ଅସହ୍ୟ ଗୁଳୁଗୁଳିରେ ଗାଁ, ସହରବାସୀ କଲବଲ

ପଟ୍ଟାମୁଣ୍ଡାଇ,୨୮ା୫ (କଳ୍ପତରୁ ନାୟକ):ଲଘୁଚାପଜନିତ ରବିବାର ମେଘ ପବନ ପରେ ସୋମବାର ତାପମାତ୍ରା ବଢ଼ିବା ଆରମ୍ଭ କରିଛି। ସହରର ତାପମାତ୍ରା ବୃଦ୍ଧି ହେବା ସହ ଅସହ୍ୟ ଗୁଳୁଗୁଳିରେ ସହରବାସୀ କଲବଲ ହେଉଥିବାବେଳେ ସେଥିରେ ଦାଉ ସାଧୁଛି ବିଦ୍ୟୁତ୍‌ ବିଭ୍ରାଟ ଏବଂ ଲୋ ଭୋଲ୍‌ଟେଜ୍‌ ସମସ୍ୟା। ପୂର୍ବାହ୍ନ ୯ଟାରୁ ସନ୍ଧ୍ୟା ୭ଟା ଯାଏ ଗୁଳୁଗୁଳୁ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଉଛି। ଟିପିସିଓଡିଏଲ୍‌ ଖାମଖିଆଲ ନୀତି ଯୋଗୁ ଲୋ ଭୋଲ୍‌ଟେଜ୍‌ ସମସ୍ୟା ସୁଧୁରୁନାହିଁ। ଖରାଦିନ ପୂର୍ବରୁ ଟ୍ରାନ୍ସଫର୍ମରଗୁଡ଼ିକୁ ଅପ୍‌ଗ୍ରେଡେଶନ କରାଯାଇ ନ ଥିବାରୁ ପରିସ୍ଥିତି ଆହୁରି ଜଟିଳ ହୋଇଛି। ବିଦ୍ୟୁତ୍‌ ବିଭ୍ରାଟ ସାଧାରଣତଃ ଏପ୍ରିଲ, ମେ, ଜୁନ୍‌ ଓ ଜୁଲାଇରେ ଉପଭୋକ୍ତାଙ୍କ ବିଦ୍ୟୁତ୍‌ ଆବଶ୍ୟକତା ବଢ଼ିଥାଏ। ଏଥିସହ ଏସି, କୁଲର, ଫ୍ୟାନ୍‌ ବ୍ୟବହାର ମଧ୍ୟ ଅଧିକ ହୋଇଥାଏ। ଅପରପକ୍ଷରେ ଏହି ଦିନଗୁଡ଼ିକରେ କାଳବୈଶାଖୀ ବର୍ଷା, ଅଳ୍ପ ପବନରେ ବିଭ୍ରାଟ ଦେଖାଦେଉଛି। ରାତିରେ ଯଦି ବିଭ୍ରାଟ ହେଉଛିି ତା’ପରଦିନ ଯାଏ ଲୋକେ ଅନ୍ଧାରରେ ରହୁଛନ୍ତି। ଏଥିଲାଗି ଖରାଦିନ ପୂର୍ବରୁ ଟ୍ରାନ୍ସଫର୍ମର ଅପ୍‌ଗ୍ରେଡେଶନ ଜରୁରୀ ହୋଇପଡ଼ିଥିବା ବେଳେ ବିଭାଗ ନିର୍ଦ୍ଧାରିତ ସମୟରେ ଉକ୍ତ କାର୍ଯ୍ୟ କରିବାରେ ବିଫଳ ହୋଇଛି। ଫଳରେ ବାରମ୍ବାର ଫ୍ୟୁଜ୍‌ କଟିବା ସହ ଡିମ୍‌ ହୋଇଯାଉଛି। ରାତ୍ର ୧୦ଟା ପରେ କର୍ମଚାରୀ ଅଭିଯୋଗ ପାଇଲେ ସୁଦ୍ଧା ପରଦିନ ୯ଟା ପର୍ଯ୍ୟନ୍ତ ତାହା ସମାଧାନ କରୁନାହାନ୍ତି। ମାତ୍ର ବିଭାଗ କର୍ତ୍ତୃପକ୍ଷ ବିଭାଗୀୟ କର୍ମଚାରୀଙ୍କ ଉପରେ ଦୋଷ ଲଦି ଖସିଯାଉଛନ୍ତି। ଏସବୁ ଭିତରେ ସାଧାରଣ ଉପଭୋକ୍ତା ହୀନସ୍ତା ହେଉଛନ୍ତି। ପ୍ରବଳ ଗୁଳୁଗୁଳୁରେ ସବ୍‌ଷ୍ଟେଶନ ଓ ଟ୍ରାନ୍ସଫର୍ମରରେ ଅତିରିକ୍ତ ଚାପ ପଡ଼ିବାରୁ ବାରମ୍ବାର ବିଦ୍ୟୁତ୍‌ ବିଭ୍ରାଟ ହେଉଛି ବୋଲି ବିଭାଗ ପକ୍ଷରୁ କୁହାଯାଉଛି। ମାତ୍ର ବିଭାଗ ଉପଭୋକ୍ତାଙ୍କ କିଲୋୱାଟ୍‌ ବଢାଇ ବିଲ୍‌ ନେଉଥିବା ବେଳେ ସବ୍‌ଷ୍ଟେଶନ କିମ୍ବା ଟ୍ରାନ୍ସଫର୍ମରର ୱାଟ ବଢ଼ାଉନାହାନ୍ତି। ଫଳରେ ବାରମ୍ବାର ବିଦ୍ୟୁତ୍‌ ବିଭ୍ରାଟ ଘଟୁଛି। ଲୋ ଭୋଲ୍‌ଟେଜ୍‌ ଯୋଗୁ ମଟରରେ ଟାଙ୍କିକୁ ପାଣି ଉଠୁ ନ ଥିବାରୁ ଜଳ ଯୋଗାଣରେ ବିଭ୍ରାଟ ଘଟୁଛି। ଏହାକୁ ନେଇ ଗ୍ରାମାଞ୍ଚଳ ଓ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ଦାନା ବାନ୍ଧିବାରେ ଲାଗିଛି। ଏ ନେଇ ଟିପିସିଓଡିଏଲ୍‌ ସହ ନିର୍ବାହୀଯନ୍ତ୍ରୀ ସ୍ମୃତିରଞନ ରଥଙ୍କୁ ପଚାରିବାରେ କୌଣସି କାରଣରୁ ବିଦ୍ୟୁତ୍‌ ସରବରାହ ବ୍ୟାହତ ହେଲେ ଏହା ଲୋ ଭୋଲ୍‌ଟେଜ୍‌ ସମସ୍ୟା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

VIDEO:ଷ୍ଟେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri