ମୃତ କୋଭିଡ୍‌ ଆକ୍ରାନ୍ତଙ୍କ ମୋବାଇଲ ଫୋନ୍‌ , ଟଙ୍କା ଲୁଟ୍‌

ଝାରସୁଗୁଡ଼ା ଅଫିସ,୧୦ା୫: ଝାରସୁଗୁଡ଼ା ଜିଲା କୋଭିଡ୍‌ ହସ୍ପିଟାଲ୍‌ କର୍ତ୍ତୃପକ୍ଷଙ୍କ ନାମରେ ପୁଣି ଅଭିଯୋଗ ଆଣିଛନ୍ତି ମୃତ ରୋଗୀଙ୍କ ସମ୍ପର୍କୀୟ। ସୋମବାର ମୃତ କରୋନା ରୋଗୀ ମଧୁସୂଦନ ବିଶ୍ୱାଳଙ୍କ ଶଳା ଶେଖର ଖମାରୀ ଝାରସୁଗୁଡ଼ା ଟାଉନ ଥାନାରେ ହସ୍ପିଟାଲ୍‌ ମ୍ୟାନେଜର ଦେବ ନାୟକଙ୍କ ନାମରେ ଅଭିଯୋଗ କରିଛନ୍ତି। ସେ ଅଭିଯୋଗରେ ଦର୍ଶାଇଛନ୍ତି, ଗତ ଗୁରୁବାର ତାଙ୍କ ଭିଣୋଇ କୁମର ଗ୍ରାମର ମଧୁସୂଦନ ବିଶ୍ୱାଳ(୪୫) କରୋନାରେ ଆକ୍ରାନ୍ତ ହୋଇ ଜିଲା କୋଭିଡ୍‌ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ। ରବିବାର ମଧ୍ୟାହ୍ନରେ ତାଙ୍କର ମୃତ୍ୟୁ ହୋଇଥିଲା। ଏନେଇ ହସ୍ପିଟାଲ୍‌ କର୍ତ୍ତୃପକ୍ଷ ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଲୋକେ ପହଞ୍ଚତ୍ ମୃତଦେହକୁ ଅପେକ୍ଷା କରିଥିଲେ ା କିଛି ସମୟ ପରେ ସେମାନେ ଶ୍ମଶାନ ଘାଟ ଦାୟିତ୍ୱରେ ଥିବା ଅଧିକାରୀଙ୍କ ସହିତ ଯୋଗାଯୋଗ କରିଥିଲେ। ମୃତଦେହ ଶ୍ମଶାନରେ ପହଞ୍ଚତ୍ଥିବା ଖବର ପାଇ ସେଠାରେ ପହଞ୍ଚିଥିଲେ। ମୃତଦେହ ଚିହ୍ନଟ ପରେ ଅନ୍ତିମ ସଂସ୍କାର କରାଯାଇଥିଲା। ହେଲେ ମଧୁସୂଦନଙ୍କ ନିକଟରେ ଥିବା ମୋବାଇଲ୍‌ ଫୋନ୍‌ ଓ ୨ହଜାର ଟଙ୍କା ପରିବାର ଲୋକଙ୍କୁ ମିଳି ନ ଥିଲା। ଏନେଇ ସେ ଥାନାରେ ଅଭିଯୋଗ କରିଥିଲେ। ଘଟଣା ସଂକ୍ରାନ୍ତରେ ହସ୍ପିଟାଲ୍‌ ମ୍ୟାନେଜର ନାୟକଙ୍କୁ ପଚାରିବାରୁ ମୃତ ରୋଗୀଙ୍କ ମୋବାଇଲ୍‌ ଓ ଟଙ୍କା ସମ୍ପର୍କରେ ଜାଣି ନ ଥିବା କହିଛନ୍ତି।
କିଛିଦିନ ତଳେ କରୋନାରେ ମୃତ୍ୟୁବରଣ କରିଥିବା ନନ୍ଦଲାଲ୍‌ ବିଶ୍ୱାଳଙ୍କ ସୁନାଚେନ, ସୁନା ମୁଦି ଓ ୧୦ହଜାର ଟଙ୍କା ଲୁଟ୍‌ ହୋଇଥିବା ନେଇ ତାଙ୍କ ପୁଅ ପ୍ରଶାନ୍ତ କୋଭିଡ୍‌ ହସ୍ପିଟାଲ୍‌ କର୍ତ୍ତୃପକ୍ଷଙ୍କ ନାମରେ ଅଭିଯୋଗ କରିଥିଲେ। ଏପରି କି ତାଙ୍କ ବାପାଙ୍କୁ ହତ୍ୟା କରାଯାଇଥିବା ସେ ଅଭିଯୋଗ ପତ୍ରରେ ଉଲ୍ଳେଖ କରିଥିଲେ। ଏ ନେଇ ସେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ସ୍ବାସ୍ଥ୍ୟମନ୍ତ୍ରୀ, ଜିଲାପାଳ ଓ ଏସ୍‌ପିଙ୍କୁ ଟୁଇଟ୍‌ କରି ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ!

ଭୁବନେଶ୍ୱର,୧୦।୯ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?