ଛେଣ୍ଡିପଦା,୨୫।୫(ସ୍ବ.ପ୍ର.)
ପୋଖରୀରେ ଠାକୁରଙ୍କ ଚାପଖେଳ ବେଳେ ସୋମବାର ରାତିରେ କାଳବୈଶାଖୀ ବର୍ଷା ଛେଣ୍ଡିପଦା ଚନ୍ଦନଯାତ୍ରାରେ ବାଧା ସୃଷ୍ଟି କରିଛି। ପ୍ରକାଶ ଯେ, ସା ସମୟରେ ପାଗ ଅନୁକୂଳ ଥିବାରୁ ହଜାର ହଜାର ଲୋକଙ୍କ ସମାଗମ ହୋଇଥିଲା। ହେଲେ ରାତି ୮ଟା ବେଳେ କାଳବୈଶାଖୀ ବର୍ଷା ଯୋଗୁ ପ୍ରାୟ ୧ଘଣ୍ଟା ଧରି ଯାତ୍ରା ଫିକା ପଡିଯାଇଥିଲା। ବର୍ଷା ଛାଡିବା ପରେ ଏକ ସୁସଜ୍ଜିତ ବିମାନରେ ଗ୍ରାମର ରାଧାକୃଷ୍ଣ ମନ୍ଦିରରୁ ଠାକୁରଙ୍କ ବିରାଟ ପାଟପଟୁଆରରେ ଗ୍ରାମ ପରିକ୍ରମା କରାଯାଇ ଯାତ୍ରା ପଡିଆ ପୂଜା ମଣ୍ଡପକୁ ନିଆଯାଇଥିଲା। ଏହି ଶୋଭାଯାତ୍ରା ବେଳେ ଘଣ୍ଟ, ଶଙ୍ଖ, ବାଦ୍ୟ, ନାମସଂକୀର୍ତ୍ତନରେ ଅଞ୍ଚଳ ପ୍ରକମ୍ପିତ ହୋଇଉଠିଥିଲା। ଲୋକଙ୍କ ମନୋରଞ୍ଜନ ପାଇଁ ଯାତ୍ରା କମିଟି, ଯୁବମଞ୍ଚ, ବଜାର କମିଟି ପକ୍ଷରୁ ବିଭିନ୍ନ ସ୍ଥାନରେ ମେଲୋଡି କାର୍ଯ୍ୟକ୍ରମ କରାଯାଇଥିଲା। ଗ୍ରାମ ସଭାପତି ଚନ୍ଦ୍ରମଣି ପ୍ରଧାନଙ୍କ ନେତୃତ୍ୱରେ ଆୟୋଜିତ ଏହି ଯାତ୍ରା କାର୍ଯ୍ୟକ୍ରମରେ ଉପସଭାପତି ସୁଦୀପ୍ତ ପ୍ରଧାନ, ସମ୍ପାଦକ ରବୀନ୍ଦ୍ର ବେହେରା, କୋଷାଧ୍ୟକ୍ଷ ବିପିନବିହାରୀ ପ୍ରଧାନ, ଉପଦେଷ୍ଟା କମିଟି ସଭ୍ୟ ଓ ଗ୍ରାମ ବେହେରା ବୃନ୍ଦ ଉପସ୍ଥିତ ରହି ଯାତ୍ରା ପରିଚାଳନା କରିଥିଲେ। ବଜାର ସମେତ ଯାତ୍ରା ପଡିଆ ରଙ୍ଗବେରଙ୍ଗର ଆଲୋକମାଳାରେ ଝଲସୁଥିବାବେଳେ ବହୁ ସଂଖ୍ୟାରେ ଅସ୍ଥାୟୀ ଦୋକାନ ଓ ମିନାବଜାର ଖୋଲାଯାଇଥିଲା। ଛେଣ୍ଡିପଦା ପ୍ରଧାନସାହି ପକ୍ଷରୁ ଭକ୍ତମାନଙ୍କ ପାଇଁ ଅନ୍ନ ଭୋଗ, ଯୁବମଞ୍ଚ ପକ୍ଷରୁ ମୃଦ୍ୟୁ ପାନୀୟ, ସତ୍ୟସାଇ ସେବା ସଙ୍ଗଠନ ପକ୍ଷରୁ ଥଣ୍ଡା ପାନୀୟ ଜଳ ଭକ୍ତମାନଙ୍କ ପାଇଁ ଯୋଗାଇ ଦିଆଯାଇଥିଲା। ସେହିପରି ବିଭିନ୍ନ କମିଟି ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଇଥିଲା। ତେବେ ଯାତ୍ରା ଚାଲିଥିବା ବେଳେ ରାତି ୧ଟା ବେଳେ ପୁଣି ଘଡଘଡି ସହିତ ପ୍ରବଳ ବର୍ଷା ପବନ ହୋଇଥିଲା। ବର୍ଷା ଛାଡ଼ିବା ପରେ ଭୋର୍ ୪ଟାରେ ଗ୍ରାମବାସୀଙ୍କ ପକ୍ଷରୁ ରୀତିନୀତି ଅନୁଯାୟୀ ମନ୍ଦିର ପୋଖରୀରେ ଚାପ ଖେଳ ଅନୁଷ୍ଠିତ ହୋଇଥିଲା। ଶାନ୍ତିଶୃଙ୍ଖଳା ପାଇଁ ପୋଲିସ ପକ୍ଷରୁ ଫୋର୍ସ ମୁତୟନ କରାଯାଇଥିବା ବେଳେ କମିଟି ପକ୍ଷରୁ ସ୍ବେଚ୍ଛାସେବୀ ଉପସ୍ଥିତ ଥିଲେ।
ବାଇକ୍କୁ ଧକ୍କା ଦେଲା ଟ୍ରକ୍: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ
ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…
ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା
ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…
କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ
ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…
ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …
ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…
ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…
ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା
ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…
ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା
ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍ ଓ ଦୁଇଟି ବାଇକ୍ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…
ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…
ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

