ଖବର ପ୍ରକାଶ ପରେ ଚେତା ପଶିଲା: ଦ୍ରୌପଦୀ ମୁର୍ମୁଙ୍କ ଗାଁରେ ଜଳିବ ବିଜୁଳି

ରାଇରଙ୍ଗପୁର,୨୫।୬(ଡି.ଏନ୍‌.ଏ.): ଭାଜପା ସମର୍ଥିତ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ଗାଁରେ ଜଳିବ ବିଜୁଳି। ଆଜିଯାଏ ବିଜୁଳି ସାତସପନ ପାଲଟିଥିବା ଏହି ଗାଁରେ ଏବେ ଖୁଣ୍ଟ ପୋତା ଆରମ୍ଭ ହୋଇଛି। ଅନ୍ଧାରରେ ରାଷ୍ଟ୍ରପତି ପ୍ରାର୍ଥୀଙ୍କ ଗାଁ ନେଇ ଖବର ପ୍ରକାଶ ପାଇବା ପରେ ଜିଲା ପ୍ରଶାସନର ଚେତା ପଶିଛି। ଶନିବାର ବିଦ୍ୟୁତ ବିଭାଗ ଗାଁକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛି।

ପ୍ରକାଶ ଯେ, ମୟୂରଭଞ୍ଜ ଜିଲ୍ଲା କୁସୁମୀ ବ୍ଲକ ଉପରବେଡା ପଞ୍ଚାୟତ ଉପରବେଡା ଡୁଙ୍ଗୁରିସାହି ଗାଁରେ ଜନ୍ମ ଗ୍ରହଣ କରିଥିଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ହେଲେ ଏହି ଗାଁରେ ବିଜୁଳି ପହଞ୍ଚି ପାରି ନ ଥିଲା। ଗାଁର ଶତାଧିକ ଆଦିବାସୀ ପରିବାର ଅନ୍ଧକାରରେ ରହି ଆସୁଥିଲେ। ଏନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ତତ୍ପର ହୋଇଛି ପ୍ରଶାସନ। ଶନିବାର ରାଇରଙ୍ଗପୁର ବିଦ୍ୟୁତ ବିଭାଗ ର୍ନିବାହୀ ଅଧିକାରୀ ଚିନ୍ମୟ କୁମାର ବେହେରା, କୁସୁମୀ ବ୍ଲକ ବିଦ୍ୟୁତ ବିଭାଗ ଏସ୍‌ଡିପିଓ ବିରସିଂ ସରେନ ଓ ଅନ୍ୟ କର୍ମଚାରୀମାନେ ଡୁଙ୍ଗୁରି ସାହିକୁ ଯାଇ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି। ସାରୁ ବିଦ୍ୟୁତ ଖୁଣ୍ଟ ପୋତା ଆରମ୍ଭ ହୋଇଛି। ତେବେ ଖୁବ୍‌ଶୀଘ୍ର ଏହି କାମ ସରିବ ବୋଲି ଗ୍ରାମବାସୀ ଆଶା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତି ଦୂତ ସାଜିଥିବା ପାକିସ୍ତାନ ଏବେ ସାଜିବ ‘ଖଳନାୟକ’! ଟ୍ରମ୍ପଙ୍କ ଚକ୍ରବ୍ୟୂହରେ ଫସିଲେ ଶେହବାଜ

ନୂଆଦିଲ୍ଲୀ,୨୫।୫: ପାକିସ୍ତାନ ସମ୍ମୁଖରେ ଏଭଳି ଏକ ଦ୍ୱନ୍ଦ୍ୱ ଦେଖାଦେଇଛି, ଯେଉଁଥିରେ ଯଦି ସେ ସ୍ବୀକାର କରେ ତେବେ ବି ଫସିବ ଏବଂ ଯଦି ମନା କରେ ତେବେ…

ରାସ୍ତାରେ ଅଚେତ୍‌ ହୋଇ ପଡ଼ିଥିଲେ ମହିଳା, ଦେଖିକି ମୁଖ୍ୟମନ୍ତ୍ରୀ ବସ୍‌ ଚାଳକ, କଣ୍ଡକ୍ଟର କଲେ ଏମିତି କାମ

ନନ୍ଦପୁର, ୨୫।୫(ତୁଷାର କାନ୍ତ ମହାନ୍ତି ): ଲମତାପୁଟ-ଟିକରପଡ଼ା ମୁଖ୍ୟମନ୍ତ୍ରୀ ବସ୍‌ରେ କାର୍ଯ୍ୟରତ ଚାଳକ, କଣ୍ଡକ୍ଟର ସୋମବାର ପୂର୍ବାହ୍ନରେ ରାସ୍ତା କଡ଼ରେ ଅଚେତ୍‌ ଅବସ୍ଥାରେ ପଡ଼ିଥିବା ଜଣେ ମହିଳାଙ୍କୁ…

ବିଜେଡି ଛାଡିବା ପରେ ବଡ଼ ଗୁମର ଖୋଲିଲେ ଦେବାଶିଷ, କହିଲେ-ନବୀନ ବାବୁ ଭାଜପା ହାତ ଧରି…

ଭୁବନେଶ୍ୱର,୨୫।୫: ବିଜେଡି ଛାଡ଼ିବା ପରେ ଦେବାଶିଷ ସାମନ୍ତରାୟ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁ ଭାଜପା ହାତ ଧରି କ୍ୟାରିୟର ଆରମ୍ଭ କରିଥିଲେ। ବାଜପେୟୀ,…

ଝାରସୁଗୁଡ଼ା ପ୍ରିମିୟର ଲିଗ୍‌: ଟାଉନ୍‌ ବୀର୍ସ ଚାମ୍ପିୟନ

ଝାରସୁଗୁଡ଼ା,୨୫।୫(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରସ୍ଥିତ ମନମୋହନ ଏମ୍‌.ଇ. ସ୍କୁଲ ପଡ଼ିଆଠାରେ ଝାରସୁଗୁଡ଼ା ପ୍ରିମିୟର ଲିଗ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ରେ ମଙ୍ଗଳ ବଜାର…

ଅଭିଷେକଙ୍କ ଘରେ ପଶିଲା ପୋଲିସ: ଥମୁନି ଦିଦିଙ୍କ ଅଡ଼ୁଆ

କୋଲକାତା,୨୫।୫: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ କୋଲକାତାସ୍ଥିତ ବାସଭବନରେ ପୋଲିସ ପହଞ୍ଚିଛି। ତାଙ୍କ ଘର ବାହାରେ ପ୍ରବଳ ପୋଲିସ ଫୋର୍ସ ମୁତୟନ କରାଯାଇଛି।…

IPL ବେଟିଂ, ୮ ଗିରଫ: ଏକାଧିକ ସ୍ଥାନରେ ଏକକାଳୀନ ଚଢ଼ାଉବେଳେ ମିଳିଲା…

ଝାରସୁଗୁଡା/ବ୍ରଜରାଜନଗର, ୨୫।୫(ଆଶିଷ ରଞ୍ଜନ ଦାଶ/ବିଜୟ ବରା ): ଝାରସୁଗୁଡ଼ା ଜିଲା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଚଳିତ ଆଇପିଏଲ ୨୦୨୬ ମ୍ୟାଚଗୁଡ଼ିକରେ ବେଆଇନ ଅନଲାଇନ କ୍ରିକେଟ…

ଚାଷ ଜମିରୁ ଫେରୁଥିବାବେଳେ କାମୁଡିଲା ସାପ, ମେଡିକାଲ ନେବାବେଳେ ଚାଲିଗଲା ଜୀବନ, ପରିବାର ଅସହାୟ

ଥୁଆମୂଳ ରାମପୁର, ୨୫ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅଧୀନ ସମାପଲା ଗାଁରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ସାପ…

OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ

ଭୁବନେଶ୍ୱର,୨୩।୫: OERC ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏପରକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri