ଅନ୍ଧାରୀ ନାଳରେ ଲୀନ ହେବ ବଳମ ଗ୍ରାମ

ନାକଟିଦେଉଳ,୨୬ା୧: ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକର ବଳମ ଗ୍ରାମ ଅନ୍ଧାରୀ ନାଳ ମଧ୍ୟରେ ଲୀନ ହେବାକୁ ବସିଛି। ଏହି ନାଳରେ ବର୍ଷାଦିନେ ବନ୍ୟାପାଣି ପ୍ରବାହିତ ହେଉଥିବାରୁ ଗାଁକୁ ଲାଗିଥିବା କୂଳରୁ ମାଟି ଅତଡ଼ା ଖସିବାରେ ଲାଗିଛି। ପ୍ରତ୍ୟେକ ବର୍ଷ ନାଳକୂଳ ଅଞ୍ଚଳରୁ ଗୋଟିଏ ଦୁଇଟି ଘର ଧସି ନଦୀରେ ମିଶିଯାଉଛି। ଏହାକୁ ନେଇ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ରହୁଛନ୍ତ। ଏ ସମ୍ପର୍କରେ ଅଭିଯୋଗ କରିଆସୁଥିଲେ ସୁଦ୍ଧା କିଛି ପଦକ୍ଷେପ ନିଆଯାଉ ନ ଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଉଛି। ଏ ସମ୍ପର୍କରେ ଗ୍ରାମବାସୀ କିଛିଦିନ ତଳେ ରେଢାଖୋଲ ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ବିଧାୟକ ରୋହିତ ପୂଜାରୀ ଜଳସେଚନ ବିଭାଗର ଉଚ୍ଚ ଅଧିକାରୀଙ୍କୁ ଚିଠି ଲେଖିବା ସହ ତୁରନ୍ତ ବ୍ୟବସ୍ଥା ଗ୍ରହଣ କରିବାକୁ କଥା ହୋଇଥିଲେ। ଏହି ପରିପ୍ରେକ୍ଷୀରେ ସୋମବାର ସମ୍ବଲପୁରର ବିଭାଗୀୟ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ପ୍ରମୋଦ କୁମାର ପଣ୍ଡା ବଳମ ଗ୍ରାମକୁ ଆସି ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ଚିରସ୍ରୋତା ଟିକିରା ନଦୀର ଶାଖା ନଦୀ ଅନ୍ଧାରୀ ନାଳ ଦାଉରୁ ଗ୍ରାମକୁ ରକ୍ଷା କରିବା ପାଇଁ ନାଳ କୁଳରେ ଖୁବ୍‌ଶୀଘ୍ର ପଥର ବନ୍ଧ ନିର୍ମାଣ କରାଯିବ ବୋଲି ସେ କହିଛନ୍ତି। ଏଥିପାଇଁ ଗ୍ରାମବାସୀ ବିଧାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି। ବ୍ଲକ ବିଜେଡ଼ି ସଭାପତି ମୁଳିଆ ରାଉଳ, ବଳମ ସରପଞ୍ଚ ବୀରେନ କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଂସେଇଖାନା ଇଦ୍‌ର ଅଂଶ ନୁହେଁ : ହାଇକୋର୍ଟ

କୋଲକାତା,୨୨।୫: ଗୋହତ୍ୟା କୌଣସି ଧାର୍ମିକ ଉତ୍ସବର ଅଂଶ ହୋଇ ନ ପାରେ । ସର୍ବସାଧାରଣ ସ୍ଥାନରେ ପଶୁହତ୍ୟାକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ କହି କଲିକାତା ହାଇକୋର୍ଟ ପଶ୍ଚିମବଙ୍ଗରେ…

କସ୍‌ମେଟିକ ଇଞ୍ଜେକ୍ସନ ଉପରେ ରୋକ୍‌, ଉଲ୍ଲଂଘନ କଲେ….

ନୂଆଦିଲ୍ଲୀ, ୨୨।୫ (ପି.ଟି.): ସାମାଜିକ ଗଣମାଧ୍ୟମ ଓ ସହରାଞ୍ଚଳରେ ଚେହେରାକୁ ଅଧିକ ସୁନ୍ଦର ଓ ଚମକଦାର କରିବା ପାଇଁ ବିଉଟି ପାର୍ଲର ଏବଂ ୱେଲନେସ୍‌ ସେଣ୍ଟରଗୁଡ଼ିକରେ ବ୍ୟାପକ…

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri