ଉଦଳା,୨୯ା୭(ସନ୍ତୋଷ କୁମାର ବାଚ୍ଛିନୀ): ଗଁାକୁ ନାହିଁ ଭଲ ରାସ୍ତା। ଆଣ୍ଠୁଏ ଲେଖାଏ ଖାଲ। କାଦୁଅ ପଚପଚ ରାସ୍ତାରେ ବର୍ଷାଦିନେ ଯାଇଆସି ହେଉନାହିଁ। ବାରମ୍ବାର ଦାବି ସତ୍ତ୍ୱେ ମଧ୍ୟ ପ୍ରଶାସନ ପ୍ରତିକାର ବ୍ୟବସ୍ଥା କରୁନାହିଁ। ଏଥିରେ ଅତିଷ୍ଠ ହୋଇ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଜଡିଦା ପଞ୍ଚାୟତ ଅଧୀନ ଘୁଣ୍ଟିିବିଲ୍ ଗ୍ରାମବାସୀ ଶୁକ୍ରବାର ଅଭିନବ ପ୍ରତିବାଦ କରିଛନ୍ତି। ସେମାନେ କାଦୁଅ ପଚପଚ ଗଁା ରାସ୍ତାରେ ଧାନତଳି ରୋଇବା ସହ କପ୍ତିପଦା-ଠାକୁରମୁଣ୍ଡା ରାସ୍ତାର ନେଦାମ ଛକ ନିକଟରେ ରାସ୍ତା ଅବରୋଧ କରିଥିଲେ। ତୁରନ୍ତ ଗ୍ରାମ ରାସ୍ତା ମରାମତି ସହ ଭଲ ସଡ଼କଟିଏ ନିର୍ମାଣ କରିବାକୁ ଦାବି କରିଥିଲେ। ଦୀର୍ଘ ସମୟ ଧରି ରାଜ୍ୟ ରାଜପଥ ଅବରୋଧ ଯୋଗୁ ଉଦଳା-ଠାକୁରମୁଣ୍ଡା ଓ କପ୍ତିପଦା-କେନ୍ଦୁଝର ଯୋଗାଯୋଗ ବାଧାପ୍ରାପ୍ତ ହୋଇଥିଲା। ରାସ୍ତାର ଦୁଇ ପାର୍ଶ୍ୱରେ ଅନେକ ଯାତ୍ରୀବାହୀ ବସ୍ ସହ ଯାନବାହନ ଅଟକି ରହିଥିଲା। ଖବର ପାଇ କପ୍ତିପଦା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ କୌଣସି ସୁଫଳ ମିଳିପାରି ନ ଥିଲା ା କପ୍ତିପଦା ବିଡିଓ ସିଦ୍ଧେଶ୍ୱର ନାୟକ ପହଞ୍ଚତ୍ ଉକ୍ତ ରାସ୍ତା ବୁଲି ଦେଖିଥିଲେ। ରାସ୍ତାର ଏପରି ଅବସ୍ଥାକୁ ନେଇ ସ୍ଥାନୀୟ ସରପଞ୍ଚ ମିନତୀ ମଢ଼େଇଙ୍କ ସହ ଆଲୋଚନା କରିଥିଲେ। କାଦୁଅ ଉପରେ ମୋରମ ପକାଇ ରାସ୍ତାକାମ କରାଯିବ ବୋଲି ସରପଞ୍ଚ ପ୍ରତିଶ୍ରୁତି ଦେଇଥିଲେ। ତେବେ ସରକାରୀ ସ୍ତରରେ ଅନୁମୋଦନ ହେବା ପରେ ଖୁବ୍ଶୀଘ୍ର ରାସ୍ତା କାମ ଆରମ୍ଭ ହେବ ବୋଲି ବିଡିଓ ପ୍ରତିଶ୍ରୁତି ଦେବାରୁ ରାସ୍ତା ଅବରୋଧ ପ୍ରତ୍ୟାହୃତ ହୋଇଥିଲା।
Posted inHome Left, ଆମ ଜିଲା ଖବର, ମୟୂରଭଞ୍ଜ View All
ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ
ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...
୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ
ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...
ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା
ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍ ଖେଳାଯିବ। ଏନେଇ ଦୁଇ ଦଳର...
ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…
ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...
ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..
ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...
ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...
ଗାଁକୁ ଫେରିବା ବେଳେ ବାଇକ୍କୁ ଧକ୍କାଦେଲା ବୁଲେଟ୍, ଚାଲିଗଲା ସଳିତା ବିକାଳିଙ୍କ ଜୀବନ
ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...
ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ
କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...
Archives


