ବିଭିନ୍ନ ଦାବି ନେଇ ଗ୍ରାମବାସୀ ଜିଲା ପ୍ରଶାସନର ଦ୍ୱାରସ୍ଥ

କୋରାପୁଟ,୩ା୧୨(ସ୍ବ.ପ୍ର.): କୋରାପୁଟ ଜିଲା ଲମତାପୁଟ ବ୍ଲକରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟ ନେଇ ଗ୍ରାମବାସୀ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି। ଜିଲାପାଳ ମଧୁସୂଦନ ମିଶ୍ରଙ୍କୁ ଏ ସମ୍ପର୍କିତ ଏକ ଦାବିପତ୍ର ମଧ୍ୟ ପ୍ରଦାନ କରିଛନ୍ତି। ଲମତାପୁଟ ସିନ୍ଧିପୁଟିଠାରେ ଏକ ମେଗା ବ୍ରିଜ କରାଯିବା, ଏମ୍‌ଜିଏନ୍‌ଆରଜିଏ ବିଲ୍‌ ତୁରନ୍ତ ପାସ୍‌ କରିବା, ଲମତାପୁଟ ବ୍ଲକରେ ଏକ ଏକଲବ୍ୟ ଆଦର୍ଶ ବିଦ୍ୟାଳୟ ନିର୍ମାଣ, ଲମତାପୁଟଠାରେ ଏକ ମେଗା ଜଳ ଯୋଗାଣ ପ୍ରକଳ୍ପ କରିବା, ସମସ୍ତ ବ୍ଲକ ଅଧିକାରୀ ବ୍ଲକ ସଦର ମହକୁମ୍ମାରେ ରହିବା, ଲଗୁନଠାରେ ନିର୍ମାଣାଧୀନ ଗ୍ରୀଡ୍‌ ସବଷ୍ଟେଶନକୁ ଶୀଘ୍ର ଶେଷ କରିବା, ପିସି କାରବାର ବନ୍ଦ ଆଦି ୧୨ ଦଫା ଦାବି ନେଇ ଏକ ଦାବିପତ୍ର ଜିଲାପାଳଙ୍କୁ ପ୍ରଦାନ କରିଛନ୍ତି ା ଏହି ଦାବିପତ୍ର ପ୍ରଦାନ ବେଳେ ସୋମନାଥ ମୁଦୁଲି, ସୁନାଧର ଅଡାରି, କେଶବ ଖିଲ, କେ ମୁଦୁଲି, ଲଳିତ ଡାଳିଙ୍କ ସମେତ ୩୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ

ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?