ଛେଣ୍ଡିପଦା,୨୫।୫(ସ୍ବ.ପ୍ର.)
ପୋଖରୀରେ ଠାକୁରଙ୍କ ଚାପଖେଳ ବେଳେ ସୋମବାର ରାତିରେ କାଳବୈଶାଖୀ ବର୍ଷା ଛେଣ୍ଡିପଦା ଚନ୍ଦନଯାତ୍ରାରେ ବାଧା ସୃଷ୍ଟି କରିଛି। ପ୍ରକାଶ ଯେ, ସା ସମୟରେ ପାଗ ଅନୁକୂଳ ଥିବାରୁ ହଜାର ହଜାର ଲୋକଙ୍କ ସମାଗମ ହୋଇଥିଲା। ହେଲେ ରାତି ୮ଟା ବେଳେ କାଳବୈଶାଖୀ ବର୍ଷା ଯୋଗୁ ପ୍ରାୟ ୧ଘଣ୍ଟା ଧରି ଯାତ୍ରା ଫିକା ପଡିଯାଇଥିଲା। ବର୍ଷା ଛାଡିବା ପରେ ଏକ ସୁସଜ୍ଜିତ ବିମାନରେ ଗ୍ରାମର ରାଧାକୃଷ୍ଣ ମନ୍ଦିରରୁ ଠାକୁରଙ୍କ ବିରାଟ ପାଟପଟୁଆରରେ ଗ୍ରାମ ପରିକ୍ରମା କରାଯାଇ ଯାତ୍ରା ପଡିଆ ପୂଜା ମଣ୍ଡପକୁ ନିଆଯାଇଥିଲା। ଏହି ଶୋଭାଯାତ୍ରା ବେଳେ ଘଣ୍ଟ, ଶଙ୍ଖ, ବାଦ୍ୟ, ନାମସଂକୀର୍ତ୍ତନରେ ଅଞ୍ଚଳ ପ୍ରକମ୍ପିତ ହୋଇଉଠିଥିଲା। ଲୋକଙ୍କ ମନୋରଞ୍ଜନ ପାଇଁ ଯାତ୍ରା କମିଟି, ଯୁବମଞ୍ଚ, ବଜାର କମିଟି ପକ୍ଷରୁ ବିଭିନ୍ନ ସ୍ଥାନରେ ମେଲୋଡି କାର୍ଯ୍ୟକ୍ରମ କରାଯାଇଥିଲା। ଗ୍ରାମ ସଭାପତି ଚନ୍ଦ୍ରମଣି ପ୍ରଧାନଙ୍କ ନେତୃତ୍ୱରେ ଆୟୋଜିତ ଏହି ଯାତ୍ରା କାର୍ଯ୍ୟକ୍ରମରେ ଉପସଭାପତି ସୁଦୀପ୍ତ ପ୍ରଧାନ, ସମ୍ପାଦକ ରବୀନ୍ଦ୍ର ବେହେରା, କୋଷାଧ୍ୟକ୍ଷ ବିପିନବିହାରୀ ପ୍ରଧାନ, ଉପଦେଷ୍ଟା କମିଟି ସଭ୍ୟ ଓ ଗ୍ରାମ ବେହେରା ବୃନ୍ଦ ଉପସ୍ଥିତ ରହି ଯାତ୍ରା ପରିଚାଳନା କରିଥିଲେ। ବଜାର ସମେତ ଯାତ୍ରା ପଡିଆ ରଙ୍ଗବେରଙ୍ଗର ଆଲୋକମାଳାରେ ଝଲସୁଥିବାବେଳେ ବହୁ ସଂଖ୍ୟାରେ ଅସ୍ଥାୟୀ ଦୋକାନ ଓ ମିନାବଜାର ଖୋଲାଯାଇଥିଲା। ଛେଣ୍ଡିପଦା ପ୍ରଧାନସାହି ପକ୍ଷରୁ ଭକ୍ତମାନଙ୍କ ପାଇଁ ଅନ୍ନ ଭୋଗ, ଯୁବମଞ୍ଚ ପକ୍ଷରୁ ମୃଦ୍ୟୁ ପାନୀୟ, ସତ୍ୟସାଇ ସେବା ସଙ୍ଗଠନ ପକ୍ଷରୁ ଥଣ୍ଡା ପାନୀୟ ଜଳ ଭକ୍ତମାନଙ୍କ ପାଇଁ ଯୋଗାଇ ଦିଆଯାଇଥିଲା। ସେହିପରି ବିଭିନ୍ନ କମିଟି ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଇଥିଲା। ତେବେ ଯାତ୍ରା ଚାଲିଥିବା ବେଳେ ରାତି ୧ଟା ବେଳେ ପୁଣି ଘଡଘଡି ସହିତ ପ୍ରବଳ ବର୍ଷା ପବନ ହୋଇଥିଲା। ବର୍ଷା ଛାଡ଼ିବା ପରେ ଭୋର୍ ୪ଟାରେ ଗ୍ରାମବାସୀଙ୍କ ପକ୍ଷରୁ ରୀତିନୀତି ଅନୁଯାୟୀ ମନ୍ଦିର ପୋଖରୀରେ ଚାପ ଖେଳ ଅନୁଷ୍ଠିତ ହୋଇଥିଲା। ଶାନ୍ତିଶୃଙ୍ଖଳା ପାଇଁ ପୋଲିସ ପକ୍ଷରୁ ଫୋର୍ସ ମୁତୟନ କରାଯାଇଥିବା ବେଳେ କମିଟି ପକ୍ଷରୁ ସ୍ବେଚ୍ଛାସେବୀ ଉପସ୍ଥିତ ଥିଲେ।
ତାମିଲନାଡୁରେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଷ୍ଟାଲିନ ସରକାରଙ୍କୁ ଭାଜପାର କଡ଼ା ନିନ୍ଦା
ଭୁବନେଶ୍ୱର,୩୦ ।୧୨: ତାମିଲନାଡୁରେ ଜଣେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଏହି ଘଟଣାକୁ ନେଇ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ତୀବ୍ର ପ୍ରତିକ୍ରିୟା...
ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ
ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...
ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍
ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...
ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…
ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...
ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା
ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...
ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା
ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...
ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ
ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...
ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…
ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...
Archives


