ନଦୀ ପାରହୋଇ ଶ୍ମଶାନକୁ ମୃତଦେହ ନେଉଛନ୍ତି ଗ୍ରାମବାସୀ

ଦଶମନ୍ତପୁର,୪ା୯(ଡି.ଏନ. ଏ.):ଗ୍ରାମର କୌଣସି ବ୍ୟକ୍ତିଙ୍କ ମୃତ୍ୟୁ ଘଟିଲେ ମଶାଣିକୁ ମୃତଦେହ ସତ୍କାର ଲାଗି ନେବାକୁ ଗ୍ରାମବାସୀଙ୍କୁ ନଦୀପାର ହେବାକୁ ପଡୁଛି। ଜୀବନକୁ ବାଜି ଲଗାଇ ମୁରାନ ନଦୀ ପାରିହେବାକୁ ପଡୁଛି ସେମାନଙ୍କୁ। ବର୍ଷାଦିନେ ଏନେଇ ଗ୍ରାମବାସୀ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ଏପରି ଦେଖିବାକୁ ମିଳିଛି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଗାଦିଆଗୁଡା ପଞ୍ଚାୟତର ବୋଗେଇପଦର ଗ୍ରାମରେ। କେବଳ ଏହି ଗୋଟିଏ ଗ୍ରାମ ନୁହେଁ, ପରଜାଗଦ୍ରି, ତଳଗଦ୍ରି ଗ୍ରାମବାସୀ ମଧ୍ୟ ସମାନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ମୁରାନ ନଦୀର ୭ ଫୁଟରୁ ଅଧିକ ପାଣି ଥିବା ବେଳେ ମଧ୍ୟ ନଦୀ ପାରି ହୋଇ ମଶାଣିକୁ ମୃତଦେହ ନେଉଛନ୍ତି ବୋଲି ଗ୍ରାମବାସୀ ପ୍ରକାଶ କରିଛନ୍ତି। ସେମାନେ କହିଛନ୍ତି, ଏହି ୩ ଖଣ୍ଡ ଗ୍ରାମର ଶ୍ମାଶାନ ଗୋଟିଏ ସ୍ଥାନରେ ରହିଛି। ଏହି ମଶାଣିରେ ୩ଗ୍ରାମର ଲୋକ ମୃତଦେହ ସତ୍କାର କରିଥାନ୍ତି। କେବଳ ମଶାଣି ନୁହେଁ, ଉପରୋକ୍ତ ଗ୍ରାମର ଲୋକେ ହାଟବଜାରଠାରୁ ଆରମ୍ଭକରି ଛାତ୍ରୀ ଛାତ୍ରମାନେ ବିଦ୍ୟାଳୟ ଯିବା ପାଇଁ ମଧ୍ୟ ନଦୀ ପାରିହୋଇ ଯାତାୟାତ କରିଥାନ୍ତି। ବର୍ଷାଦିନେ ନଦୀରେ ବେଶି ପାଣି ଥିଲେ ୫ କି.ମି. ଦୂର ବୁଲି ଛାତ୍ରୀଛାତ୍ର ବିଦ୍ୟାଳୟ ଯାଇଥାନ୍ତି। ଏଠାରେ ପୋଲ ନିର୍ମାଣ ହେଲେ ସମସ୍ୟା ସୁଧୁରିବ। ସମସ୍ୟା ନେଇ ସେମାନେ ପଞ୍ଚାୟତ, ବ୍ଲକ କାର୍ଯ୍ୟଳୟ, ଜିଲା ପ୍ରଶାସନ ଓ ରାଜନେତାଙ୍କୁ ବାରମ୍ବାର ଜଣାଇ ଦାବିପତ୍ର ଦେଇଥିଲେ ମଧ୍ୟ ଏଯାଏ କିଛି ସୁଫଳ ମିଳୁନାହିଁ ବୋଲି ଗ୍ରାମବାସୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?