୬ ବର୍ଷ ହେଲା ଅନ୍ଧାରରେ ଦାନିକାପେଲ ଗାଁ

ଲାଞ୍ଜିଗଡ଼,୧୪।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବେଗାଁ ଗ୍ରାମପଞ୍ଚାୟତ ଉପାନ୍ତ ଦାନିକାପେଲ ଗ୍ରାମବାସୀ ଦୀର୍ଘ ୬ ବର୍ଷ ହେଲା ବିଦ୍ୟୁତ୍‌ ସେବାରୁ ବଞ୍ଚତ୍ତ। କିନ୍ତୁ ଉପଭକ୍ତାଙ୍କ ନାଁରେ ମୋଟା ଅଙ୍କର ବିଲ ଗଡୁଛି। ଗାଁକୁ ଯେବେ ବିଦ୍ୟୁତ୍‌ ସଂଯୋଗ ହେଲା ଗ୍ରାମବାସୀଙ୍କ ମନରେ ଏକ ଖୁସିର ଲହରୀ ଖେଳି ଯାଇଥିଲା। ବିଦ୍ୟୁତ୍‌ ସଂଯୋଗର ମାତ୍ର ଦୁଇ ବର୍ଷ ଉପଭୋଗ କରିବା ପରେ ସେହି ଖୁସି ଗ୍ରାମବାସୀଙ୍କର ମଉଳି ଗଲା। ସୂଚନାନୁସାରେ ସୁଲିମରୁ ଦାନିକାପେଲ ମଧ୍ୟରେ ଏକ ଗଛପଡ଼ି ବିଦ୍ୟୁତ୍‌ ଖୁଣ୍ଟ ପଡିଯାଇ ତାର ଛିଣ୍ଡି ଯାଇଛି ଏବଂ ସମ୍ପୂର୍ଣ୍ଣ ଭାବେ ବିଦ୍ୟୁତ୍‌ ବିଚ୍ଛିନ୍ନ ହୋଇପଡିଛି। ବର୍ତ୍ତମାନ ସୁଦ୍ଧା ପଡ଼ିଥିବା ବିଦ୍ୟୁତ୍‌ ଖୁଣ୍ଟ ଉଠାଯାଇନି ନା ଛିଣ୍ଡି ଥିବା ତାର ସଂଯୋଗ କରାଯାଇନି। ତାର ଛିଣ୍ଡି ୬ ବର୍ଷ ବିତି ଗଲାଣି ଗାଁକୁ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ ହୋଇଛି। ହେଲେ ଉପଭୋକ୍ତାଙ୍କ ନାମରେ ହଜାର ହଜାର ଟଙ୍କା ବିଲ ଆସୁଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଏହି ଗାଁରେ ୧୧ ଘର କୁଟିଆ କନ୍ଧ ସାମ୍ପ୍ରଦାୟର ଲୋକ ପ୍ରାୟ ୬୦ ବର୍ଷରୁ ଊର୍ଦ୍ଧ୍ୱ ହେବ ବାସ କରି ଆସୁଥିବା ବେଳେ ମାତ୍ର ୫ ଘରକୁ ବିଦ୍ୟୁତ୍‌ ସଂଯୋଗ ହୋଇଛି। ଉକ୍ତ ୫ ଘରେ ବିଦ୍ୟୁତ୍‌ ସଂଯୋଗ ହୋଇଥିବାବେଳେ ବିଦ୍ୟୁତ୍‌ ସଂଯୋଗର ମାତ୍ର ୨ ବର୍ଷ ଉପଭୋକ୍ତାମାନେ ଉପଭୋଗ କରିବା ପରେ ବିଚ୍ଛିନ୍ନ ହୋଇ ଆଜକୁ ୬ ବର୍ଷରୁ ଊର୍ଦ୍ଧ୍ୱ ହେଲା ସଂଯୋଗ ହୋଇନାହିଁ। କିନ୍ତୁ ୫ ଘର ପାଇଁ ୮୩୯୮୬ ଟଙ୍କା ବିଲ ଆସିଥିବାରୁ ଉପଭୋକ୍ତା ଅସନ୍ତୋଷ ପ୍ରକାଶ କରିଛନ୍ତି। ବିଦ୍ୟୁତ୍‌ ନ ଥିବାରୁ ମିଟର ଏବଂ ବିଦ୍ୟୁତ୍‌ ସରଞ୍ଜାମଗୁଡିକ ନଷ୍ଟ ହେଇଗଲାଣି। ବିଦ୍ୟୁତ୍‌ ସଂଯୋଗ ପାଇଁ ବାରମ୍ବାର ଅଭିଯୋଗ ପରେ ମଧ୍ୟ୍ୟ ଏ ଯାଏଁ ବିଭାଗର ନିଘାନାହିଁ। ଫଳରେ ୬ ବର୍ଷ ଧରି ଅନ୍ଧାରରେ ଜୀବନ ବିତାଉଛନ୍ତି ୧୧ଟି ପରିବାର। ଯଥା ସମ୍ଭବ ଦାନିକାପେଲ ଗାଁକୁ ବିଦ୍ୟୁତ୍‌ ସଂଯୋଗ କରାଯାଉ ବୋଲି ଲକ୍ଷ୍ମଣ ମାଝି, କ୍ରିଷ୍ଣା ମାଝି, କାଳିଆ ମାଝି, ରିଗେ ମାଝି, ଟିଙ୍ଗୁ ମାଝି, ପ୍ରଶାସନକୁ ନିବେଦନ କରିଛନ୍ତି। ଯଦି ଏହାର ସମାଧାନ ନ କଲେ ଆଗାମୀ ୨୦୨୪ ନିର୍ବାଚନରେ ଭୋଟ ବର୍ଜନ କରିବୁ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ଏଥିପ୍ରତି ବ୍ଲକ ଏବଂ ଜିଲା ପ୍ରଶାସନ ଦୃଷ୍ଟି ଦେବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri