ଗାଁ ମୁହାଁ ଗୋଠଛଡ଼ା ଦନ୍ତା

ବାରିପଦା ଅଫିସ,୨୦।୧୨: ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ ଫୁଲଝରୀ ଓ ଦଲକି ସଂରକ୍ଷିତ ଜଙ୍ଗଲରେ ୪୦ରୁ ଊର୍ଦ୍ଧ୍ୱ ଝାଡ଼ଖଣ୍ଡୀ ହାତୀପଲ ରହିଛନ୍ତି। ଦୁଇ ଦଳରେ ବିଭକ୍ତ ହୋଇ ଜଙ୍ଗଲରେ ରହୁଥିବା ବେଳେ ରବିବାର ଗୋଠଛଡ଼ା ଦନ୍ତା ହାତୀଟି ଗଁା ଗଣ୍ଡାରେ ପ୍ରବେଶ କରିଛି। ଫଳରେ ଆଖପାଖ ଗ୍ରାମବାସୀ ଭୟଭୀତ ହୋଇପଡ଼ିଛନ୍ତି। ଲୋକେ ରାତି ଅନିଦ୍ରା ହୋଇ ଜଗୁଛନ୍ତି। ବନ ବିଭାଗ ପକ୍ଷରୁ ହାତୀର ଗତିପଥ ପ୍ରତି ସତର୍କ ଦୃଷ୍ଟି ଦିଆଯାଉଥିବା ବେଳେ ଲୋକଙ୍କୁ ସଚେତନ କରାଯାଉଥିବା ରେଞ୍ଜର ଘନଶ୍ୟାମ ସିଂ କହିଛନ୍ତି।
ଯେ, ପ୍ରତିବର୍ଷ ଭଳି ଝାଡ଼ଖଣ୍ଡରୁ ଆସୁଥିବା ହାତୀପଲ ବେତନଟୀ ରେଞ୍ଜ ଦେଇ ନୀଳଗିରି ଅଭିମୁଖେ ଯାଇଥାନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ହାତୀପଲ ଦୁଇଟି ଦଳରେ ବିଭକ୍ତ ହୋଇ ଓଡ଼ିଶାରେ ପ୍ରବେଶ କରିଛନ୍ତି। ମୁକ୍ତାପୁର ଜଙ୍ଗଲ ପାର୍‌ ହୋଇ ଫୁଲଝରୀରେ ୩୦ଟି ହାତୀ ରହିଥିବା ବେଳେ ଅବଶିଷ୍ଟ ଦଲକି ଜଙ୍ଗଲରେ ରହିଛନ୍ତି। ରବିବାର ଦିନ ବେଳେ ହାତୀପଲ ୧୮ନଂ. ଜାତୀୟ ରାଜପଥ ଓ ରେଳଧାରଣା ଦେଇ ଅତିକ୍ରମ କରିଛନ୍ତି। ମୁଖ୍ୟ ଦଳରୁ ଅଲଗା ହୋଇ ଦନ୍ତାହାତୀଟି ନଡ଼ପୁର ସରସ୍ବତୀ ଶିଶୁମନ୍ଦିର ପରିସରରେ ବିଚରଣ କରିଥିଲା। ଆଗ୍ରିଆ-ନଡ଼ପୁର ରାସ୍ତାରେ ଅଟକି ରହିବାରୁ ଯାନବାହନ ଚଳାଚଳ ବନ୍ଦ ରହିଥିଲା। ସଞ୍ଜ ନଇଁଲେ ହାତୀମାନେ ଖାଦ୍ୟ ଅନ୍ବେଷଣରେ ଚଳପ୍ରଚଳ କରିଥାନ୍ତି। ବାତ୍ୟା ପାଇଁ ଚାଷୀମାନେ ଆଗୁଆ ଫସଲ ଅମଳ କରିଥିବାରୁ କ୍ଷେତରେ ପାଚିଲା ଧାନ ନ ପାଇ ଗ୍ରାମାଭିମୁଖି ହେବାର ଅନୁମାନ କରାଯାଇଛି। ଖଳାରେ ଗଦା ହୋଇଥିବା ଧାନକୁ ଖାଇବା ସହ ଘରେ ପଶି ବ୍ୟାପକ କ୍ଷୟକ୍ଷତି ଘଟାଇଥାନ୍ତି। ଫଳରେ ଚାଷୀ ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା କରିଥିବା ବର୍ଷତମାମ ଫସଲ ବଣୁଆ ହାତୀଙ୍କ ମୁହଁରେ ପଡ଼ିଥାଏ। ସେହିପରି ଶୀତଦିନେ ହେଉଥିବା ପନିପରିବା ଫସଲକୁ ଖାଇବା ସହ ବ୍ୟାପକ ନଷ୍ଟ ମଧ୍ୟ କରିଥାନ୍ତି। ଏହାକୁ ନେଇ ଚାଷୀମାନଙ୍କ ମଧ୍ୟରେ ଭାଳେଣି ପଡ଼ିଛି। ବନ ବିଭାଗ ପକ୍ଷରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରି ହାତୀପଲଙ୍କ ଚଲାପଥ ବଦଳାଇବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ମ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଗଛକାଟି ବସ୍‌ଷ୍ଟାଣ୍ଡ ନିର୍ମାଣ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି

ବାରିପଦା,୨୩।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବାରିପଦା ସହରର ପାଲବଣିଠାରେ ବ୍ୟାପକ ଗଛକାଟି ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ଘଟଣାରେ ମୟୂରଭଞ୍ଜ ଜିଲା ବିଜୁଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri