ବୁଲୁଛି ଦନ୍ତା, ଗ୍ରାମବାସୀ ଭୟଭୀତ

ବାଲେଶ୍ୱର ଅଫିସ,୧୨।୫: ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଧୀନ ବଡ଼ପାଳ ପଞ୍ଚାୟତ ନିକଟସ୍ଥ ଗ୍ରାମ୍ୟ ଜଙ୍ଗଲରେ ବୁଲୁଛି ଝାଡ଼ଖଣ୍ଡ ଦନ୍ତା। ଗାଁକୁ ପଶିଯିବା ଭୟରେ ଅଞ୍ଚଳବାସୀ ଆତଙ୍କିତ ହୋଇପଡିଛନ୍ତି। ବିଦ୍ୟୁତ୍‌ ତାର ଦ୍ୱାରା ହାତୀର କ୍ଷୟକ୍ଷତି ହେବା ଆଶଙ୍କାକୁ ନେଇ ସାରା ପଞ୍ଚାୟତରେ ବିଦ୍ୟୁତ୍‌ କାଟ୍‌ କରାଯାଇଛି। ବନବିଭାଗ କର୍ମଚାରୀ ହାତୀକୁ ଜଗିବା ସହ ଗତିପଥ ଉପରେ ନଜର ରଖିଛି।
ଗୁରୁବାର ପୂର୍ବାହ୍ନରେ ଝାଡଖଣ୍ଡ ଦନ୍ତା ହାତୀ ବଡ଼ପାଳ ନିକଟସ୍ଥ ଜଙ୍ଗଲରେ ପହଞ୍ଚିଥିଲା। ସ୍ଥାନୀୟ ଧାନବିଲରେ ପଶି ଚାଷ ନଷ୍ଟ କରୁଥିବା ଦେଖି ସ୍ଥାନୀୟ ଲୋକେ ବନବିଭାଗକୁ ଖବର ଦେଇଥିଲେ। ମାତ୍ର ଗୋଟିଏ ହାତୀ ଆସିଥିବାରୁ ବନବିଭାଗ ଘଟଣାସ୍ଥଳରେ ପହଞ୍ଚତ୍ ହାତୀକୁ ଜଙ୍ଗଲକୁ ଘଉଡ଼ାଇ ଦେବା ସହ ଜଗି ରହିଛନ୍ତି। ଅନ୍ୟପଟରେ ହାତୀଟି କୁଆଡ଼େ ଗାଁ ଭିତରକୁ ପଶିଯିବ ଏବଂ ବିଦ୍ୟୁତ୍‌ ତାର ସମ୍ପର୍କରେ ଆସି କ୍ଷୟକ୍ଷତି ହେବାର ଆଶଙ୍କା ଥିବାରୁ ଟିପିଏନ୍‌ଓଡ଼ିଏଲ୍‌ ପକ୍ଷରୁ କର୍ମଚାରୀମାନେ ପହଞ୍ଚତ୍ ସତର୍କତା ଭାବେ ବିଦ୍ୟୁତ୍‌ ସରବରାହକୁ ବନ୍ଦ ରଖିଛନ୍ତି। ସେହିପରି ଗ୍ରାମବାସୀ ଗାଁ ଜଗିବା ସହ ହାତୀର ଗତିବିଧି ଉପରେ ଲକ୍ଷ୍ୟ ରଖିବାକୁ ବାଧ୍ୟ ହୋଇଛନ୍ତି। ଏଭଳି ଝାଡଖଣ୍ଡ ହାତୀ ବର୍ଷ ବର୍ଷ ଧରି ବିଭିନ୍ନ ସମୟରେ ଏକୁଟିଆ କିମ୍ବା ଗୋଠ ସହିତ ପହଞ୍ଚତ୍ ଏହି ସ୍ଥାନରେ ବ୍ୟାପକ ଫସଲ ନଷ୍ଟ କରୁଥିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?