ଭିଜିଲାନ୍ସ ବିଭାଗର ତଦନ୍ତ ଆରମ୍ଭ

ଭାପୁର, ୨୧ା୧୨ (ଡି.ଏନ.ଏ.): ନୟାଗଡ଼ ଜିଲା ଭାପୁର ବ୍ଲକ ଅଧୀନ ବଡସହରା ପଞ୍ଚାୟତରେ ଗୋଟିଏ ରାସ୍ତାକୁ ୨୧ ଥର ଫଲସ୍‌ ବିଲ୍‌ ଘଟଣା ରାଜ୍ୟରେ ଚର୍ଚ୍ଚିତ ଥିବାବେଳେ ଏବେ ପୁଣିଥରେ ଭିଜିଲାନ୍ସ ତନାଘନା ଆରମ୍ଭ କରିଛି। ମଙ୍ଗଳବାର ପୂର୍ବାହ୍ନରେ ନୟାଗଡ଼ ଭିଜିଲାନ୍ସ ବିଭାଗର ଏକ ଟିମ୍‌ ଭାପୁର ବ୍ଲକ ବଡସହରା ଅଧୀନ ଗୋପାଳପ୍ରସାଦ ଗଁାରେ ପହଞ୍ଚତ୍ ତଦନ୍ତ କରିଥିଲା। ଭିଜିଲାନ୍ସ ବିଭାଗର ଅଧିକାରୀମାନେ ଅଭିଯୋଗ ହୋଇଥିବା ବିବାଦୀୟ ରାସ୍ତାକୁ ମାପଚୁପ କରିବା ସହ ସ୍ଥାନୀୟ ଗ୍ରାମବାସୀ ତଥା ଭାପୁର ବ୍ଲକ ପ୍ରଶାସନର ଅଧିକାରୀମାନଙ୍କ ସହ ସବିଶେଷ ଆଲୋଚନା କରିଥିଲେ। ବିଶେଷକରି ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆରଇଜିଏସ୍‌)ରେ ଉକ୍ତ ରାସ୍ତା କେବେ ନିର୍ମାଣ ହୋଇଥିଲା, ଏଥିନିମନ୍ତେ ସରକାରୀ ସ୍ତରରେ କେତେ ଅନୁଦାନ ଆସିଥିଲା, ସେସବୁ ପଚାରି ବୁଝିଥିଲେ। ପରେ ଉକ୍ତ ଟିମ୍‌ ଫେରି ଯାଇଛନ୍ତି। ଏ ନେଇ ଭିଜିଲାନ୍ସ ବିଭାଗ ସହ ଆମ ପ୍ରତିନିଧି ଯୋଗାଯୋଗ କରିବାର ଅଧିକାରୀ କହିଥିଲେ, ୨୦୨୧ରେ ଏକ ଅଭିଯୋଗ ଆଧାରରେ ତଦନ୍ତ କରାଯାଉଛି। ରାସ୍ତା ମାପଚୁପ କରିବା ସହ କେତେ ରାସ୍ତା ନିର୍ମାଣ ହୋଇଛି, କେଉଁ ବିଭାଗରୁ ଅର୍ଥ ଖର୍ଚ୍ଚ ହୋଇଛି ଏହାର କାଗଜପତ୍ର ତଦନ୍ତ କରାଯାଉଛି। ଦରକାର ପଡିଲେ ପୁଣି ସେ ସ୍ଥାନ ତଦନ୍ତ କରାଯିବ ବୋଲି ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଗତବର୍ଷ ମାର୍ଚ୍ଚରେ ଗୋପାଳପ୍ରସାଦ ଗ୍ରାମରେ ଏମ୍‌ଜିଏନ୍‌ ଆରଇଜିଏସ୍‌ ଯୋଜନାରେ ଗୋଟିଏ ରାସ୍ତାକୁ ଦେଖାଇ ୨୧ ଥର ଫଲସ୍‌ ବିଲ୍‌ ସହ ଲକ୍ଷାଧିକ ଟଙ୍କା ଆତ୍ମସାତ ହୋଇଥିବା ନେଇ ଅଭିଯୋଗ ହୋଇଥିଲା। ପୂର୍ବରୁ ଜିଲାପାଳ ତଦନ୍ତ କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଦାୟିତ୍ୱ ଦେଇଥିବା ବେଳେ ଏ ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ। ତେବେ ଦୀର୍ଘଦିନର ନୀରବତା ପରେ ଭିଜିଲାନ୍ସ ବିଭାଗ ଏହାର ତଦନ୍ତ ଦାୟିତ୍ୱ ନେଇଥିବାରୁ ଦୋଷୀମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନେଇ ସମ୍ଭାବନା ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri