲେ।

ଭୁବନେଶ୍ବର ଏମ୍ସରେ ଜୀବନ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ବାଲେଶ୍ବର ଫକୀରମୋହନ ବିଶ୍ବବିଦ୍ୟାଳୟର ପୀଡିତା ଛାତ୍ରୀ। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଅତି ସଂକଟାପନ୍ନ ରହିଛି। ତାଙ୍କ ଶରୀରର ୯୫ ପ୍ରତିଶତ ପୋଡି ଯାଇଥିବା ବେଳେ ଫୁସଫୁସ, ହୃତପିଣ୍ଡ, କିଡନି ଗୁରୁତର ଭାବେ ପ୍ରଭାବିତ ହୋଇଛି । ଏବେ ପୀତିଡାଙ୍କର ଡାଏଲିସିସ କରାଯାଉଛି। ଭିଡିଓ କନଫରେନ୍ସିଂ ଜରିଆରେ ଦିଲ୍ଲୀ ଏମ୍ସର ପରାମର୍ଶ ଅନୁଯାୟୀ ଡାଏଲିସିସ କରାଯାଉଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

କଳାହାଣ୍ଡିରେ ନୂଆ ଡିଆଇପିଆର୍‌ଓଙ୍କ ଯୋଗଦାନ

ଭବାନୀପାଟଣା,୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ନୂତନ ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆର୍‌ଓ) ଭାବେ ମନୋଜ କୁମାର ବେହେରା ଯୋଗଦେଇଛନ୍ତି। ଭବାନୀପାଟଣାସ୍ଥିତ ଡିଆଇପିଆରଙ୍କ କାର୍ଯ୍ୟାଳୟରେ ଭାରପ୍ରାପ୍ତ…

ରାସ୍ତାତଳକୁ ଖସିଲା ବସ୍‌, ଯାତ୍ରୀମାନେ ଭୟରେ ଚିତ୍କାର କରିବାରୁ…

ପଟ୍ଟାମୁଣ୍ଡାଇ,୯ା୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ-ରାଜନଗର ତଳ ରାସ୍ତା ନିକଟସ୍ଥ ଦୋଶିଆ କେନାଲ ରାସ୍ତାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୪୨ ଜଣ ଯାତ୍ରୀଙ୍କୁ ନେଇ ଦ୍ରୁତଗତିରେ…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ୩ ଜୀବନ

ଗୁଣପୁର,୯ା୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ରାଗୟଡ଼ା ଜିଲା ପଦ୍ମପୁର ଥାନା ଗୁଲୁଗୁଡ଼ାର ତାରପାଗୁଡ଼ାରେ ଘଟିଛି ଅଘଟଣ। ପାଇଖାନା ଟାଙ୍କିକୁ ଜଣଙ୍କ ପରେ ଜଣେ ଓହ୍ଲାଇ ତିନି ଜଣ ଶାସରୁଦ୍ଧ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ହାଇକୋର୍ଟରେ ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ, ହୋଇପାରନ୍ତି ଗିରଫ

କଟକ,୯ା୯(ପ୍ରଭୁକଲ୍ୟାଣ ପାଲ୍‌): ଗଜପତି ଜିଲା ପାରଳାଖେମୁଣ୍ଡିର ସହକାରୀ ବନ ସଂରକ୍ଷକ (ACF) ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତାଙ୍କ ସ୍ତ୍ରୀ ବିଦ୍ୟାଭାରତୀ ପଣ୍ଡାଙ୍କ ପାଇଁ ଆଇନଗତ…

ଧାନ କାଟିବାକୁ ଯାଇଥିବା ନାବାଳିକାଙ୍କୁ ବଳାତ୍କାର, ଜଣେ ନାବାଳକଙ୍କୁ ଅଟକ ରଖି…

ବଞ୍ଚୋ,୯ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗରେ ଜଣେ ୧୭ ବର୍ଷ ୧୦ ମାସ ବୟସର ନାବାଳକଙ୍କୁ ପୋଲିସ…

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ଆବୁଧାବି ଗସ୍ତରେ ମୁଖ୍ୟମନ୍ତ୍ରୀ, ଆଜି ଆଇଏଚ୍‌ସିର ବ୍ୟବସାୟିକ ୟୁନିଟ୍‌-ଗ୍ରୁପ୍‌ କମ୍ପାନୀ ସହ କରିବେ ଆଲୋଚନା

ଭୁବନେଶ୍ୱର,୯ା୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ୟୁଏଇ ନିବେଶ ଅଭିଯାନର ଅଂଶ ଭାବେ ୯ ସେପ୍ଟେମ୍ବର ୨୦୨୬ରେ ବ୍ୟବସାୟ ନିବେଶ ଓ କୂଟନୈତିକ କ୍ଷେତ୍ରରେ ଏକାଧିକ ଉଚ୍ଚସ୍ତରୀୟ ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri