୭୫୧୬ ଜରୁରୀ ସେବା ପ୍ରଦାନ କରିଛି ଭିକ୍ଟର କଣ୍ଟ୍ରୋଲ ରୁମ୍‌

ଭୁବନେଶ୍ୱର,୮।୨(ବ୍ୟୁରୋ): ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାରେ ଅପରାଧ, ଦୁର୍ଘଟଣା ଭଳି ଜରୁରୀକାଳୀନ ପରିସ୍ଥିତିରେ ଜନସାଧାରଣଙ୍କୁ ତ୍ୱରିତ ସହାୟତା ଦେବା ପାଇଁ କମିଶନରେଟ ପୋଲିସ ପକ୍ଷରୁ କାର୍ଯ୍ୟ କରୁଛି ଭିକ୍ଟର କଣ୍ଟ୍ରୋଲ ରୁମ୍‌। ଜାନୁୟାରୀ ମାସରେ ଏହି କଣ୍ଟ୍ରୋଲ ରୁମ୍‌ ଦ୍ୱାରା ୭୫୧୬ ଜରୁରୀକାଳୀନ ସେବା ପ୍ରଦାନ କରାଯାଇପାରିଛି। ଇଆର୍‌ଆର୍‌ଏସ୍‌-୧୧୨ ସେବାକୁ ବିଭିନ୍ନ ଥାନାଞ୍ଚଳରୁ ଆସିଥିବା ମୋଟ ୩୭୩୬ ଫୋନ୍‌ କଲ୍‌ ମାଧ୍ୟମରେ ପୋଲିସ ବିଭିନ୍ନ ଅସୁବିଧାରେ ଥିବା ଲୋକଙ୍କ ପାଖରେ ତୁରନ୍ତ ପହଞ୍ଚତ୍ ସହାୟତା ଯୋଗାଇ ଦେଇଛି। ସେହିପରି ଭୁବନେଶ୍ୱର ୟୁପିଡ଼ିରେ ୩୫ଟି ପିସିଆର୍‌ ଭ୍ୟାନ ରହିଛି। ଏହି ପିସିଆର୍‌ ଭ୍ୟାନ କର୍ମଚାରୀମାନେ ୩୭୮୦ କଲ୍‌ ପାଇ ଗଣ୍ଡଗୋଳର ପ୍ରାକ୍‌ ସମାଧାନ କରିବା ସହ ଅପରାଧୀଙ୍କୁ କାବୁ କରିଛନ୍ତି। ଏଥିସହ ପିସିଆର୍‌ କର୍ମଚାରୀମାନେ ଦୁର୍ଘଟଣାର ଶିକାର ପୀଡିତଙ୍କୁ ଆବଶ୍ୟକ ଡାକ୍ତରୀ ସେବା ପ୍ରଦାନ କରାଇବାର ସମସ୍ତ ବ୍ୟବସ୍ଥା କରିବା ସହ ଅନ୍ୟାନ୍ୟ ସହାୟତା ପ୍ରଦାନ ପାଇଁ ଉଦ୍ୟମ କରିଛନ୍ତି। ଏତଦ୍‌ବ୍ୟତୀତ କୋଭିଡ଼ କଟକଣା ତଥା ରାତ୍ରକାଳୀନ କର୍ଫ୍ୟୁ ବ୍ୟବସ୍ଥାକୁ କାର୍ଯ୍ୟକାରୀ କରିବା ସହିତ ଜନସାଧାରଣଙ୍କୁ ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ସତର୍କତା ତଥା ନିୟମାବଳୀ ବିଷୟରେ ସଚେତନ କରିବାରେ ପିସିଆର୍‌ ପ୍ରମୁଖ ଭୂମିକା ଗ୍ରହଣ କରିଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri