୫୦ ବର୍ଷ ହେବ ଜଙ୍ଗଲ ଜଗୁଛନ୍ତି ଗ୍ରାମବାସୀ

ଉମରକୋଟ, ୨୨।୧୧(ସ୍ବ.ପ୍ର.): ଆଧୁନିକ ଯୁଗରେ ନିଜର କାୟା ଓ ଆଧିପତ୍ୟ ବିସ୍ତାର ପାଇଁ ପରିବେଶ ସନ୍ତୁଳନକୁ ଅଣଦେଖା କରି ଜଙ୍ଗଲ ନଷ୍ଟ କରିବାକୁ କୁଣ୍ଠାବୋଧ କରୁନାହାନ୍ତି ଲୋକେ। କାଠ ମାଫିଆଙ୍କ ଲୋଲୁପ ଦୃଷ୍ଟି ମଧ୍ୟ ରହିଛି ଜଙ୍ଗଲ ଉପରେ। ଏଣୁ ଦିନକୁ ଦିନ ଜଙ୍ଗଲ କ୍ଷୟ ହେବାରେ ଲାଗିଛି। ନବରଙ୍ଗପୁର ଜିଲା ଉମରକୋଟ ବନ ବିଭାଗ ସରକାରଙ୍କ ଆମ ଜଙ୍ଗଲ ଯୋଜନା ମାଧ୍ୟମରେ ନୂତନ ଜଙ୍ଗଲ ସୃଷ୍ଟି କରି ପରିବେଶ ସନ୍ତୁଳନ କରିବାରେ ଏକ ମୁଖ୍ୟ ଭୂମିକା ଗ୍ରହଣ କରିଛି। ଲୋକଙ୍କ ସୁବିଧା ଓ ସୁସ୍ଥ ପରିବେଶ ପାଇଁ ବନ ବିଭାଗ ଗଛ ଲଗାଉଛି। ସ୍ଥାନୀୟ ଗ୍ରାମବାସୀ ଉକ୍ତ ଜଙ୍ଗଲକୁ ପାଳି କରି ସୁରକ୍ଷା ଯୋଗାଇ ଆସୁଛନ୍ତି। ନବରଙ୍ଗପୁର ଜିଲା ଉମରକୋଟ ବନଖଣ୍ଡ ଅଧୀନରେ ବେହେଡ଼ା ସଂରକ୍ଷିତ ଜଙ୍ଗଲ ରହିଛି। ତା’ ମଧ୍ୟରେ ସିରାଗୁଡା ଗ୍ରାମକୁ ଲାଗି ପ୍ରାୟ ୫୦ ହେକ୍ଟର ଜଙ୍ଗଲ ରହିଛି। ସିରାଗୁଡା ଗ୍ରାମବାସୀ ଏହି ଜଙ୍ଗଲକୁ ପ୍ରାୟ ୫୦ବର୍ଷ ହେବ ପାଳି କରି ସୁରକ୍ଷା ଦେଇ ଆସୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଉମରକୋଟ ବନଖଣ୍ଡ ଅଧିକାରୀ ପୂର୍ଣ୍ଣଚନ୍ଦ୍ର ନାୟକଙ୍କ ପ୍ରୋତ୍ସାହନରେ ଗ୍ରାମବାସୀଙ୍କୁ ନେଇ ଏକ ବନ ସୁରକ୍ଷା କମିଟି ଗତବର୍ଷ ନଭେମ୍ବର ୧୦ରେ ଗଠନ କରାଯାଇଛି। ଏହି କମିଟି ୫୦ ହେକ୍ଟର ମଧ୍ୟରୁ ୬ ରୁ ୭ ହେକ୍ଟର ଖାଲି ପଡ଼ିଥିବା ଜାଗାରେ ସିରାଗୁଡା ବନ ସୁରକ୍ଷା ସମିତି ଓ ଗ୍ରାମ୍ୟ ବିକାଶ ସଙ୍ଗଠନ ସହାୟତାରେ ୧୦ ହଜାରରୁ ଊର୍ଦ୍ଧ୍ୱ ଗଛ ଲଗାଇ ନୂତନ ଜଙ୍ଗଲ ସୃଷ୍ଟି କରିଛି। ବର୍ଷା ପାଣିକୁ କିପରି ସଂରକ୍ଷଣ କରାଯିବ ତାହାର ବ୍ୟବସ୍ଥା ମଧ୍ୟ କରାଯାଇଛି। ଏହାଦ୍ୱାରା ଗ୍ରାମର କେତେକ ଲାକ ମଧ୍ୟ ରୋଜଗାରକ୍ଷମ ହୋଇପାରିଛନ୍ତି। ଦିନକୁ ଦିନ ବିଭିନ୍ନ କାରଣରୁ ଜଙ୍ଗଲ କ୍ଷୟ ହେବାରେ ଲାଗିଛି। ଏହି ଯୋଜନାରେ ସରକାର ଅର୍ଥ ଅନୁଦାନ କରିଥିବା ବେଳେ ଗ୍ରାମ୍ୟ ବିକାଶ ସଂଗଠନ ସହାୟତା କରୁଛି। ବର୍ତ୍ତମାନ ପର୍ଯ୍ୟନ୍ତ ୨୦୨୧-୨୨ ଆର୍ଥିକ ବର୍ଷରେ ୩,୪୨,୬୫୦ ଟଙ୍କା ଖର୍ଚ୍ଚ ହୋଇଥିବା ସୂଚନା ଦେଇଛନ୍ତି ଉମରକୋଟ ବନଖଣ୍ଡ ଅଧିକାରୀ ପୂର୍ଣଚନ୍ଦ୍ର ନାୟକ। ଏଥିସହ ରତନଗୁଡା, ମୁଦିଗୁଡା ଗ୍ରାମରେ ମଧ୍ୟ ପ୍ରାୟ ୨୦ ହଜାରରୁ ଊର୍ଦ୍ଧ୍ୱ ଗଛ ଲଗାଇ ଜଙ୍ଗଲ ସୃଷ୍ଟି କରାଯାଇଥିବା ସେ କହିଛନ୍ତି। ବନ ବିଭାଗ ପକ୍ଷରୁ ଲୋକଙ୍କ ଜୀବନ ଜୀବିକା ପାଇଁ ଅନେକ କାର୍ଯ୍ୟକ୍ରମ ହାତକୁ ନେଇ ଲୋକଙ୍କୁ କର୍ମ ଯୋଗାଣ ପାଇଁ ଚେଷ୍ଟା ଚାଲିଛି ବୋଲି କହିଛନ୍ତି ଉମରକୋଟ ବନଖଣ୍ଡ ଅଧିକାରୀ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri