ରୋଡ୍‌ ରୋମିଓଙ୍କୁ ସାବାଡ଼ କଲେ ଗ୍ରାମବାସୀ

ଦିଗପହଣ୍ଡି,୨୮ା୧୧(ଅଶେଷ ନାଥ ମିଶ୍ର):ସାନଖେମୁଣ୍ଡି ବ୍ଳକ ପଥରପୁଞ୍ଜି ଗ୍ରାମବାସୀ ବୁଧବାର କିଛି ରୋଡ଼ ରୋମିଓଙ୍କୁ ସାବାଡ କରିଛନ୍ତି। ପୂର୍ବ ଯୋଜନା ଅନୁସାରେ ୨ ରୋଡ଼ ରୋମିଓଙ୍କୁ କାବୁ କରି ଛେଚିବା ସହ ସେମାନଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ ଗ୍ରାମବସୀ। ପରିବାର ଲୋକେ ପହଞ୍ଚି ଗ୍ରାମ୍ୟ କମିଟି ନିକଟରେ କ୍ଷମା ଭିକ୍ଷା କରିବା ସହ ଭବିଷ୍ୟତରେ ଏଭଳି ଭୁଲ ହେବ ନାହିଁ ବୋଲି ଲିଖିତ ସ୍ବିିକାରୋକ୍ତି ପ୍ରଦାନ କରି ଅଟକ ଯୁବକଙ୍କୁ ନେଇଥିଲେ। ମଙ୍ଗଳବାର ପୂର୍ବାହ୍ନରେ କଲେଜ ଛାତ୍ରୀମାନେ ସାଇକେଲରେ କଲେଜକୁ ଯାଉଥିବା ବେଳେ କୀର୍ତ୍ତିପୁର ଗ୍ରାମର ୨ଯୁବକ ସେମାନଙ୍କୁ ବାଇକରେ ପିଛା କରି ସେମାନଙ୍କ ମୋବାଇଲ ଫୋନ ନଂ.କାଗଜରେ ଲେଖି ଛାତ୍ରୀମାନଙ୍କ ସାଇକେଲ ବାସ୍କେଟରେ ପକାଇଥିଲେ। ବୁଧବାର ପୁଣି ଯୁବକ ଦ୍ୱୟ ଛାତ୍ରୀମାନଙ୍କୁ ବାଇକରେ ପିଛା କରିବାରୁ ପୂର୍ବ ଯୋଜନା ପ୍ରକାରେ ଗ୍ରାମବାସୀ ରାସ୍ତାରେ ଛକି ରହିଥିଲେ। ସେମାନେ ଆସିବା ପରେ ଉଭୟଙ୍କୁ କୌଶଳକ୍ରମେ ଅଟକାଇ ସେମାନଙ୍କ ବାଇକକୁ ଛଡାଇ ରଖିବା ସହ ଉଭୟଙ୍କୁ ଗ୍ରାମକୁ ଉଠାଇଥିଲେ। ଏନେଇ ଥାନାରେ କୌଣସି ମାମଲା ନଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri