ଦୁଇ ଚୋରଙ୍କୁ କାବୁ କରି ପୋଲିସ ଜିମା ଦେଲେ ଗ୍ରାମବାସୀ

ପାଟଣା,୧୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ସବଇନ୍ସପେକ୍ଟର ଦୀନଦୟାଲ ମୋଦିଙ୍କ ଭଡ଼ା ଘରୁ ରବିବାର ରାତିରେ ଚୋରି ଉଦ୍ୟମ ହେଉଥିବା ବେଳେ ଗାଁ ଲୋକେ ଦୁଇଜଣ ଚୋରଙ୍କୁ କାବୁ କରି ପୋଲିସ ଜିମା ଦେଇଛନ୍ତି। ଦୀନଦୟାଲ ତୁରୁମୁଙ୍ଗା ମନ୍ଦିର ସାହିସ୍ଥିତ ଦିଲ୍ଲୀପ ସାହୁଙ୍କ ଭଡ଼ା ଘରେ ରହୁଥିଲେ।

ସୂଚନାନୁଯାୟୀ, ଦୀନଦାୟଲ ଛୁଟି ନେଇ ଗାଁକୁ ଯାଇଥିବାର ସୁଯୋଗ ନେଇ ଚୋର ଘର ପଛପଟ କବାଟ ଓ ଝରକା ଗ୍ରୀଲ ଭାଙ୍ଗି ଚୋରି କରିବା ପାଇଁ ଘର ଭିତରକୁ ପଶିଥିଲେ। ଚୋରି ହେଉଥିବା ଜାଣି ଗାଁ ଲୋକେ ଦୁଇ ଚୋରଙ୍କୁ କାବୁ କରି ପୋଲିସ ଜିମା ଦେଇଛନ୍ତି । ଏହି ୨ ଚୋରଙ୍କ ସାଙ୍ଗରେ ଥିବା ଅନ୍ୟ ଦୁଇ ଜଣ ଚୋର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ତେବେ ଦୁଇ ଚୋର କଟକ ଅଞ୍ଚଳର ହୋଇଥିବା ଜଣାପଡ଼ିଛି। ପୋଲିସ ଏକ ଚୋରି ମାମଲା ରୁଜୁ କରି ଚୋରଙ୍କୁ ଜେରା କରୁଛି। ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ତୁରୁମୁଙ୍ଗା ଗ୍ରାମରୁ ବାରମ୍ବାର ଚୋରି ହେଉଥିବାରୁ ରାତ୍ର କାଳୀନ ପୋଲିସ ପାଟ୍ରୋଲିଂ କରିବାକୁ କଡ଼ାକଡ଼ି କରିବାକୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ତରଫରୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri