ଜିଲାପାଳ କ୍ଷମତା ପ୍ରୟୋଗ କଲେ ସରପଞ୍ଚ: ୭ ଦିନ ଖମାରି ଗାଁ ଶଟ୍‌ଡାଉନ୍‌

ଦିଗପହଣ୍ଡି,୨ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରି ଗାଁରେ ୪ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଗୋଷ୍ଠୀ ସଂକ୍ରମଣ ଭୟରେ ଗୁରୁବାର ସ୍ଥାନୀୟ ସରପଞ୍ଚ ସନ୍ତୋଷ କୁମାର ପାତ୍ର ଜିଲାପାଳ କ୍ଷମତା ପ୍ରୟୋଗ କରିଛନ୍ତି। ସମ୍ପୂର୍ଣ୍ଣ ଗାଁକୁ ସେ ୭ ଦିନ ପାଇଁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ସେ ଏନେଇ ଦିଗପହଣ୍ଡି ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ୍‌ ତଥା ତହସିଲଦାର ଅଦୈତ କୁମାର ସ୍ବାଇଁ, ବିଡିଓ ହଳଧର ଶବରଙ୍କୁ ଲିଖିତପତ୍ର ପ୍ରଦାନ କରିଥିବା କହିଛନ୍ତି।
ସୂଚନା ଅନୁଯାୟୀ, ପ୍ରଥମେ ଖମାରି ଗାଁର ଜଣେ ବୃଦ୍ଧା ଗୁରୁତର ଅସୁସ୍ଥ ହେବାରୁ ତାଙ୍କୁ ବିଶାଖାପାଟଣାସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ଭଲ ନ ହେବାରୁ ପରିବାର ଲୋକେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ସେ ପଜିଟିଭ୍‌ ଚିହ୍ନଟ ହେବା ପରେ ବ୍ଲକ ପ୍ରଶାସନ ପକ୍ଷରୁ ତାଙ୍କ ପରିବାରର ୩ ଜଣ ସଦସ୍ୟଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ସେମାନଙ୍କ ରକ୍ତ ଓ ସ୍ବାବ୍‌ ସଂଗ୍ରହ କରାଯାଇ ପରୀକ୍ଷା ନିମନ୍ତେ ପଠାଯାଇଥିଲା। ବୁଧବାର ସନ୍ଧ୍ୟାରେ ରିପୋର୍ଟ ପଜିଟିଭ୍‌ ବୋଲି ବ୍ଲକ ପ୍ରଶାସନ ନିକଟରେ ତଥ୍ୟ ପହଞ୍ଚିବା ପରେ ଗ୍ରାମବାସୀଙ୍କ ସୁରକ୍ଷା ଦୃଷ୍ଟିରୁ ତଥା ସଂକ୍ରମଣ ଭୟରୂ ଦୂରେଇ ରହିବା ପାଇଁ ସରପଞ୍ଚ ସନ୍ତୋଷ କୁମାର ପାତ୍ର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ଏନେଇ ଅବଗତ କରାଇଥିଲେ। ଜିଲାପାଳଙ୍କ ଅନୁମତି କ୍ରମେ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ବୃନ୍ଦ, ସରପଞ୍ଚ, ଅଙ୍ଗନଓ୍ବାଡ଼ି, ଆଶାକର୍ମୀ ଓ ସ୍ବାସ୍ଥ୍ୟକର୍ମୀଙ୍କ ଉପସ୍ଥିତିରେ ସମଗ୍ର ଗାଁକୁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଗାଁ ସଂଲଗ୍ନ ମୁଖ୍ୟରାସ୍ତାକୁ ସିଲ୍‌ କରାଯାଇ ଲୋକଙ୍କ ଯାତାୟାତ ପାଇଁ ବାରଣ କରାଯାଇଥିବା ବେଳେ ଦୋକାନ ବଜାର ଉପରେ କଟକଣା ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ଡବଲ ଇଞ୍ଜିନ ସରକାର କରିବାକୁ ଧର୍ମେନ୍ଦ୍ରଙ୍କ ଆହ୍ବାନ

ଝାରସୁଗୁଡ଼ା,୨୪ା୪ (ସଞ୍ଜୟ ମାଲି):ଝାରସୁଗୁଡା ଜିଲା ଲଇକେରା ବ୍ଲକରେ ମଙ୍ଗଳବାର ଭାଜପା ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଲଇକେରା ବିଜେଡି ମହିଳା ନେତ୍ରୀ...

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri