ନୂତନ ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତି ଦାବି କଲେ ଗ୍ରାମବାସୀ

ଖପ୍ରାଖୋଲ, ୨୬ା୮(ଡି.ଏନ.ଏ) – ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ରେଙ୍ଗାଲି ପଞ୍ଚାୟତ ଅନ୍ତର୍ଗତ ଖୁରୀପାଣି ଗାଁରେ ନୂତନ ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତି ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଏଠାରେ କାର୍ଯ୍ୟରତ କର୍ମୀଙ୍କ ସ୍ବାସ୍ଥ୍ୟବସ୍ଥା ଭଲ ନ ଥିବାରୁ ସେ କାର୍ଯ୍ୟରେ ଅନୁପସ୍ଥିତ ରହିଛନ୍ତି। ଯାହା ଫଳରେ ଶିଶୁ ଏବଂ ମହିଳାମାନଙ୍କୁ ବିଭିନ୍ନ ସହାୟତା ଠିକ୍‌ରେ ମିଳୁନାହିଁ। ଗର୍ଭବତୀ ମହିଳାଙ୍କୁ ମିଳୁଥିବା ମମତା ସହାୟତା, ପୁଷ୍ଟିକର ଖାଦ୍ୟ, ଶିଶୁ ଏବଂ ପ୍ରାକ୍‌ ବିଦ୍ୟାଳୟ ଶିଶୁଙ୍କୁ ମିଳୁଥିବା ଖାଦ୍ୟ, ଅଣ୍ଡା ଆଦି ମିଳିବାରେ ସମସ୍ୟା ହେଉଛି। ଗାଁରେ ୯୫ ଜଣ ଶିଶୁ ଏବଂ ଗର୍ଭବତୀ ଥିବାବେଳେ ୩୫ଜଣ ପ୍ରାକ୍‌ ବିଦ୍ୟାଳୟ ଶିଶୁ ଅଛନ୍ତି। ପ୍ରାକ୍‌ ବିଦ୍ୟାଳୟର ଶିଶୁଙ୍କୁ ୪ ମାସ ହେଲା ଅଣ୍ଡା ଓ ଛତୁଆ ମଧ୍ୟ ଠିକ୍‌ରେ ମିଳୁ ନାହିଁ। ଏ ନେଇ ଭାନୁମତୀ ବିଶି, ପଲସ୍ତର ବରିହା, ଧନୁ ତରିଆ, ପୂର୍ଣ୍ଣଚନ୍ଦ୍ର ପାଣ୍ଡେ, କୈଳାସ ବରିହା, ଦାମୋଦର ବାଙ୍କ, ଗୌରାଙ୍ଗ ମାଝୀ, ଶ୍ୟାମସୁନ୍ଦର ମେହେର ପ୍ରମୁଖ ଶତାଧିକ ଗ୍ରାମବାସୀଙ୍କ ଦସ୍ତଖତ ସମ୍ବଳିତ ଅଭିଯୋଗ ପତ୍ର ଖପ୍ରାଖୋଲ ସିଡିପିଓ, ପାଟଣାଗଡ ଉପଜିଲାପାଳ ଓ ପାଟଣାଗଡ ବିଧାୟକଙ୍କୁ ପ୍ରଦାନ କରାଯାଇଛି। ଏହି ପରିସ୍ଥିତିରେ କେନ୍ଦ୍ରରେ ନୂତନ ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତି ପାଇଁ ସେମାନେ ଦାବି କରିଛନ୍ତି। ଏ ନେଇ ସିଡିପିଓ ପ୍ରମିଳା ମହାନ୍ତିଙ୍କୁ ପଚାରିବାରୁ ସମ୍ପୃକ୍ତ ଅଙ୍ଗନଓ୍ବାଡି କର୍ମୀ ସ୍ବାସ୍ଥ୍ୟଗତ କାରଣରୁ ଛୁଟିରେ ଥିବାରୁ ପାଖ କେନ୍ଦ୍ରର କର୍ମୀଙ୍କ ମାଧ୍ୟମରେ ଛତୁଆ, ଅଣ୍ଡା, ଖାଦ୍ୟ ଆଦି ବଣ୍ଟନ ବ୍ୟବସ୍ଥା କରାଯାଇଛି। ହେଲେ ଗ୍ରାମବାସୀ ନୂତନ ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତି ଦାବି କରୁଛନ୍ତି। ଏ ନେଇ ମୁଁ ଉପଜିଲାପାଳଙ୍କୁ ଅବଗତ କରିଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?