ବାପା, ମା’ ଛେଉଣ୍ଡ ଯୁବତୀଙ୍କ ବାହାଘର କଲେ ଗ୍ରାମବାସୀ

ଦିଗପହଣ୍ଡି,୧ା୭(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଜଣେ ବାପା, ମା’ ଛେଉଣ୍ଡ ଯୁବତୀ ଜ୍ୟୋତି ସାହୁଙ୍କୁ ମଙ୍ଗଳବାର ଗ୍ରାମବାସୀ ବିବାହ କରାଇଛନ୍ତି। ବିବାହ ପାଇଁ ଗ୍ରାମବାସୀ ଆବଶ୍ୟକ ସହାୟତା ସହ ଘର କରଣା ସାମଗ୍ରୀ ମଧ୍ୟ ଦେଇଛନ୍ତି। ବିବାହ କାର୍ଯ୍ୟ ପାଇଁ କିଛି ଆତ୍ମୀୟସଜନ ଓ ଆଖପାଖ ଗ୍ରାମର ବହୁ ସଂଖ୍ୟକ ସାମାଜିକ କର୍ମୀ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ଭୋଜିଭାତର ଆୟୋଜନ ମଧ୍ୟ ହୋଇଥିଲା।
ସୂଚନାପ୍ରକାରେ, ଯୁଧିଷ୍ଠିର ସାହୁ ଓ ମାୟାଙ୍କ ଝିଅ ଜ୍ୟୋତି। ୨୦୧୩ରେ ଜ୍ୟୋତିଙ୍କୁ ୧୩ ବର୍ଷ ହୋଇଥିବାବେଳେ ରୋଗରେ ମା’ଙ୍କ ମୃତ୍ୟୁ ଘଟିଥିଲା। ଏହାପରେ ୨୦୧୯ରେ ବାପାଙ୍କର ମଧ୍ୟ ମୃତ୍ୟୁ ଘଟିଥିଲା। ଏହାପରେ ବହୁ ଦୁଃଖକଷ୍ଟରେ ଚଳୁଥିଲେ ଜ୍ୟୋତି। ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡା ପଞ୍ଚାୟତ ବଜ୍ରଗୁମ୍ମା ଗ୍ରାମର ସନ୍ତୋଷ ସାହୁ ବିନା ଯୌତୁକରେ ଜ୍ୟୋତିଙ୍କୁ ବିବାହ ପାଇଁ ପ୍ରସ୍ତାବ ଦେଇଥିଲେ। ଏନେଇ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ସରପଞ୍ଚ ପ୍ରତିନିଧି ସୂର୍ଯ୍ୟ ନାରାୟଣ ସାହୁଙ୍କ ପ୍ରଚେଷ୍ଠାରେ ବୈଠକ ବସିଥିଲା। ଗ୍ରାମବାସୀ, ଆତ୍ମୀୟସ୍ବଜନ ଓ ସ୍ବେଚ୍ଛାସେବୀ ଏନେଇ ଅର୍ଥ ଦେଇଥିଲେ। ନିଷ୍ପତ୍ତି ପ୍ରକାରେ ମଙ୍ଗଳବାର ବିବାହ ହୋଇଥିଲା।କୋଭିଡ ନିୟମ ପ୍ରକାରେ ସାମାଜିକ ଦୂରତା ରକ୍ଷାକରି ଅଳ୍ପ କେତେଜଣଙ୍କ ପାଇଁ ଭୋଜିର ଆୟୋଜନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri