ଶାଶୁଘର ଅଗଣାରେ କବର ଦେବାକୁ ଅଡିବସିଛନ୍ତି ଗ୍ରାମବାସୀ

ସାଲେପୁର,୪।୨(ଡି.ଏନ୍‌.ଏ.): ସାଲେପୁର ଥାନା ଅନ୍ତର୍ଗତ ଗୁଆଳିପୁର ଗ୍ରାମର ଜଣେ ନବବଧୂଙ୍କ ଗୁରୁବାର ମୃତ୍ୟୁ ଘଟିଥିଲା। ସେ ହେଲେ ସେଖ୍‌ ରିୟାଜଙ୍କ ଝିଅ ସୁମେୟା ପରୱିନ୍‌। ଶାଶୁଘରେ ଲୋକେ ତାଙ୍କୁ ହତ୍ୟା କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏନେଇ ପୋଲିସ ମାମଲା (ନଂ. ୪୦/୨୩) ରୁଜୁ କରି ଅଭିଯୁକ୍ତ ଶ୍ୱଶୁରଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା କରୁଛି। ଅଭିଯୁକ୍ତ ଶାଶୁ ଓ ସ୍ବାମୀ ଫେରରା ହୋଇଯାଇଛନ୍ତି। ଅପରପକ୍ଷେ ମୃତ ନବବଧୂଙ୍କ କବର ଦିଆଯିବାକୁ ନେଇ ଶୁକ୍ରବାର ଗ୍ରାମରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ଗ୍ରାମବାସୀ ତାଙ୍କୁ ଶାଶୁଘର ଅଗଣାରେ କବର ଦେବାପାଇଁ ଅଡ଼ିବସିଛନ୍ତି। ଏନେଇ ଆଇନ୍‌ ଶୃଙ୍ଖଳା ପରିସ୍ଥିତି ଉପୁଜିବାର ଆଶଙ୍କା ଥିବାରୁ ସେଠାରେ ୩ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଏସ୍‌ଡିପିଓ, ତହସିଲଦାର ଏବଂ ଆଇଆଇସି ଘଟଣାସ୍ଥଳରେ ଉପସ୍ଥିତ ରହି ପରିସ୍ଥିତି ଉପରେ ନଜର ରଖିଛନ୍ତି।
ସୁମେୟା ଉକ୍ତ ଗ୍ରାମର ସୟଦ ଆଜାଦ୍‌ଙ୍କୁ ୭ ମାସ ତଳେ ପ୍ରେମ ବିବାହ କରିଥିଲେ। ବିବାହର ମାସେ ପରେ ଶାଶୁଘର ଲୋକେ ୨ଲକ୍ଷ ଟଙ୍କା ଯୌତୁକ ଆଣିବା ପାଇଁ ନବବଧୂଙ୍କ ଉପରେ ଚାପ ପକାଯାଇଥିଲା। ମାତ୍ର ସୁମେୟାଙ୍କ ବାପାଙ୍କ ପାଖରେ ଅର୍ଥ ଅଭାବରୁ କେବଳ ୨୦ ହଜାର ଟଙ୍କା ପ୍ରଦାନ କରିବାକୁ ସକ୍ଷମ ହୋଇଥିଲେ। ଏନେଇ ଶାଶୁଘର ଲୋକେ ସୁମେୟାଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଇ ଆସୁଥିଲେ। ଗୁରୁବାର ଅପରାହ୍ନ ପ୍ରାୟ ୨ଟା ବେଳେ ସୁମେୟା ତାଙ୍କ ମା’ଙ୍କ ସହ କଥା ହୋଇଥିବାବେଳେ ୩ଟାବେଳେ ସ୍ବାମୀ ତାଙ୍କ ଘରକୁ ଫୋନ କରି ସ୍ତ୍ରୀ ରଶି ଲଗାଇ ଝୁଲିପଡ଼ିଥିବା କହିଥିଲେ। ଖବରପାଇ ସୁମେୟାଙ୍କ ପରିବାର ଲୋକେ ଶାଶୁଘରେ ପହଞ୍ଚତ୍ଲେ ମଧ୍ୟ ସେମାନଙ୍କୁ ଭିତରକୁ ଛଡ଼ାଯାଇ ନ ଥିଲା। ଏହାପରେ ସୁମେୟାଙ୍କ ବାପା ଥାନାରେ ଶାଶୁ, ଶ୍ୱଶୁର ଓ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ କରିଥିଲେ।
ସୁମେୟାଙ୍କ ମୃତଦେହ ବ୍ୟବଚ୍ଛେଦ ପରେ କବରକୁ ନେଇ ବିବାଦ ଉପୁଜିଛି। ଖବରପାଇସାଲେପୁର ତହସିଲଦାର ଶିବ ମଲ୍ଲିକ, ଏସ୍‌ଡିପିଓ ବିମଳ କୁମାର ବାରିକ ଓ ଆଇଆଇସି ଗିରିଜା ନନ୍ଦନ ପଟ୍ଟନାୟକଙ୍କ ସମେତ ବହୁ ପୋଲିସ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚତ୍ ଗ୍ରାମବାସୀଙ୍କୁ ବୁଝଶୁଝା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri