କୋଭିଡ୍‌ କଟକଣା ଉଲ୍ଲଂଘନକୁ ନେଇ ପ୍ରଶାସନର ତଦନ୍ତ

କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ, ୧୮ା୧ (ଡି.ଏନ୍‌.ଏ.): କୋଭିଡ୍‌-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ନିର୍ବାଚନୀ ସହ ସାମାଜିକ କଟକଣା ଜାରି ହୋଇଛି। ହେଲେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଜୟଚନ୍ଦ୍ରପୁର ତାରିଣୀ ମହାବିଦ୍ୟାଳୟ ପରିସରରେ ରବିବାର ମଧ୍ୟାହ୍ନରେ ହୋଇଥିବା ଏକ ଦଳୀୟ ସଭା ଓ ଭୋଜିଭାତକୁ ନେଇ ରାଜନୀତି ସରଗରମ ହୋଇଉଠିଛି। କୋଭିଡ୍‌ କଟକଣାକୁ ଉଲ୍ଲଂଘନ କରାଯାଇଥିବା ନେଇ ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିଲା। ଏହା ଜଣାପଡ଼ିବା ପରେ ଜିଲାପାଳ ଅମୃତ ଋତୁରାଜ ସୋମବାର ଏହାର ତଦନ୍ତ କରିବାକୁ ମହାକାଳପଡ଼ା ତହସିଲଦାର ଓ ମାର୍ଶାଘାଇ ଆଇଆଇସିଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ପ୍ରକାଶ ଯେ, ମହାବିଦ୍ୟାଳୟ ପରିସରରେ ଅଧ୍ୟକ୍ଷ ବିକାଶ ଦାସ ଓ କଟକ ଜିଲା ସାଲେପୁର ଏସ୍‌ଡିପିଓ ପ୍ରଶାନ୍ତ ମାଝିଙ୍କ ସମେତ କେତେଜଣ ଲୋକ ଏକତ୍ରିତ ହୋଇ ଭୋଜିଭାତର ଆୟୋଜନ କରିଥିଲେ। ଉଭୟଙ୍କ ଘର ମହାକାଳପଡ଼ା ବ୍ଲକର ରୋମିତ ପଞ୍ଚାୟତରେ। ଖବରପାଇ ପଞ୍ଚାୟତର ଏକ ରାଜନୈତିକ ଦଳର କର୍ମୀମାନେ ସେଠାରେ ପହଞ୍ଚତ୍ଥିଲେ। ଫଳରେ ଗହଳି ବଢ଼ିବା ସହ କୋଭିଡ୍‌ କଟକଣାକୁ ସମ୍ପୂର୍ଣ୍ଣ ଉଲ୍ଲଂଘନ କରାଯାଇଥିଲା। ସରକାରୀ ଅନୁଷ୍ଠାନରେ ଦଳୀୟ ବୈଠକକୁ ରାଜନେତାମାନେ ତୀବ୍ର ନିନ୍ଦା କରିଥିଲେ। ପରେ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଅପରାହ୍ନରେ ମହାକାଳପଡ଼ା ତହସିଲଦାର ସୌଭାଗ୍ୟ ରଞ୍ଜନ ପଣ୍ଡା ଓ ମାର୍ଶାଘାଇ ଥାନା ଅଧିକାରୀ ପ୍ରଦୀପ୍ତ କୁମାର କାନୁନ୍‌ଗୋ ମହାବିଦ୍ୟାଳୟରେ ପହଞ୍ଚତ୍ ଅଧ୍ୟକ୍ଷ ଓ ଅନ୍ୟ ଷ୍ଟାଫଙ୍କୁ ପଚରାଉଚରା କରିବା ସହ ସିସିଟିଭି ଫୁଟେଜ ଯାଞ୍ଚ କରିଛନ୍ତି। ଏ ସମ୍ପର୍କରେ ମହାବିଦ୍ୟାଳୟ ଅଧ୍ୟକ୍ଷ ଦାସଙ୍କୁ ପଚାରିବାରେ ମୋର ବିବାହ ବାର୍ଷିକ ଉତ୍ସବ ପାଳନ ପାଇଁ ଗଁାର ପ୍ରଶାନ୍ତ ଯିଏ କି ସାଲେପୁର ଏସ୍‌ଡିପିଓ ଅଛନ୍ତି ଓ ସାଲେପୁରର ଆଉ ଜଣେ ବନ୍ଧୁଙ୍କ ପରିବାର ଏକାଠି ହୋଇଥିଲୁ। ଆମେ ୩ ଜଣ ସମସ୍ତେ ଗଁା ବାହାରେ ରହୁ। କଲେଜରେ ଆମେ ଏକାଠି ହୋଇଥିବାର ଖବର ପାଇ ପଞ୍ଚାୟତରୁ କେତେଜଣ ଲୋକ ପହଞ୍ଚତ୍ ଆମକୁ ନିର୍ବାଚନରେ ସାହାଯ୍ୟ ପାଇଁ କହିଥିଲେ। ମାତ୍ର ଏହା ଆମର ଘରୋଇ ଉତ୍ସବ ହୋଇଥିବାରୁ ସେମାନଙ୍କୁ ମାତ୍ର ୧୦ ମିନିଟ୍‌ ମଧ୍ୟରେ ସେଠାରୁ ବିଦା କରି ଦେଇଥିଲୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri