ପାଣି ପାଇଁ ହାଣ୍ଡି, ମାଠିଆଧରି ବ୍ଲକ ଆଗରେ ଧାରଣା ଦେଲେ ଗ୍ରାମବାସୀ

ଚିତ୍ରକୋଣ୍ଡା, ୫।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ କୁରୁମାନୁର ପଞ୍ଚାୟତ କୁରୁମାନୁର ଗ୍ରାମର ଶତାଧିକ ଗ୍ରାମବାସୀ ପାଣି ସମସ୍ୟା ନେଇ ସୋମବାର ଚିତ୍ରକୋଣ୍ଡା ବ୍ଲକ ଆଗରେ ଧାରଣା ଦେଇଥିଲେ। ୭୫ ପରିବାରର ଶତାଧିକ ମହିଳା ଓ ପୁରୁଷ ହାତରେ ହାଣ୍ଡି, ମାଠିଆ ଧରି କୁରୁମାନୁର ଠାରୁ ଚିତ୍ରକୋଣ୍ଡା ପ୍ରାୟ ୩୦ କିଲୋମିଟର ଆସି କୁରୁମାନୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ନାଗେଶ୍ୱର ସେଠୀଙ୍କ ନେତୃତ୍ୱରେ ଧାରଣାରେ ବସିଥିଲେ। ଆମକୁ ପାଣି ଦିଆ ନଗଲେ ଆମେ ଯିବୁ ନାହିଁ ବୋଲି ହୋହାଲ୍ଲା କରିଥିଲେ । ଗ୍ରାମବାସୀଙ୍କ କହିବାନୁଯାୟୀ, ଗ୍ରାମରେ ୮ଟି ନଳକୂଅ ଓ ୩ଟି ସୋଲାର ପଏଣ୍ଟ ବସିଛି। ମାତ୍ର ସବୁ ଅଚଳ ହୋଇପଡିଛି । ପାଣି ପାଇଁ ଗ୍ରାମବାସୀ ୨ କିମି ପାଦରେ ଚାଲି ଚାଲି ଜଙ୍ଗଲ ଭିତରେ ଥିବା ଚୁଆରୁ ପାଣି ଆଣି ଛାଣି ପିଉଛନ୍ତି । ଏ ନେଇ ଦୀର୍ଘଦିନ ହେଲା ପ୍ରଶାସନ ଅଧିକାରୀଙ୍କୁ ଜଣାଇ ଆସୁଥିଲେ ମଧ୍ୟ କିଛି ଲାଭ ମିଳୁ ନାହିଁ। ଧାରଣାରେ ବସିଥିବା ଲୋକଙ୍କୁ ଚିତ୍ରକୋଣ୍ଡା ବ୍ଲକ ଜିପିଇଓ ହେମନ୍ତ କୁମାର ଭୂୟାଁ, ରାଲେଗଡା଼ ଓ ଚିତ୍ରକୋଣ୍ଡା ପିଇଓ ବାଳକୃଷ୍ଣ ଦେହୁରୀ, ଆରଡବ୍ଲ୍ୟୁଏସ୍‌ଏସ୍‌ ଯନ୍ତ୍ରୀ ଶଶୀ ଭୂଷଣ ନାୟକ ପ୍ରମୁଖ ପହଞ୍ଚି ବୁଝାଶୁଝା କରି ପାଣି ସୁବିଧା ପାଇଁ ଉଚ୍ଚ ଅଧିକାରୀଙ୍କୁ ଜଣାଇ ତୁରନ୍ତ ବ୍ୟବସ୍ଥା କରିବାକୁ ପ୍ରତିଶ୍ରୁତି ଦେବା ପରେ ଗ୍ରାମବାସୀ ଧାରଣାରୁ ଓହରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୁକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୁକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୁକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୁକ ଯୁବତୀ(୨୧)ଙ୍କୁ…

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri