ଛାତ୍ରଙ୍କ କଟାମୁଣ୍ଡ ରଖି ରାସ୍ତାରୋକୋ କଲେ ଗ୍ରାମବାସୀ

ପିପିଲି,୧୦ା୩(ଡି.ଏନ୍‌.ଏ.): ରାଜରାସ୍ତାରେ କଟାମୁଣ୍ଡ ରଖି ଗ୍ରାମବାସୀ ପୁରୀ ଭୁବନେଶ୍ୱର ୩୧୬ ନମ୍ବର ଜାତୀୟ ରାଜପଥ ପିପିଲି ଟୋଲ ଗେଟ୍‌ ନିକଟରେ ରାସ୍ତାରୋକୋ କରିଛନ୍ତି। ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ କଟାମୁଣ୍ଡ ରଖି ନ୍ୟାୟ ଭିକ୍ଷା କରିଛନ୍ତି ଅଞ୍ଚଳବାସୀ। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଗାଡ଼ିମଟର ଅଟକି ରହିଛି। ପିପିଲି ଏସ୍‌ଡିପିଓ ଏବଂ ଆଇଆଇସି ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରୁଛନ୍ତି।

ସୂଚନାଯୋଗ୍ୟ, ପିପିଲି ଗୋବିନ୍ଦପୁର ଅନ୍ତର୍ଗତ ମାଟିଆପଡ଼ା ଗ୍ରାମର ସୁମିତ୍ରା ଜେନାଙ୍କ ପୁଅ ସୌମ୍ୟରଞ୍ଜନ ଦଶମ ଶ୍ରେଣୀରେ ପଢୁଥିଲେ। ଗତ ୭ ତାରିଖ ସନ୍ଧ୍ୟାରୁ ସେ ନିଖୋଜ ଥିଲେ। ୮ ତାରିଖ ପୂର୍ବାହ୍ନରେ ଗୋବିନ୍ଦପୁର ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୌମ୍ୟରଞ୍ଜନଙ୍କ ମୃତଦେହ ରେଳଲାଇନ୍‌ କଡ଼ରେ ପଡ଼ିଥିବା ବିଷୟରେ ପରିବାର ଲୋକଙ୍କୁ ଜଣାଇଥିଲେ। ଏନେଇ ପରିବାର ଲୋକେ ପିପିଲି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା।

ଅନ୍ୟପକ୍ଷରେ ମୃତ ସୌମ୍ୟରଞ୍ଜନଙ୍କ ସହ ଉକ୍ତ ଅଞ୍ଚଳର ଜଣେ ନାବାଳିକାଙ୍କ ସହ ପ୍ରେମ ସମ୍ପର୍କ ଥିଲା ଯାହାକି ତାଙ୍କ ମୋବାଇଲର ମେସେଜରୁ ଜଣାପଡ଼ିଛି ବୋଲି ଏତଲାରେ ଦର୍ଶାଯାଇଛି। ସୌମ୍ୟରଞ୍ଜନଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଛି ବୋଲି ଅଭିଯୋଗ କରିଛନ୍ତି ପରିବାର ଲୋକେ। ଆଜି ନ୍ୟାୟ ଦାବିରେ ପରିବାର ଲୋକେ ଏବଂ ଗ୍ରାମବାସୀ ପିପିଲି ଟୋଲ୍‌ ଗେଟ୍‌ ନିକଟରେ ମୃତଦେହ ରଖି ରାସ୍ତା ଅବରୋଧ କରିଛନ୍ତି।

,

 


Enter your email to get our daily news in your inbox.

All Right Reserved By Dharitri.Com

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri