ବାପା, ମା’ ଛେଉଣ୍ଡ ଯୁବତୀଙ୍କ ବାହାଘର କଲେ ଗ୍ରାମବାସୀ

ଦିଗପହଣ୍ଡି,୧ା୭(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଜଣେ ବାପା, ମା’ ଛେଉଣ୍ଡ ଯୁବତୀ ଜ୍ୟୋତି ସାହୁଙ୍କୁ ମଙ୍ଗଳବାର ଗ୍ରାମବାସୀ ବିବାହ କରାଇଛନ୍ତି। ବିବାହ ପାଇଁ ଗ୍ରାମବାସୀ ଆବଶ୍ୟକ ସହାୟତା ସହ ଘର କରଣା ସାମଗ୍ରୀ ମଧ୍ୟ ଦେଇଛନ୍ତି। ବିବାହ କାର୍ଯ୍ୟ ପାଇଁ କିଛି ଆତ୍ମୀୟସଜନ ଓ ଆଖପାଖ ଗ୍ରାମର ବହୁ ସଂଖ୍ୟକ ସାମାଜିକ କର୍ମୀ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ଭୋଜିଭାତର ଆୟୋଜନ ମଧ୍ୟ ହୋଇଥିଲା।
ସୂଚନାପ୍ରକାରେ, ଯୁଧିଷ୍ଠିର ସାହୁ ଓ ମାୟାଙ୍କ ଝିଅ ଜ୍ୟୋତି। ୨୦୧୩ରେ ଜ୍ୟୋତିଙ୍କୁ ୧୩ ବର୍ଷ ହୋଇଥିବାବେଳେ ରୋଗରେ ମା’ଙ୍କ ମୃତ୍ୟୁ ଘଟିଥିଲା। ଏହାପରେ ୨୦୧୯ରେ ବାପାଙ୍କର ମଧ୍ୟ ମୃତ୍ୟୁ ଘଟିଥିଲା। ଏହାପରେ ବହୁ ଦୁଃଖକଷ୍ଟରେ ଚଳୁଥିଲେ ଜ୍ୟୋତି। ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡା ପଞ୍ଚାୟତ ବଜ୍ରଗୁମ୍ମା ଗ୍ରାମର ସନ୍ତୋଷ ସାହୁ ବିନା ଯୌତୁକରେ ଜ୍ୟୋତିଙ୍କୁ ବିବାହ ପାଇଁ ପ୍ରସ୍ତାବ ଦେଇଥିଲେ। ଏନେଇ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ସରପଞ୍ଚ ପ୍ରତିନିଧି ସୂର୍ଯ୍ୟ ନାରାୟଣ ସାହୁଙ୍କ ପ୍ରଚେଷ୍ଠାରେ ବୈଠକ ବସିଥିଲା। ଗ୍ରାମବାସୀ, ଆତ୍ମୀୟସ୍ବଜନ ଓ ସ୍ବେଚ୍ଛାସେବୀ ଏନେଇ ଅର୍ଥ ଦେଇଥିଲେ। ନିଷ୍ପତ୍ତି ପ୍ରକାରେ ମଙ୍ଗଳବାର ବିବାହ ହୋଇଥିଲା।କୋଭିଡ ନିୟମ ପ୍ରକାରେ ସାମାଜିକ ଦୂରତା ରକ୍ଷାକରି ଅଳ୍ପ କେତେଜଣଙ୍କ ପାଇଁ ଭୋଜିର ଆୟୋଜନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

ଥୁଆମୂଳ ରାମପୁର: DMF ପାଣ୍ଠି ପାଇଁ ବିଡିଓଙ୍କୁ ସ୍ମାରକପତ୍ର

ଥୁଆମୂଳ ରାମପୁର,୧୭।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ଜିଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରେ ଅନ୍ତର୍ଭୁକ୍ତ କରିବା ସହ ସରପଞ୍ଚମାନଙ୍କୁ କ୍ଷମତା…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…

ଅଧାରେ ରହିଗଲା ବାହାଘର, ନିମନ୍ତ୍ରଣ କାର୍ଡ ଦେଇ ଫେରିବା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ

ଝାରସୁଗୁଡା/ବ୍ରଜରାଜନଗର,୧୭।୨(ଆଶିଷ ରଞ୍ଜନ ଦାଶ /ବିଜୟ ବରାଡ଼ ): ଘରକୁ ଫେରୁଥିବା ବେଳେ ଅଧ ରାସ୍ତାରେ ପିଟି ହେଲା ବାଇକ୍ । ଫଳରେ ବିବାହ କରିବାକୁ ଥିବା ଯୁବତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri