ଭିଡିଓ ଭାଇରାଲ ନେଇ ବିଜେଡି, ଭାଜପା ମୁହାଁମୁହିଁ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ବିଧାନସଭାରେ ଆଲୋଚନା ପାଇଁ ଚାଷୀ ସମସ୍ୟା, ସୀମା ବିବାଦ, ଓଡିଶା ସୀମାରେ ଆନ୍ଧ୍ର ନିର୍ବାଚନ କରାଇବା, ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ଆଦି ପ୍ରସଙ୍ଗ ରହିଛି। ଏହି ସମୟରେ ରାଜ୍ୟ ସରକାର ଜାଣିଶୁଣି ଏସ୍‌ଆଇଟିକୁ ଲଗାଇ ପରୀ ହତ୍ୟାକାଣ୍ଡ ସମ୍ପର୍କିତ ଭିଡିଓ ଗଣମାଧ୍ୟମରେ ରିଲିଜ କରାଇଥିବା ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଅଭିଯୋଗ କରିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଲେଖାଶ୍ରୀ କହିଛନ୍ତି, ଅଭିଯୁକ୍ତ ନାବାଳକଙ୍କ ୧୬୪ ଧାରାରେ ବୟାନ ରେକର୍ଡ କରାଯାଇନାହିଁ।
ତଦନ୍ତ ପ୍ରକ୍ରିୟା ଚାଲିଥିବାବେଳେ ପଚରାଉଚରା ସମୟରେ ଅଭିଯୁକ୍ତଙ୍କ ବ୍ୟକ୍ତିଗତ ଭିଡିଓକୁ ଭାଇରାଲ କରିବା ଆଇନ ଅସଙ୍ଗତ। ଗଣତନ୍ତ୍ର ଏବଂ ସାମ୍ବିଧାନିକ ବିଧି ବ୍ୟବସ୍ଥା ଅନୁଯାୟୀ ଏହି ରିପୋର୍ଟ କେବଳ ଯାଞ୍ଚ ଏଜେନ୍ସି ଓ ହାଇକୋର୍ଟ ମଧ୍ୟରେ ରହିବା କଥା।
କିନ୍ତୁ ରାଜ୍ୟ ସରକାରଙ୍କ ଏସ୍‌ଆଇଟି ଏହାକୁ ଜାଣିଶୁଣି ପୂର୍ବରୁ ପ୍ରଘଟ କରିଥିଲେ ଏବଂ ଗୁରୁବାରର ଭିଡିଓ ମଧ୍ୟ ଏସ୍‌ଆାଇଟି ପ୍ରଘଟ କରିଛି ବୋଲି ଲେଖାଶ୍ରୀ ଅଭିଯୋଗ କରିଛନ୍ତି। ପରୀ ହତ୍ୟାକାଣ୍ଡର ତଦନ୍ତକୁ ବାଟବଣା କରିବା ଏବଂ ବିଧାନସଭାରେ ରାଜ୍ୟ ସରକାରଙ୍କ ଅପାରଗତା ନେଇ ଯେଉଁସବୁ ପ୍ରସଙ୍ଗ ରହିଛି ସେଥିରୁ ଦୃଷ୍ଟି ହଟାଇବା ପାଇଁ ଏସ୍‌ଆଇଟି ଅଭିଯୁକ୍ତଙ୍କ ଭିଡିଓ ଭାଇରାଲ କରିଛି। ଏହି ଭିଡିଓକୁ କେଉଁ ବ୍ୟକ୍ତି କାହା ନିର୍ଦ୍ଦେଶରେ ଭାଇରାଲ କରିଛନ୍ତି ତାହାର ତଦନ୍ତ ହେବା ନିହାତି ଆବଶ୍ୟକ। ଏହି ଷଡ଼ଯନ୍ତ୍ରରେ ସାମିଲ ହୋଇଥିବା ସମସ୍ତ ବ୍ୟକ୍ତିଙ୍କ ମୁଖା ଖୋଲଯିବା ଦରକାର ବୋଲି ସେ କହିଛନ୍ତି। ଭାଜପା ମନ୍ତବ୍ୟ ଉପରେ କଡା ପ୍ରତିକ୍ରିୟା ରଖି ବିଜେଡି ମୁଖପାତ୍ର ଇପ୍ସିତା ସାହୁ କହିଛନ୍ତି, ଲେଖାଶ୍ରୀଙ୍କ ବକ୍ତବ୍ୟ ଯେତିକି ଆଶ୍ଚର୍ଯ୍ୟଜନକ ତାହାଠାରୁ ଅଧିକ ଯନ୍ତ୍ରଣାଦାୟକ। ସେ ଭୁଲି ଯାଉଛନ୍ତି ପରୀ ଘଟଣା ଅତ୍ୟନ୍ତ ସ୍ପର୍ଶକାତର ଓ ଏକ ଜଘନ୍ୟ ଅପରାଧ।
ଏହି ଘଟଣାର ତଦନ୍ତ ତାଙ୍କ ଇଚ୍ଛା ଅନୁଯାୟୀ ନୁହେଁ ବରଂ ବିଭିନ୍ନ ତଥ୍ୟ ପ୍ରମାଣକୁ ନେଇ କରାଯାଇଛି। ପ୍ରଥମ ଦିନରୁ ଲକ୍ଷ୍ୟ କରାଯାଉଛି ଭାଜପା ତଦନ୍ତକୁ ବାଟବଣା ଲାଗି ଉଦ୍ୟମ କରିବା ସହିତ ଅଭିଯୁକ୍ତଙ୍କୁ ବଞ୍ଚାଇବା ପାଇଁ ବ୍ୟକ୍ତିଗତ ସ୍ତରରେ ଅତ୍ୟନ୍ତ ଅଶାଳୀନ ଓ ଅପମାନଜନକ ଶବ୍ଦ ପ୍ରୟୋଗ କରୁଛନ୍ତି।
ଏଭଳି ଆଚରଣ ଓ ଉଚ୍ଚାରଣ ପାଇଁ ତାଙ୍କୁ ଲଜ୍ଜା ଲାଗିବା କଥା। ଅତୀତରେ ରାଜ୍ୟ ରାଜନୀତିରେ କେବେ ହେଲେ ଏଭଳି ଶବ୍ଦ ବ୍ୟବହାର ଦେଖାଯାଇ ନ ଥିଲା, ଯାହା ଓଡିଆ ସଂସ୍କୃତି ଓ ନୀତିର ପରିପନ୍ଥୀ ବୋଲି ଇପ୍ସିତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri