ଜିଲାପାଳ କ୍ଷମତା ପ୍ରୟୋଗ କଲେ ସରପଞ୍ଚ: ୭ ଦିନ ଖମାରି ଗାଁ ଶଟ୍‌ଡାଉନ୍‌

ଦିଗପହଣ୍ଡି,୨ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରି ଗାଁରେ ୪ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଗୋଷ୍ଠୀ ସଂକ୍ରମଣ ଭୟରେ ଗୁରୁବାର ସ୍ଥାନୀୟ ସରପଞ୍ଚ ସନ୍ତୋଷ କୁମାର ପାତ୍ର ଜିଲାପାଳ କ୍ଷମତା ପ୍ରୟୋଗ କରିଛନ୍ତି। ସମ୍ପୂର୍ଣ୍ଣ ଗାଁକୁ ସେ ୭ ଦିନ ପାଇଁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ସେ ଏନେଇ ଦିଗପହଣ୍ଡି ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ୍‌ ତଥା ତହସିଲଦାର ଅଦୈତ କୁମାର ସ୍ବାଇଁ, ବିଡିଓ ହଳଧର ଶବରଙ୍କୁ ଲିଖିତପତ୍ର ପ୍ରଦାନ କରିଥିବା କହିଛନ୍ତି।
ସୂଚନା ଅନୁଯାୟୀ, ପ୍ରଥମେ ଖମାରି ଗାଁର ଜଣେ ବୃଦ୍ଧା ଗୁରୁତର ଅସୁସ୍ଥ ହେବାରୁ ତାଙ୍କୁ ବିଶାଖାପାଟଣାସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ଭଲ ନ ହେବାରୁ ପରିବାର ଲୋକେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ସେ ପଜିଟିଭ୍‌ ଚିହ୍ନଟ ହେବା ପରେ ବ୍ଲକ ପ୍ରଶାସନ ପକ୍ଷରୁ ତାଙ୍କ ପରିବାରର ୩ ଜଣ ସଦସ୍ୟଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ସେମାନଙ୍କ ରକ୍ତ ଓ ସ୍ବାବ୍‌ ସଂଗ୍ରହ କରାଯାଇ ପରୀକ୍ଷା ନିମନ୍ତେ ପଠାଯାଇଥିଲା। ବୁଧବାର ସନ୍ଧ୍ୟାରେ ରିପୋର୍ଟ ପଜିଟିଭ୍‌ ବୋଲି ବ୍ଲକ ପ୍ରଶାସନ ନିକଟରେ ତଥ୍ୟ ପହଞ୍ଚିବା ପରେ ଗ୍ରାମବାସୀଙ୍କ ସୁରକ୍ଷା ଦୃଷ୍ଟିରୁ ତଥା ସଂକ୍ରମଣ ଭୟରୂ ଦୂରେଇ ରହିବା ପାଇଁ ସରପଞ୍ଚ ସନ୍ତୋଷ କୁମାର ପାତ୍ର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ଏନେଇ ଅବଗତ କରାଇଥିଲେ। ଜିଲାପାଳଙ୍କ ଅନୁମତି କ୍ରମେ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ବୃନ୍ଦ, ସରପଞ୍ଚ, ଅଙ୍ଗନଓ୍ବାଡ଼ି, ଆଶାକର୍ମୀ ଓ ସ୍ବାସ୍ଥ୍ୟକର୍ମୀଙ୍କ ଉପସ୍ଥିତିରେ ସମଗ୍ର ଗାଁକୁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଗାଁ ସଂଲଗ୍ନ ମୁଖ୍ୟରାସ୍ତାକୁ ସିଲ୍‌ କରାଯାଇ ଲୋକଙ୍କ ଯାତାୟାତ ପାଇଁ ବାରଣ କରାଯାଇଥିବା ବେଳେ ଦୋକାନ ବଜାର ଉପରେ କଟକଣା ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨୯ରୁ ବଦଳିଯିବ ଏହି ୫ ରାଶିଙ୍କ ଭାଗ୍ୟ: ହେବ ଧନ ବର୍ଷା, ବ୍ୟାପାର-କ୍ୟାରିୟରରେ…

ଜୁଲାଇ ୨୯ରେ ଧନ, ସୁଖ ଏବଂ ବୈଭବର କାରକ ଗ୍ରହ ଶୁକ୍ର ଏବଂ ସାହସ, ଶକ୍ତି ତଥା କର୍ମର କାରକ ଗ୍ରହ ମଙ୍ଗଳ ପରସ୍ପରଠାରୁ ୯୦ ଡିଗ୍ରୀ…

କାଦୁଅରେ ଫସି ହନ୍ତସନ୍ତ ହେଲା ଦନ୍ତା: ସାଥୀ ହାତୀ ଶୁଣ୍ଢରେ ଟାଣି କଲା ଉଦ୍ଧାର

ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ ଅଞ୍ଚଳରେ ଏକ ଅଭାବନୀୟ ଏବଂ ମର୍ମସ୍ପର୍ଶୀ ଦୃଶ୍ୟ ଦେଖିବାକୁ ମିଳିଛି। ବୁଧବାର ଦିନ…

ବୈତରଣୀ ନଦୀରେ ପକାଇଥିଲେ ଜାଲ, ପଡ଼ିଲା ୨୨୦ କେଜି ଓଜନର ବିଶାଳ ମାଛ

ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ କପୁଣ୍ଡି ଗ୍ରାମର ରୁଗୁଡ଼ିଭାଡ଼ି ସାହି ନିକଟ ଦେଇ ପ୍ରବାହିତ ବୈତରଣୀ ନଦୀରେ ଏକ ବଡ଼ଧରଣର…

ଜଳମଗ୍ନ ବାଂଶପାଳ BEOଙ୍କ କାର୍ଯ୍ୟାଳୟ: ଆଣ୍ଠୁଏ ପାଣିରେ ଚାଲିଛି ସରକାରୀ କାମ, ନଷ୍ଟ ହେଉଛି ପିଲାଙ୍କ ବହି

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶିକ୍ଷା ଅଧିକାରୀଙ୍କ (BEO) କାର୍ଯ୍ୟାଳୟ ବର୍ତ୍ତମାନ ଲଗାଣ ବର୍ଷା ଯୋଗୁ ଜଳମଗ୍ନ ଅବସ୍ଥାରେ ରହିଛି। କାର୍ଯ୍ୟାଳୟ ପରିସରରେ…

ଇରାନର ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ମାଡ଼ ପରେ ଟ୍ରମ୍ପଙ୍କ କଡ଼ା ଚେତାବନୀ, ସବୁ ଶେଷ…

ଓ୍ବାଶିଂଟନ,୨୯।୭: ଆମେରିକା ଏବଂ ସାଉଦି ଆରବ ଦ୍ୱାରା ଇରାକ ଉପରେ ହୋଇଥିବା ଆକ୍ରମଣରେ ଛଅ ଜଣ ଇରାନୀ ପରାମର୍ଶଦାତାଙ୍କ ମୃତ୍ୟୁ ହୋଇଥିଲା । ଏହା ପୂର୍ବରୁ, ଇରାନ…

ସଫା ହୋଇନାହିଁ ଘୋଡ଼ାହାଡ଼ ଡ୍ୟାମ ଶାଖା କେନାଲ: ଖରିଫ ଚାଷ ପାଇଁ ମିଳୁନି ପାଣି, ଆନ୍ଦୋଳନ ପାଇଁ…

ଦିଗପହଣ୍ଡି, ,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟର ପ୍ରଶାସନିକ ଅବହେଳା କାରଣରୁ ଅଞ୍ଚଳର ଚାଷୀମାନେ ଗଭୀର ସମସ୍ୟାର ସମ୍ମୁଖୀନ…

ଅଙ୍ଗ ନଦୀ ବନ୍ୟା ପାଣି ଘେରରେ ଦିଗଶିରା ଗ୍ରାମ, ବ୍ରିଜରେ କାମ କରୁଥିବା ବେଳେ ଫସିଥିବା ୨୦ ଶ୍ରମିକ ଉଦ୍ଧାର

ଡୁଙ୍ଗୁରିପାଲି, ୨୯।୭(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଦିଗଶିରା ଗ୍ରାମ ବର୍ତ୍ତମାନ ଅଙ୍ଗ ନଦୀର ବନ୍ୟା ପାଣି ଘେରରେ ରହିଛି। ଉପରମୁଣ୍ଡରେ ଲଘୁଚାପ ଜନିତ…

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri