ଭିଡିଓ ଭାଇରାଲ ନେଇ ବିଜେଡି, ଭାଜପା ମୁହାଁମୁହିଁ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ବିଧାନସଭାରେ ଆଲୋଚନା ପାଇଁ ଚାଷୀ ସମସ୍ୟା, ସୀମା ବିବାଦ, ଓଡିଶା ସୀମାରେ ଆନ୍ଧ୍ର ନିର୍ବାଚନ କରାଇବା, ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ଆଦି ପ୍ରସଙ୍ଗ ରହିଛି। ଏହି ସମୟରେ ରାଜ୍ୟ ସରକାର ଜାଣିଶୁଣି ଏସ୍‌ଆଇଟିକୁ ଲଗାଇ ପରୀ ହତ୍ୟାକାଣ୍ଡ ସମ୍ପର୍କିତ ଭିଡିଓ ଗଣମାଧ୍ୟମରେ ରିଲିଜ କରାଇଥିବା ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଅଭିଯୋଗ କରିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଲେଖାଶ୍ରୀ କହିଛନ୍ତି, ଅଭିଯୁକ୍ତ ନାବାଳକଙ୍କ ୧୬୪ ଧାରାରେ ବୟାନ ରେକର୍ଡ କରାଯାଇନାହିଁ।
ତଦନ୍ତ ପ୍ରକ୍ରିୟା ଚାଲିଥିବାବେଳେ ପଚରାଉଚରା ସମୟରେ ଅଭିଯୁକ୍ତଙ୍କ ବ୍ୟକ୍ତିଗତ ଭିଡିଓକୁ ଭାଇରାଲ କରିବା ଆଇନ ଅସଙ୍ଗତ। ଗଣତନ୍ତ୍ର ଏବଂ ସାମ୍ବିଧାନିକ ବିଧି ବ୍ୟବସ୍ଥା ଅନୁଯାୟୀ ଏହି ରିପୋର୍ଟ କେବଳ ଯାଞ୍ଚ ଏଜେନ୍ସି ଓ ହାଇକୋର୍ଟ ମଧ୍ୟରେ ରହିବା କଥା।
କିନ୍ତୁ ରାଜ୍ୟ ସରକାରଙ୍କ ଏସ୍‌ଆଇଟି ଏହାକୁ ଜାଣିଶୁଣି ପୂର୍ବରୁ ପ୍ରଘଟ କରିଥିଲେ ଏବଂ ଗୁରୁବାରର ଭିଡିଓ ମଧ୍ୟ ଏସ୍‌ଆାଇଟି ପ୍ରଘଟ କରିଛି ବୋଲି ଲେଖାଶ୍ରୀ ଅଭିଯୋଗ କରିଛନ୍ତି। ପରୀ ହତ୍ୟାକାଣ୍ଡର ତଦନ୍ତକୁ ବାଟବଣା କରିବା ଏବଂ ବିଧାନସଭାରେ ରାଜ୍ୟ ସରକାରଙ୍କ ଅପାରଗତା ନେଇ ଯେଉଁସବୁ ପ୍ରସଙ୍ଗ ରହିଛି ସେଥିରୁ ଦୃଷ୍ଟି ହଟାଇବା ପାଇଁ ଏସ୍‌ଆଇଟି ଅଭିଯୁକ୍ତଙ୍କ ଭିଡିଓ ଭାଇରାଲ କରିଛି। ଏହି ଭିଡିଓକୁ କେଉଁ ବ୍ୟକ୍ତି କାହା ନିର୍ଦ୍ଦେଶରେ ଭାଇରାଲ କରିଛନ୍ତି ତାହାର ତଦନ୍ତ ହେବା ନିହାତି ଆବଶ୍ୟକ। ଏହି ଷଡ଼ଯନ୍ତ୍ରରେ ସାମିଲ ହୋଇଥିବା ସମସ୍ତ ବ୍ୟକ୍ତିଙ୍କ ମୁଖା ଖୋଲଯିବା ଦରକାର ବୋଲି ସେ କହିଛନ୍ତି। ଭାଜପା ମନ୍ତବ୍ୟ ଉପରେ କଡା ପ୍ରତିକ୍ରିୟା ରଖି ବିଜେଡି ମୁଖପାତ୍ର ଇପ୍ସିତା ସାହୁ କହିଛନ୍ତି, ଲେଖାଶ୍ରୀଙ୍କ ବକ୍ତବ୍ୟ ଯେତିକି ଆଶ୍ଚର୍ଯ୍ୟଜନକ ତାହାଠାରୁ ଅଧିକ ଯନ୍ତ୍ରଣାଦାୟକ। ସେ ଭୁଲି ଯାଉଛନ୍ତି ପରୀ ଘଟଣା ଅତ୍ୟନ୍ତ ସ୍ପର୍ଶକାତର ଓ ଏକ ଜଘନ୍ୟ ଅପରାଧ।
ଏହି ଘଟଣାର ତଦନ୍ତ ତାଙ୍କ ଇଚ୍ଛା ଅନୁଯାୟୀ ନୁହେଁ ବରଂ ବିଭିନ୍ନ ତଥ୍ୟ ପ୍ରମାଣକୁ ନେଇ କରାଯାଇଛି। ପ୍ରଥମ ଦିନରୁ ଲକ୍ଷ୍ୟ କରାଯାଉଛି ଭାଜପା ତଦନ୍ତକୁ ବାଟବଣା ଲାଗି ଉଦ୍ୟମ କରିବା ସହିତ ଅଭିଯୁକ୍ତଙ୍କୁ ବଞ୍ଚାଇବା ପାଇଁ ବ୍ୟକ୍ତିଗତ ସ୍ତରରେ ଅତ୍ୟନ୍ତ ଅଶାଳୀନ ଓ ଅପମାନଜନକ ଶବ୍ଦ ପ୍ରୟୋଗ କରୁଛନ୍ତି।
ଏଭଳି ଆଚରଣ ଓ ଉଚ୍ଚାରଣ ପାଇଁ ତାଙ୍କୁ ଲଜ୍ଜା ଲାଗିବା କଥା। ଅତୀତରେ ରାଜ୍ୟ ରାଜନୀତିରେ କେବେ ହେଲେ ଏଭଳି ଶବ୍ଦ ବ୍ୟବହାର ଦେଖାଯାଇ ନ ଥିଲା, ଯାହା ଓଡିଆ ସଂସ୍କୃତି ଓ ନୀତିର ପରିପନ୍ଥୀ ବୋଲି ଇପ୍ସିତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri