ଗାଁ ଶ୍ମଶାନ ଉପରେ ପଥର ମାଫିଆଙ୍କ ଆଖି

ଖୋର୍ଦ୍ଧା ଅଫିସ,୨୨।୧: ଖୋର୍ଦ୍ଧା ଜିଲାରେ ସରକାରୀ ଜମି, ଗ୍ରାମ୍ୟ ଜଙ୍ଗଲ ଏବଂ କାଜୁ ଜଙ୍ଗଲରୁ ପଥର ମାଫିଆମାନେ ମାଙ୍କଡ଼ା ପଥର ଓ ମୋରମ ଚାଲାଣ କରୁଥିବାବେଳେ ଏବେ ସେମାନଙ୍କ ଲୋଲୁପ ଦୃଷ୍ଟି ଗାଁ ଶ୍ମଶାନ ଜମି ଉପରେ ପଡ଼ିଛି। ଗତ କିଛିଦିନ ହେଲା ଖୋର୍ଦ୍ଧା ନିକଟ ବ୍ରଜମୋହନପୁର ଗ୍ରାମର ଶ୍ମଶାନ ଜମିରୁ ବେଆଇନ ଭାବେ ପଥର କଟାଚାଲିଛି। ମାଫିଆ ମାନେ ପଥର କାଟି ଚାଲାଣ କରୁଥିବାରୁ ଶ୍ମଶାନ ଜମି ଏବେ ମାଟିରେ ମିଶିବାକୁ ବସିଲାଣି। କେତେକ ସ୍ଥାନରେ ୫୦ ଫୁଟରୁ ଊର୍ଦ୍ଧ୍ୱ ଗଭୀର ଗାତ ସୃଷ୍ଟି ହୋଇଛି। ମୃତଦେହ ଦାହ ଲାଗି ଗ୍ରାମବାସୀ ହଇରାଣ ହେଉଛନ୍ତି। ଗ୍ରାମବାସୀ ବେଆଇନ ପଥର ଚାଲାଣକୁ ବିରୋଧ କଲେ ମାଫିଆମାନେ ନାଲି ଆଖି ଦେଖାଉଛନ୍ତି ବୋଲି ଗୁରୁବାର ଗ୍ରାମବାସୀ ଅଭିଯୋଗ ଆଣି କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଏ ନେଇ ସେମାନେ ଜିଲାପାଳଙ୍କୁ ଏକ ଦାବିପତ୍ର ଦେଇଛନ୍ତି।
ପଥର ମାଫିଆଙ୍କ ଆତଙ୍କରାଜରୁ ଗ୍ରାମବାସୀଙ୍କୁ ସୁରକ୍ଷା ଦେବା ସହ ନୂତନ ଶ୍ମଶାନ ଜମି ଯୋଗାଇଦେବା ଲାଗି ସେମାନେ ଦାବି କରିଛନ୍ତି। ଖୋର୍ଦ୍ଧା ଜିଲାର ଖୋର୍ଦ୍ଧା, ଜଟଣୀ, ଭୁବନେଶ୍ୱର, ବେଗୁନିିଆ, ବୋଲଗଡ଼ ଓ ଟାଙ୍ଗୀ ପ୍ରଭୃତି ଅଞ୍ଚଳରେ ଏକର ଏକର କାଜୁ ଜଙ୍ଗଲ, ଗ୍ରାମୀଣ ଜଙ୍ଗଲ, ସରକାରୀ ଜମିରୁ ପଥର କଟାଚାଲିଛି। ଫଳରେ ଜଙ୍ଗଲ ନଷ୍ଟ ହେବା ସହ ପରିବେଶ ପ୍ରତିକୂଳ ପ୍ରଭାବ ମଧ୍ୟ ପଡୁଛି। ଗୋଚାରଣ ପାଇଁ ସ୍ଥାନ ଅଭାବ ପଡ଼ିିଲାଣି। ପ୍ରଶାସନ ମଧ୍ୟ ରାଜସ୍ବ ହରାଉଛି। ତେଣୁ ପ୍ରଶାସନ ଓ ପୋଲିସ ପକ୍ଷରୁ ତୁରନ୍ତ ଦୃଢ କାର୍ଯ୍ୟାନୁଷ୍ଠାନ
ଗ୍ରହଣ ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର…

ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ଜୀବନ: ଜଣେ ମୃତ, ଜଣେ ଗୁରୁତର

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ କୁଲୁଥିପାଲି ଗାଁ ନିକଟ ରାସ୍ତାରେ ସୋମବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି।…

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ଗଣେଶଜୀଙ୍କ ଅତି ପ୍ରିୟ ଏହି ୪ ରାଶି: ଆଜିଠୁ ଚାଲିଲା ଭଲ ସମୟ, ପ୍ରଚୁର ଲାଭ ସହ ଧନବର୍ଷା

ଭୁବନେଶ୍ୱର: ଗଣେଶ ଚତୁର୍ଥୀରୁ ଅନନ୍ତ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ କିଛି ରାଶିର ଜାତକଙ୍କ ଉପରେ ଗଣପତିଙ୍କ ବିଶେଷ କୃପା ରହିବ ବୋଲି ଜ୍ୟୋତିଷବିଦ୍‌ମାନେ ମତ ଦେଇଛନ୍ତି। ଏହି ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?